Numbers 13:27 in Oriya 27 ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ।
Other Translations King James Version (KJV) And they told him, and said, We came unto the land whither thou sentest us, and surely it floweth with milk and honey; and this is the fruit of it.
American Standard Version (ASV) And they told him, and said, We came unto the land whither thou sentest us; and surely it floweth with milk and honey; and this is the fruit of it.
Bible in Basic English (BBE) And they said, We came to the land where you sent us, and truly it is flowing with milk and honey: and here is some of the produce of it.
Darby English Bible (DBY) And they told him, and said, We came to the land to which thou didst send us, and surely it floweth with milk and honey; and this is the fruit of it.
Webster's Bible (WBT) And they told him, and said, We came to the land whither thou sentest us, and surely it floweth with milk and honey; and this is the fruit of it.
World English Bible (WEB) They told him, and said, We came to the land where you sent us; and surely it flows with milk and honey; and this is the fruit of it.
Young's Literal Translation (YLT) And they recount to him, and say, `We came in unto the land whither thou hast sent us, and also it `is' flowing with milk and honey -- and this `is' its fruit;
Cross Reference Exodus 3:8 in Oriya 8 ଏହେତୁ ମିସ୍ରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥା'ନ୍ତି, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଯିବାକୁ ଓହ୍ଲାଇ ଆସିଲୁ।
Exodus 3:17 in Oriya 17 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପିରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।
Exodus 13:5 in Oriya 5 ଆଉ କିଣାନୀୟ, ହିତ୍ତୀୟ, ଇମୋରୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଦେଶ ତୁମ୍ଭଙ୍କୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦୁଗ୍ଧ ଓ ମଧୁପ୍ରବାହୀ ଦେଶକୁ ଯେତେବେଳେ ସେ ତୁମ୍ଭଙ୍କୁ ଆଣିବେ, ସେହି ସମୟରେ ତୁମ୍ଭେ ଏହି ମାସରେ ଏହି ସେବାର କାର୍ଯ୍ୟ ସାଧନ କରିବ।
Exodus 33:3 in Oriya 3 ଏନିମନ୍ତେ ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଯାଅ; ମାତ୍ର ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ହୋଇ ଯିବା ନାହିଁ; ଗଲେ ଆମ୍ଭେ ପଥ ମଧ୍ୟରେ ତୁମ୍ଭଙ୍କୁ ସଂହାର କରିବା, କାରଣ ତୁମ୍ଭେ ଶକ୍ତଗ୍ରୀବ ଲୋକ।”
Leviticus 20:24 in Oriya 24 ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Numbers 14:8 in Oriya 8 ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ।
Deuteronomy 1:25 in Oriya 25 ଆଉ ସେମାନେ ହସ୍ତରେ ସେହି ଦେଶର କିଛି କିଛି ଫଳ ଘେନି ଆମ୍ଭମାନଙ୍କ ନିକଟକୁ ଆଣିଲେ ଓ ଆମ୍ଭମାନଙ୍କୁ ସମ୍ବାଦ ଦେଇ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତାହା ଏକ ଉତ୍ତମ ଦେଶ।”
Deuteronomy 6:3 in Oriya 3 ଏହେତୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର; ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ଦୁଗ୍ଧମଧୁପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅତିଶୟ ବର୍ଦ୍ଧିଷ୍ଣୁ ହେବ।
Deuteronomy 11:9 in Oriya 9 ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଓ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦୁଗ୍ଧମଧୁପ୍ରବାହୀ ଦେଶରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇ ପାରିବ।
Deuteronomy 26:9 in Oriya 9 ଆଉ ସେ ଆମ୍ଭମାନଙ୍କୁ ଏହି ସ୍ଥାନକୁ ଆଣିଅଛନ୍ତି ଓ ଏହି ଦେଶ, ଏକ ଦୁଗ୍ଧ ଓ ମଧୁପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦେଇଅଛନ୍ତି।
Deuteronomy 26:11 in Oriya 11 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଓ ତୁମ୍ଭ ପରିବାର ପ୍ରତି ଯେଉଁ ଯେଉଁ ମଙ୍ଗଳ କରିଅଛନ୍ତି, ସେହି ସବୁରେ ତୁମ୍ଭେ, ଲେବୀୟ ଓ ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀୟ ଲୋକ, ତୁମ୍ଭେ ସମସ୍ତେ ଆନନ୍ଦ କରିବ।
Deuteronomy 27:3 in Oriya 3 ପୁଣି ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭ ନିକଟରେ ଯେଉଁ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦୁଗ୍ଧ ଓ ମଧୁପ୍ରବାହୀ ଦେଶ ଦେବେ, ତହିଁ ମଧ୍ୟରେ ତୁମ୍ଭେ ଯେପରି ପ୍ରବେଶ କରି ପାରିବ, ଏଥିପାଇଁ ପାର ହେବା ସମୟରେ ତୁମ୍ଭେ ସେହି ପ୍ରସ୍ତରଗୁଡ଼ିକ ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଲେଖିବ।
Deuteronomy 31:20 in Oriya 20 କାରଣ ଆମ୍ଭେ ଯେଉଁ ଦେଶ ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛୁ, ସେହି ଦୁଗ୍ଧ ଓ ମଧୁପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଗଲା ଉତ୍ତାରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତ ଓ ହୃଷ୍ଟପୁଷ୍ଟ ହେବେ, ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ଓ ଆମ୍ଭଙ୍କୁ ଅଗ୍ରାହ୍ୟ କରି ଆମ୍ଭ ନିୟମ ଲଙ୍ଘନ କରିବେ।
Joshua 5:6 in Oriya 6 ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧମଧୁପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।
Jeremiah 11:5 in Oriya 5 ‘ଅର୍ଥାତ୍, ଆମ୍ଭ ରବରେ ଅବଧାନ କର ଓ ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁ, ସେସକଳ ଅନୁସାରେ କର୍ମ କର; ତହିଁରେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ସେହି ନିୟମର କଥା ଯେଉଁ ଲୋକ ନ ଶୁଣେ, ସେ ଶାପଗ୍ରସ୍ତ ହେଉ !'” ତହିଁରେ ମୁଁ ଉତ୍ତର ଦେଇ କହିଲି, “ହେ ସଦାପ୍ରଭୁ, ଆମେନ୍।”
Jeremiah 32:22 in Oriya 22 ଆଉ, ଏହି ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପିତୃପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ;
Ezekiel 20:6 in Oriya 6 ସେହି ଦିନ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ପାଇଁ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯେଉଁ ଦେଶ ଅନୁସନ୍ଧାନ କରିଥିଲୁ, ସର୍ବ ଦେଶର ଗୌରବ ସ୍ୱରୂପ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବା ପାଇଁ ଆମ୍ଭେ ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇଲୁ;
Ezekiel 20:15 in Oriya 15 ଆହୁରି ମଧ୍ୟ ସର୍ବଦେଶର ଗୌରବ ସ୍ୱରୂପ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭେ ସେମାନଙ୍କୁ ଦେଇଥିଲୁ, ସେହି ଦେଶକୁ ସେମାନଙ୍କୁ ନ ଆଣିବା ପାଇଁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ଉଠାଇଲୁ;