Numbers 14:11 in Oriya 11 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଙ୍କୁ ଅବଜ୍ଞା କରିବେ ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପେ ଯେଉଁ ସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଠାରେ ବିଶ୍ୱାସ କରିବେ ନାହିଁ ?
Other Translations King James Version (KJV) And the LORD said unto Moses, How long will this people provoke me? and how long will it be ere they believe me, for all the signs which I have showed among them?
American Standard Version (ASV) And Jehovah said unto Moses, How long will this people despise me? and how long will they not believe in me, for all the signs which I have wrought among them?
Bible in Basic English (BBE) And the Lord said to Moses, How long will this people have no respect for me? how long will they be without faith, in the face of all the signs I have done among them?
Darby English Bible (DBY) And Jehovah said to Moses, How long will this people despise me? and how long will they not believe me, for all the signs which I have done among them?
Webster's Bible (WBT) And the LORD said to Moses, How long will this people provoke me? and how long will it be ere they believe me, for all the signs which I have shown among them?
World English Bible (WEB) Yahweh said to Moses, How long will this people despise me? and how long will they not believe in me, for all the signs which I have worked among them?
Young's Literal Translation (YLT) And Jehovah saith unto Moses, `Until when doth this people despise Me? and until when do they not believe in Me, for all the signs which I have done in its midst?
Cross Reference Exodus 10:3 in Oriya 3 ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
Exodus 16:28 in Oriya 28 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ ?
Numbers 14:23 in Oriya 23 ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବେ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ;
Numbers 14:27 in Oriya 27 “ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା ? ଇସ୍ରାଏଲ-ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।
Deuteronomy 1:32 in Oriya 32 ତଥାପି ଏହି ବିଷୟ ସକାଶେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲ ନାହିଁ !
Deuteronomy 9:7 in Oriya 7 ତୁମ୍ଭେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୁଦ୍ଧ କରାଇଅଛ, ତାହା ସ୍ମରଣ କର, ତୁମ୍ଭେ ତାହା ପାସୋର ନାହିଁ; ତୁମ୍ଭେ ମିସର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇଅଛ।
Deuteronomy 9:22 in Oriya 22 ପୁଣି ତୁମ୍ଭେମାନେ ତବିୟେରାରେ, ମଃସାରେ ଓ କିବ୍ରୋତ୍-ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ।
Psalm 78:22 in Oriya 22 କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ।
Psalm 78:32 in Oriya 32 ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ୱାସ କଲେ ନାହିଁ।
Psalm 78:41 in Oriya 41 ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମ ସ୍ୱରୂପଙ୍କୁ ବିରକ୍ତ କଲେ।
Psalm 95:8 in Oriya 8 ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;
Psalm 106:24 in Oriya 24 ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ କଲେ, ସେମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ ନାହିଁ।
Proverbs 1:22 in Oriya 22 ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ ?
Jeremiah 4:14 in Oriya 14 ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ ?
Hosea 8:5 in Oriya 5 ହେ ଶମରୀୟା, ସେ ତୁମ୍ଭର ଗୋବତ୍ସ ପ୍ରତିମାକୁ ଅଗ୍ରାହ୍ୟ କରିଅଛନ୍ତି। ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି ! ସେମାନେ କେତେ କାଳ ଉତ୍ତାରେ ନିର୍ଦ୍ଦୋଷତା ପ୍ରାପ୍ତ ହେବେ ?
Zechariah 8:14 in Oriya 14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଙ୍କୁ କ୍ରୋଧ କରାଇବା ବେଳେ ଆମ୍ଭେ ଯେପରି ତୁମ୍ଭମାନଙ୍କର ଅମଙ୍ଗଳ କରିବାକୁ ସଙ୍କଳ୍ପ କଲୁ ଓ ଦୁଃଖିତ ନ ହେଲୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।”
Matthew 17:17 in Oriya 17 ଯୀଶୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି ? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି ? ତାହାକୁ ଏଠିକି ମୋ ପାଖକୁ ଆଣ।
Mark 9:19 in Oriya 19 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି ? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି ? ତାହାକୁ ମୋ' ପାଖକୁ ଆଣ।
John 10:38 in Oriya 38 କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ୱାସ ନ କର, ତଥାପି ପିତା ଯେ ମୋ'ଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥି ନିମନ୍ତେ କର୍ମସବୁ ବିଶ୍ୱାସ କର।
John 12:37 in Oriya 37 କିନ୍ତୁ ଯଦ୍ୟପି ସେ ସେମାନଙ୍କ ସାକ୍ଷାତରେ ଏତେ ଆଶ୍ଚର୍ଯ୍ୟକର୍ମ କରିଥିଲେ, ତଥାପି ସେମାନେ ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ,
John 15:24 in Oriya 24 ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହି ସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।
Hebrews 3:8 in Oriya 8 ପ୍ରାନ୍ତରରେ ପରୀକ୍ଷା ଦିନରେ ଓ ବିରକ୍ତି ଜନ୍ମାଇବା ସ୍ଥାନରେ ଯେପରି ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କରନ୍ତି
Hebrews 3:16 in Oriya 16 ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ ? ମୋଶାଙ୍କ ଦ୍ୱାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେ ସମସ୍ତେ କ'ଣ ନୁହଁନ୍ତି ?
Hebrews 3:18 in Oriya 18 ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ ?