Numbers 14:9 in Oriya 9 କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।
Other Translations King James Version (KJV) Only rebel not ye against the LORD, neither fear ye the people of the land; for they are bread for us: their defense is departed from them, and the LORD is with us: fear them not.
American Standard Version (ASV) Only rebel not against Jehovah, neither fear ye the people of the land; for they are bread for us: their defence is removed from over them, and Jehovah is with us: fear them not.
Bible in Basic English (BBE) Only, do not go against the Lord or go in fear of the people of the land, for they will be our food; their strength has been taken from them and the Lord is with us: have no fear of them.
Darby English Bible (DBY) only rebel not against Jehovah; and fear not the people of the land; for they shall be our food. Their defence is departed from them, and Jehovah is with us: fear them not.
Webster's Bible (WBT) Only rebel not ye against the LORD, neither fear ye the people of the land; for they are bread for us: their defense has departed from them, and the LORD is with us: fear them not.
World English Bible (WEB) Only don't rebel against Yahweh, neither fear the people of the land; for they are bread for us: their defense is removed from over them, and Yahweh is with us: don't fear them.
Young's Literal Translation (YLT) only, against Jehovah rebel not ye: and ye, fear not ye the people of the land, for our bread they `are'; their defence hath turned aside from off them, and Jehovah `is' with us; fear them not.'
Cross Reference Genesis 48:21 in Oriya 21 ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।”
Exodus 33:16 in Oriya 16 କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ଏହା ଏବେ କିପରି ଜଣାଯିବ ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ୱାରା କି ଏହା ଜଣାଯାଏ ନାହିଁ।
Numbers 24:8 in Oriya 8 ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ୱାରା ସେମାନଙ୍କୁ ଭେଦ କରିବ।
Deuteronomy 1:21 in Oriya 21 ଦେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ଆଗରେ ସେହି ଦେଶ ସମର୍ପଣ କରିଅଛନ୍ତି; ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଯାଇ ତାହା ଅଧିକାର କର; ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ।”
Deuteronomy 1:26 in Oriya 26 ତଥାପି ତୁମ୍ଭେମାନେ ଯିବାକୁ ସମ୍ମତ ହେଲ ନାହିଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ।
Deuteronomy 7:18 in Oriya 18 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଫାରୋ ଓ ସମସ୍ତ ମିସର ପ୍ରତି ଯେଉଁ ଯେଉଁ କର୍ମ କରିଅଛନ୍ତି;
Deuteronomy 7:21 in Oriya 21 ତୁମ୍ଭେ ସେମାନଙ୍କଠାରୁ ଭୟଯୁକ୍ତ ହେବ ନାହିଁ, କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ, ସେ ମହାନ୍ ଓ ଭୟଙ୍କର ପରମେଶ୍ୱର ଅଟନ୍ତି।
Deuteronomy 9:7 in Oriya 7 ତୁମ୍ଭେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୁଦ୍ଧ କରାଇଅଛ, ତାହା ସ୍ମରଣ କର, ତୁମ୍ଭେ ତାହା ପାସୋର ନାହିଁ; ତୁମ୍ଭେ ମିସର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇଅଛ।
Deuteronomy 9:23 in Oriya 23 ତହିଁ ଉତ୍ତାରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠି ଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।”
Deuteronomy 20:1 in Oriya 1 ‘ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।
Deuteronomy 31:6 in Oriya 6 ବଳବାନ୍ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।
Deuteronomy 31:8 in Oriya 8 ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।
Deuteronomy 32:42 in Oriya 42 ଆମ୍ଭେ ଆପଣା ବାଣମାନଙ୍କୁ ରକ୍ତରେ, ହତ ଓ ବନ୍ଦୀମାନଙ୍କ ରକ୍ତରେ ମତ୍ତ କରିବା ଓ ଆମ୍ଭ ଖଡ଼୍ଗ ଶତ୍ରୁମାନଙ୍କ ରାଜଗଣର ମସ୍ତକରୁ ମାଂସ ଭୋଜନ କରିବ।
Joshua 1:5 in Oriya 5 ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।
Judges 1:22 in Oriya 22 ଏଥିଉତ୍ତାରେ ଯୋଷେଫ-ବଂଶ ମଧ୍ୟ ବୈଥେଲ୍ ପ୍ରତିକୂଳରେ ଗଲେ; ପୁଣି ସଦାପ୍ରଭୁ ସେମାନଙ୍କ ସଙ୍ଗେ ସଙ୍ଗେ ଥିଲେ।
2 Chronicles 13:12 in Oriya 12 ଆଉ ଦେଖ, ପରମେଶ୍ୱର ଆମ୍ଭମାନଙ୍କର ମସ୍ତକ ସ୍ୱରୂପ ଅଛନ୍ତି ଓ ତାହାଙ୍କ ଯାଜକମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ରଣତୂରୀ ବଜାଇବା ପାଇଁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି। ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତିକୂଳରେ ଯୁଦ୍ଧ ନ କର; କାରଣ ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ।”
2 Chronicles 15:2 in Oriya 2 ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ, ତୁମ୍ଭେମାନେ ମୋ' କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବା ଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।
2 Chronicles 20:17 in Oriya 17 ଏ ଯୁଦ୍ଧରେ ଯୁଦ୍ଧ କରିବାକୁ ତୁମ୍ଭମାନଙ୍କର ଆବଶ୍ୟକ ହେବ ନାହଁ; ହେ ଯିହୁଦା ଓ ଯିରୂଶାଲମ, ଆପଣାମାନଙ୍କୁ ସଜାଅ, ତୁମ୍ଭେମାନେ ସୁସ୍ଥିର ହୁଅ ଓ ତୁମ୍ଭମାନଙ୍କ ସହବର୍ତ୍ତୀ ସଦାପ୍ରଭୁ କିପରି ଉଦ୍ଧାର କରିବେ, ତାହା ଦେଖ; ଭୟ କର ନାହିଁ, କି ନିରାଶ ହୁଅ ନାହିଁ; କାଲି ସେମାନଙ୍କ ପ୍ରତିକୂଳରେ ଯାଅ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛନ୍ତି।”
2 Chronicles 32:8 in Oriya 8 ମାଂସର ବାହୁ ତାହାର ସହାୟ; ମାତ୍ର ଆମ୍ଭମାନଙ୍କର ସାହାଯ୍ୟ କରିବାକୁ ଓ ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବାକୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ସହାୟ ଅଛନ୍ତି। ଏଥିରେ ଲୋକମାନେ ଯିହୁଦା-ରାଜା ହିଜକିୟଙ୍କ ବାକ୍ୟରେ ନିର୍ଭର ରଖିଲେ।
Psalm 14:4 in Oriya 4 ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ ? ସେମାନେ ମୋ' ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।
Psalm 46:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ; ଅଲ୍ମୋତ୍ ସ୍ୱରର ଗୀତ। ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
Psalm 46:7 in Oriya 7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।
Psalm 46:11 in Oriya 11 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। ସେଲା
Psalm 74:14 in Oriya 14 ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲ, ତୁମ୍ଭେ ମରୁଭୂମିନିବାସୀମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।
Psalm 91:1 in Oriya 1 ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।
Psalm 121:5 in Oriya 5 ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା।
Isaiah 1:2 in Oriya 2 ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।”
Isaiah 8:9 in Oriya 9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟି ବନ୍ଧନ କର, ମଧ୍ୟ ଭଗ୍ନ ହେବ।
Isaiah 30:2 in Oriya 2 ସେମାନେ ଆମ୍ଭକୁ ନ ପଚାରି ଫାରୋର ବଳରେ ଆପଣାମାନଙ୍କୁ ବଳିଷ୍ଠ କରିବାକୁ ଓ ମିସରର ଛାୟାରେ ଆଶ୍ରୟ ନେବାକୁ ମିସରକୁ ଯିବା ନିମନ୍ତେ ଯାତ୍ରା କରୁଅଛନ୍ତି।
Isaiah 32:2 in Oriya 2 ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।
Isaiah 41:10 in Oriya 10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
Isaiah 41:14 in Oriya 14 ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା” ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।
Isaiah 63:10 in Oriya 10 ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।
Jeremiah 48:45 in Oriya 45 ଯେଉଁମାନେ ପଳାଇ ଗଲେ, ସେମାନେ ବଳହୀନ ହୋଇ ହିଶ୍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଶ୍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି।
Daniel 9:5 in Oriya 5 ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ।
Daniel 9:9 in Oriya 9 ବିବିଧ ଦୟା ଓ କ୍ଷମା ଆମ୍ଭମାନଙ୍କ ପ୍ରଭୁ ପରମେଶ୍ୱରଙ୍କର ଅଟେ; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛୁ
Matthew 1:23 in Oriya 23 “ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ୱର।”
Romans 8:31 in Oriya 31 ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କ'ଣ କହିବା ? ଯଦି ଈଶ୍ୱର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ ?
Philippians 1:27 in Oriya 27 ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,