Numbers 23:23 in Oriya 23 ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ପରମେଶ୍ୱର କି କର୍ମ କରିଅଛନ୍ତି !
Other Translations King James Version (KJV) Surely there is no enchantment against Jacob, neither is there any divination against Israel: according to this time it shall be said of Jacob and of Israel, What hath God wrought!
American Standard Version (ASV) Surely there is no enchantment with Jacob; Neither is there any divination with Israel: Now shalt it be said of Jacob and of Israel, What hath God wrought!
Bible in Basic English (BBE) No evil power has effect against Jacob, no secret arts against Israel; at the right time it will be said of Jacob and of Israel, See what God has done!
Darby English Bible (DBY) For there is no enchantment against Jacob, neither is there any divination against Israel. At this time it shall be said of Jacob and of Israel, What hath ùGod wrought!
Webster's Bible (WBT) Surely there is no enchantment against Jacob, neither is there any divination against Israel: according to this time it shall be said of Jacob and of Israel, What hath God wrought!
World English Bible (WEB) Surely there is no enchantment with Jacob; Neither is there any divination with Israel: Now shall it be said of Jacob and of Israel, What has God done!
Young's Literal Translation (YLT) For no enchantment `is' against Jacob, Nor divination against Israel, At the time it is said of Jacob and Israel, What hath God wrought!
Cross Reference Numbers 22:6 in Oriya 6 ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ୍; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି, ତୁମ୍ଭେ ଯାହାକୁ ଅଭିଶାପ ଦିଅ, ସେ ଅଭିଶାପଗ୍ରସ୍ତ ହୁଏ।
Numbers 24:1 in Oriya 1 ଏଥିଉତ୍ତାରେ ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀୟମ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା।
Joshua 13:22 in Oriya 22 ଇସ୍ରାଏଲ-ସନ୍ତାନଗଣ ଖଡ଼୍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍କୁ ମଧ୍ୟ ବଧ କରିଥିଲେ।
Psalm 31:19 in Oriya 19 ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍ !
Psalm 64:9 in Oriya 9 ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।
Psalm 126:2 in Oriya 2 ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।”
Psalm 136:13 in Oriya 13 ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Isaiah 41:4 in Oriya 4 ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ୱାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି ? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ।
Isaiah 63:9 in Oriya 9 ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।
Daniel 9:15 in Oriya 15 ଏଣୁ ଏବେ ହେ ପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ବଳବାନ ହସ୍ତ ଦ୍ୱାରା ମିସର ଦେଶରୁ ଆପଣା ଲୋକମାନଙ୍କୁ ବାହାର କରି ଆଣି ଆଜିକାର ନ୍ୟାୟ କୀର୍ତ୍ତି ଲାଭ କରିଅଛ; ଆମ୍ଭେମାନେ ପାପ କରିଅଛୁ, ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।
Micah 6:4 in Oriya 4 ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।
Micah 7:15 in Oriya 15 ମିସର ଦେଶରୁ ତୁମ୍ଭର ବାହାର ହୋଇ ଆସିବା ଦିନର ନ୍ୟାୟ ଆମ୍ଭେ ତାହାକୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖାଇବା।
Matthew 12:25 in Oriya 25 କିନ୍ତୁ ସେ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ ତାହା ଧ୍ୱଂସ ହୋଇ ଯାଏ; ପୁଣି, ଯେକୌଣସି ନଗରରେ କିମ୍ବା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ।
Matthew 12:27 in Oriya 27 ମୁଁ ଯେବେ ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ବାହାର କରେ ତେବେ ତୁମ୍ଭମାନଙ୍କ ସନ୍ତାନଗଣ କାହା ସାହାଯ୍ୟରେ ସେମାନଙ୍କୁ ବାହାର କରନ୍ତି। ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ।
Matthew 16:18 in Oriya 18 ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ।
Luke 10:18 in Oriya 18 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ବିଜୁଳି ପରି ସ୍ୱର୍ଗରୁ ଶୟତାନକୁ ପଡ଼ିବା ମୁଁ ଦେଖୁଥିଲି।
John 11:47 in Oriya 47 ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କ'ଣ କରୁଅଛୁ ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି।
Acts 4:16 in Oriya 16 କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂୂଶାଲମ ନିବାସୀ ସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ;
Acts 5:12 in Oriya 12 ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ,
Acts 5:14 in Oriya 14 ପୁଣି, ଆହୁରି ଅଧିକ ଅନେକ ପୁରୁଷ ଓ ସ୍ତ୍ରୀ ବିଶ୍ୱାସ କରି ପ୍ରଭୁଙ୍କ ସହିତ ସଂଯୁକ୍ତ ହେବାକୁ ଲାଗିଲେ,
Acts 10:38 in Oriya 38 ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ।
Acts 15:12 in Oriya 12 ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୂଦୀମାନଙ୍କ ମଧ୍ୟରେ ଈଶ୍ୱର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ।
Romans 16:20 in Oriya 20 ଆଉ ଶାନ୍ତିଦାତା ଈଶ୍ୱର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।
Galatians 1:23 in Oriya 23 ସେମାନେ କେବଳ ଶୁଣୁଥିଲେ, ଯେଉଁ ବ୍ୟକ୍ତି ପୂର୍ବେ ଆମ୍ଭମାନଙ୍କୁ ତାଡ଼ନା କରୁଥିଲେ, ସେ ଥରେ ଯେଉଁ ବିଶ୍ୱାସମତକୁ ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲେ, ତାହା ଏବେ ପ୍ରଚାର କରୁଅଛନ୍ତି;
1 Thessalonians 1:8 in Oriya 8 କାରଣ ଥେସଲନୀକୀୟ ବିଶ୍ୱାସୀମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଇଶ୍ବରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ।
Revelation 12:9 in Oriya 9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।