Numbers 21:7 in Oriya 7 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।
Other Translations King James Version (KJV) Therefore the people came to Moses, and said, We have sinned, for we have spoken against the LORD, and against thee; pray unto the LORD, that he take away the serpents from us. And Moses prayed for the people.
American Standard Version (ASV) And the people came to Moses, and said, We have sinned, because we have spoken against Jehovah, and against thee; pray unto Jehovah, that he take away the serpents from us. And Moses prayed for the people.
Bible in Basic English (BBE) Then the people came to Moses and said, We have done wrong in crying out against the Lord and against you: make prayer to the Lord to take away the snakes from us. So Moses made prayer for the people.
Darby English Bible (DBY) And the people came to Moses and said, We have sinned, in that we have spoken against Jehovah, and against thee: pray to Jehovah that he take away the serpents from us. And Moses prayed for the people.
Webster's Bible (WBT) Therefore the people came to Moses, and said, We have sinned, for we have spoken against the LORD, and against thee; pray to the LORD, that he take away the serpents from us. And Moses prayed for the people.
World English Bible (WEB) The people came to Moses, and said, We have sinned, because we have spoken against Yahweh, and against you; pray to Yahweh, that he take away the serpents from us. Moses prayed for the people.
Young's Literal Translation (YLT) and the people come in unto Moses and say, `We have sinned, for we have spoken against Jehovah, and against thee; pray unto Jehovah, and He doth turn aside from us the serpent;' and Moses prayeth in behalf of the people.
Cross Reference Genesis 20:7 in Oriya 7 ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”
Exodus 8:8 in Oriya 8 ତହୁଁ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଆମ୍ଭଠାରୁ ଓ ଆମ୍ଭ ଲୋକଙ୍କଠାରୁ ଏହିସବୁ ବେଙ୍ଗ ଦୂର କରିବା ପାଇଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; ତହିଁରେ ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନଙ୍କୁ ଯିବାକୁ ଦେବା।”
Exodus 8:28 in Oriya 28 ତହୁଁ ଫାରୋ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭେମାନେ ପ୍ରାନ୍ତରକୁ ଯାଇ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର; ମାତ୍ର ବହୁ ଦୂରକୁ ଯାଅ ନାହିଁ, ପୁଣି, ଆମ୍ଭ ନିମନ୍ତେ ପ୍ରାର୍ଥନା କର।”
Exodus 9:27 in Oriya 27 ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଏହି ଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ।
Exodus 32:11 in Oriya 11 ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ ?
Exodus 32:30 in Oriya 30 ତହିଁ ପର ଦିନ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯଦି ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି।”
Numbers 11:2 in Oriya 2 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟରେ କ୍ରନ୍ଦନ କଲେ; ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେହି ଅଗ୍ନି ଲିଭିଗଲା।
Numbers 14:17 in Oriya 17 ଏବେ ମୁଁ ବିନୟ କରୁଅଛି, ପ୍ରଭୁଙ୍କ ପରାକ୍ରମ ମହାନ୍ ହେଉ, ଯେପରି ତୁମ୍ଭେ କହିଅଛ,
Deuteronomy 9:20 in Oriya 20 ଆଉ ସଦାପ୍ରଭୁ ହାରୋଣଙ୍କୁ ବିନାଶ କରିବା ପାଇଁ ଅତିଶୟ କୋପ କଲେ; ମୁଁ ସେସମୟରେ ମଧ୍ୟ ହାରୋଣଙ୍କ ପାଇଁ ପ୍ରାର୍ଥନା କଲି।
Deuteronomy 9:26 in Oriya 26 ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ୍ ହସ୍ତ ଦ୍ୱାରା ମିସରରୁ ବାହାର କରି ଆଣିଅଛ।
1 Samuel 12:19 in Oriya 19 ପୁଣି, ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, ଆମ୍ଭେମାନେ ଯେପରି ନ ମରୁ, ଏଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର; କାରଣ ଆମ୍ଭେମାନେ ଆପଣାମାନଙ୍କର ସବୁ ପାପ ଉପରେ ଆପଣାମାନଙ୍କ ପାଇଁ ରାଜା ମାଗି ମନ୍ଦତା ବୃଦ୍ଧି କରିଅଛୁ।
1 Samuel 15:24 in Oriya 24 ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି।
1 Samuel 15:30 in Oriya 30 ତେବେ ସେ କହିଲେ, ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋ' ସଙ୍ଗେ ଫେରି ଆସ।
1 Kings 13:6 in Oriya 6 ସେତେବେଳେ ରାଜା ପରମେଶ୍ୱରଙ୍କ ଲୋକକୁ ଉତ୍ତର କରି କହିଲେ, “ଯେପରି ମୋହର ହସ୍ତ ପୂର୍ବ ପରି ହୁଏ, ଏଥିପାଇଁ ତୁମ୍ଭେ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ଅନୁଗ୍ରହ ନିବେଦନ କର ଓ ମୋ' ପାଇଁ ପ୍ରାର୍ଥନା କର। ତହିଁରେ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କଠାରେ ନିବେଦନ କରନ୍ତେ, ରାଜାଙ୍କର ହସ୍ତ ସୁସ୍ଥ ହୋଇ ପୂର୍ବ ପରି ହୋଇଗଲା।
Job 42:8 in Oriya 8 ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”
Job 42:10 in Oriya 10 ପୁଣି, ଆୟୁବ ଆପଣା ମିତ୍ରମାନଙ୍କ ପାଇଁ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାହାର ବନ୍ଦୀ ଅବସ୍ଥା ପରିବର୍ତ୍ତନ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ତାହାର ପୂର୍ବ ସମ୍ପଦର ଦ୍ୱିଗୁଣ ପ୍ରଦାନ କଲେ।
Psalm 78:34 in Oriya 34 ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ୱରଙ୍କ ଅନ୍ୱେଷଣ କଲେ।
Psalm 106:23 in Oriya 23 ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ, ମାତ୍ର ସେ ଯେପରି ସେମାନଙ୍କୁ ସଂହାର ନ କରିବେ, ଏଥିପାଇଁ ତାହାଙ୍କ କୋପ ଫେରାଇବା ନିମନ୍ତେ ତାହାଙ୍କ ମନୋନୀତ ମୋଶା ଭଗ୍ନସ୍ଥାନରେ ତାହାଙ୍କ ସମ୍ମୁଖରେ ଠିଆ ହେଲେ।
Jeremiah 15:1 in Oriya 1 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।
Jeremiah 37:3 in Oriya 3 ପୁଣି, ସିଦିକୀୟ ରାଜା ଶେଲିମୀୟର ପୁତ୍ର ଯିହୁଖଲକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇ କହିଲା, “ବିନୟ କରୁଅଛୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।”
Hosea 5:15 in Oriya 15 ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।
Matthew 27:4 in Oriya 4 ମୁଁ ନିର୍ଦ୍ଦୋଷ ରକ୍ତ ସମର୍ପଣ କରି ପାପ କରିଅଛି। କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି ?
Acts 8:24 in Oriya 24 ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋ ପ୍ରତି ନ ଘଟେ, ଏଥିପାଇଁ ଆପଣମାନେ ମୋ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ।
Romans 10:1 in Oriya 1 ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଇଶ୍ବରଙ୍କ ଛାମୁରେ ମୋହର ପ୍ରାର୍ଥନା।
James 5:16 in Oriya 16 ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ।