Numbers 23:7 in Oriya 7 ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବ ଦିଗସ୍ଥିତ ପର୍ବତ-ଶ୍ରେଣୀରୁ ମୋତେ ଆଣିଅଛି; ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ; ପୁଣି, ଆସ, ଇସ୍ରାଏଲକୁ ଅଭିଶପ୍ତ କର।”
Other Translations King James Version (KJV) And he took up his parable, and said, Balak the king of Moab hath brought me from Aram, out of the mountains of the east, saying, Come, curse me Jacob, and come, defy Israel.
American Standard Version (ASV) And he took up his parable, and said, From Aram hath Balak brought me, The king of Moab from the mountains of the East: Come, curse me Jacob, And come, defy Israel.
Bible in Basic English (BBE) And in the words which the Lord had given him he said, From Aram Balak has sent for me, the king of Moab from the mountains of the East: come, put curses on Jacob for me and be angry with Israel.
Darby English Bible (DBY) And he took up his parable, and said, Balak the king of Moab hath brought me from Aram, from the mountains of the east: Come, curse me Jacob, and come, denounce Israel!
Webster's Bible (WBT) And he took up his parable, and said, Balak the king of Moab hath brought me from Aram, out of the mountains of the east, saying, Come, curse Jacob for me, and come, defy Israel.
World English Bible (WEB) He took up his parable, and said, From Aram has Balak brought me, The king of Moab from the mountains of the East: Come, curse me Jacob, Come, defy Israel.
Young's Literal Translation (YLT) And he taketh up his simile, and saith: `From Aram he doth lead me -- Balak king of Moab; From mountains of the east: Come -- curse for me Jacob, And come -- be indignant `with' Israel.
Cross Reference Genesis 10:22 in Oriya 22 ଶେମର ଏହି ସବୁ ସନ୍ତାନ, ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୂଦ ଓ ଅରାମ୍।
Genesis 28:2 in Oriya 2 ଉଠ, ପଦ୍ଦନ୍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର।
Genesis 28:7 in Oriya 7 ଆଉ ଯାକୁବ ଆପଣା ପିତାମାତାଙ୍କର ଆଜ୍ଞା ମାନି ପଦ୍ଦନ୍ ଅରାମକୁ ପ୍ରସ୍ଥାନ କରିଅଛି,
Numbers 22:5 in Oriya 5 ଏନିମନ୍ତେ ସେ ବିୟୋରର ପୁତ୍ର ବିଲୀୟମକୁ ଡାକିବା ପାଇଁ ଆପଣା ଲୋକମାନଙ୍କ ସନ୍ତାନଗଣର ଦେଶ-ନିକଟସ୍ଥ ନଦୀର ନିକଟବର୍ତ୍ତୀ ପଥୋର ନଗରକୁ ବାର୍ତ୍ତାବହ ପଠାଇ ଏହା କହିଲେ, “ଦେଖ, ମିସରରୁ ବାହାର ହୋଇ ଏକ ଜନତା ଆସିଅଛନ୍ତି; ଦେଖ, ସେମାନେ ପୃଥିବୀର ମୁଖ ଆଚ୍ଛନ୍ନ କରନ୍ତି; ପୁଣି, ଆମ୍ଭ ସମ୍ମୁଖରେ ବାସ କରନ୍ତି।”
Numbers 22:11 in Oriya 11 ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ି ଦେଇ ପାରିବା।”
Numbers 22:17 in Oriya 17 କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।
Numbers 23:18 in Oriya 18 ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହେ ବାଲାକ, ଉଠ, ଶ୍ରବଣ କର; ହେ ସିପ୍ପୋରର ପୁତ୍ର, ମୋ' କଥାରେ କର୍ଣ୍ଣପାତ କର।”
Numbers 24:3 in Oriya 3 ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି,
Numbers 24:15 in Oriya 15 ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;
Numbers 24:21 in Oriya 21 ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ।”
Numbers 24:23 in Oriya 23 ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହାୟ ହାୟ, ଯେତେବେଳେ ପରମେଶ୍ୱର ଏହା କରିବେ, ସେତେବେଳେ କିଏ ବଞ୍ଚିବ ?”
Deuteronomy 23:4 in Oriya 4 କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଆରାମ୍-ନହରୟିମସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମକୁ ବେତନ ଦେଲେ।
1 Samuel 17:10 in Oriya 10 ଆହୁରି ସେ ପଲେଷ୍ଟୀୟ କହିଲା, ଆଜି ମୁଁ ଇସ୍ରାଏଲର ସୈନ୍ୟଶ୍ରେଣୀକୁ ତୁଚ୍ଛ କରୁଅଛି; ମୋତେ ଜଣେ ଲୋକ ଦିଅ, ଆମ୍ଭେମାନେ ପରସ୍ପର ଯୁଦ୍ଧ କରିବୁ।
1 Samuel 17:25 in Oriya 25 ତହୁଁ ଇସ୍ରାଏଲ-ଲୋକମାନେ କହିଲେ, ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କ'ଣ ତୁମ୍ଭେମାନେ ଦେଖିଲ ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠିଆସିଅଛି; ପୁଣି, ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ କରମୁକ୍ତ କରିବେ।
1 Samuel 17:36 in Oriya 36 ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।
1 Samuel 17:45 in Oriya 45 ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, ତୁମ୍ଭେ ଖଡ଼୍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋ' କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି।
2 Samuel 21:21 in Oriya 21 ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟିର ପୁତ୍ର ଯୋନାଥନ ତାହାକୁ ବଧ କଲା।
2 Samuel 23:9 in Oriya 9 ପୁଣି ତାହା ଉତ୍ତାରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲୀୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ବୀରଙ୍କ ମଧ୍ୟରେ ଜଣେ ଥିଲା, ସେମାନେ ଯୁଦ୍ଧାର୍ଥେ ଏକତ୍ରିତ ପଲେଷ୍ଟୀୟମାନଙ୍କୁ ଧିକ୍କାର କରନ୍ତେ ଓ ଇସ୍ରାଏଲ-ଲୋକମାନେ ପଳାନ୍ତେ,
Job 27:1 in Oriya 1 ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,
Job 29:1 in Oriya 1 ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,
Psalm 78:2 in Oriya 2 ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି;
Proverbs 26:2 in Oriya 2 ଯେପରି ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ତାଳଚୋଞ୍ଚ ଉଡ଼ୁଥିବା ବେଳେ, ସେପରି ଅକାରଣରେ ଦତ୍ତ ଶାପ ନିକଟକୁ ଆସେ ନାହିଁ।
Ezekiel 17:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟରେ ଗୋଟିଏ ପ୍ରହେଳିକା ଉତ୍ଥାପନ କର ଓ ଏକ ଦୃଷ୍ଟାନ୍ତ କଥା କୁହ;
Ezekiel 20:49 in Oriya 49 ଏଥିରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ସେମାନେ ମୋ' ବିଷୟରେ କହନ୍ତି, ସେ ଲୋକ କି ଦୃଷ୍ଟାନ୍ତ-ବାକ୍ୟବାଦୀ ନୁହେଁ ?”
Micah 2:4 in Oriya 4 ସେହି ଦିନ ଲୋକମାନେ ତୁମ୍ଭ ବିରୁଦ୍ଧରେ ଗୋଟିଏ ପ୍ରବାଦ ଧରି ଅତିଶୟ ବିଳାପ କରିବେ, ଆଉ କହିବେ, ଆମ୍ଭମାନଙ୍କର ସର୍ବନାଶ ହେଲା; ସେ ଆମ୍ଭ ଲୋକମାନଙ୍କର ଅଧିକାର ହସ୍ତାନ୍ତର କରିଅଛନ୍ତି; ସେ କିପରି ଆମ୍ଭଠାରୁ ତାହା ଦୂର କରିଅଛନ୍ତି। ସେ ଆମ୍ଭମାନଙ୍କର କ୍ଷେତ୍ର ବିଭାଗ କରି ବିଦ୍ରୋହୀମାନଙ୍କୁ ଦେଇଅଛନ୍ତି।
Habakkuk 2:6 in Oriya 6 ସେମାନେ ସମସ୍ତେ କି ତାହା ବିରୁଦ୍ଧରେ ଉପମା-କଥା ଓ ପରିହାସଜନକ ପ୍ରବାଦ ଧରି କହିବେ ନାହିଁ ? ଯଥା, ପର ଧନରେ ଯେ ଆପଣାକୁ ବର୍ଦ୍ଧିଷ୍ଣୁ କରେ, ସେ ସନ୍ତାପର ପାତ୍ର ! କେତେ କାଳ ? ବନ୍ଧକି ଦ୍ରବ୍ୟରେ ଯେ ଆପଣାକୁ ଭାରଗ୍ରସ୍ତ କରେ, ସେ ସନ୍ତାପର ପାତ୍ର !
Matthew 13:33 in Oriya 33 ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, ସ୍ୱର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ନେଇ ମହଣେ ମଇଦା ମଧ୍ୟରେ ଘୋଡ଼େଇ ରଖିଲା ଆଉ ସେ ଶେଷରେ ସମସ୍ତ ଖମୀରମୟ ହେଲା।
Matthew 13:35 in Oriya 35 ଯେପରି ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ୱାରା କଥା କହିବା, ଜଗତ ସୃଷ୍ଟି ଦିନରୁ ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା।
Mark 12:12 in Oriya 12 ଏଥିରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଯୀଶୁଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ।