Numbers 24:17 in Oriya 17 ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ କଳହର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।
Other Translations King James Version (KJV) I shall see him, but not now: I shall behold him, but not nigh: there shall come a Star out of Jacob, and a Sceptre shall rise out of Israel, and shall smite the corners of Moab, and destroy all the children of Sheth.
American Standard Version (ASV) I see him, but not now; I behold him, but not nigh: There shall come forth a star out of Jacob, And a sceptre shall rise out of Israel, And shall smite through the corners of Moab, And break down all the sons of tumult.
Bible in Basic English (BBE) I see him, but not now: looking on him, but not near: a star will come out of Jacob, and a rod of authority out of Israel, sending destruction to the farthest limits of Moab and on the head of all the sons of Sheth.
Darby English Bible (DBY) I shall see him, but not now; I shall behold him, but not nigh: There cometh a Star out of Jacob, and a Sceptre shall rise out of Israel, and he shall cut in pieces the corners of Moab, and destroy all the sons of tumult.
Webster's Bible (WBT) I shall see him, but not now: I shall behold him, but not nigh: there shall come a Star out of Jacob, and a Scepter shall rise out of Israel, and shall smite the corners of Moab, and destroy all the children of Sheth.
World English Bible (WEB) I see him, but not now; I see him, but not near: There shall come forth a star out of Jacob, A scepter shall rise out of Israel, Shall strike through the corners of Moab, Break down all the sons of tumult.
Young's Literal Translation (YLT) I see it, but not now; I behold it, but not near; A star hath proceeded from Jacob, And a sceptre hath risen from Israel, And hath smitten corners of Moab, And hath destroyed all sons of Sheth.
Cross Reference Genesis 4:25 in Oriya 25 ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
Genesis 5:3 in Oriya 3 ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ।
Genesis 49:10 in Oriya 10 ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
Numbers 21:29 in Oriya 29 ହେ ମୋୟାବ, ତୁମ୍ଭର ସନ୍ତାପ ହେଲା ! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;
1 Samuel 14:38 in Oriya 38 ତହିଁରେ ଶାଉଲ କହିଲେ, ହେ ଲୋକମାନଙ୍କ ପ୍ରଧାନ ସମସ୍ତେ, ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହୁଅ; ଆଜିର ଏହି ପାପ କିପରି ହେଲା, ଏହା ବିବେଚନା କରି ଦେଖ।
2 Samuel 8:2 in Oriya 2 ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ତାଙ୍କୁ କର ଦେଲେ।
2 Kings 3:5 in Oriya 5 ମାତ୍ର ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବର ରାଜା ଇସ୍ରାଏଲର ରାଜାଙ୍କ ବିରୁଦ୍ଧରେ ଦ୍ରୋହାଚରଣ କଲା।
2 Kings 3:26 in Oriya 26 ସେ ସମୟରେ ମୋୟାବର ରାଜା ଆପଣା ପକ୍ଷରେ ଯୁଦ୍ଧ ଅତି ଅସହ୍ୟ ଦେଖି, ସେ ଇଦୋମର ରାଜା ନିକଟକୁ ଭେଦ କରି ଯିବା ପାଇଁ ଆପଣା ସଙ୍ଗେ ସାତ ଶହ ଖଡ଼୍ଗଧାରୀ ଲୋକ ନେଲା; ମାତ୍ର ସେମାନେ ପାରିଲେ ନାହିଁ।
1 Chronicles 18:2 in Oriya 2 ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ।
Job 19:25 in Oriya 25 ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;
Psalm 45:6 in Oriya 6 ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ; ତୁମ୍ଭର ରାଜଦଣ୍ଡ ନ୍ୟାୟଦଣ୍ଡ ଅଟେ।
Psalm 72:8 in Oriya 8 ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ।
Psalm 78:70 in Oriya 70 ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ।
Psalm 110:2 in Oriya 2 “ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।
Isaiah 9:7 in Oriya 7 ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ।
Isaiah 15:1 in Oriya 1 ମୋୟାବ ବିଷୟକ ଭବିଷ୍ୟତ ବାଣୀ। ମୋୟାବର ଆରନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।
Jeremiah 48:45 in Oriya 45 ଯେଉଁମାନେ ପଳାଇ ଗଲେ, ସେମାନେ ବଳହୀନ ହୋଇ ହିଶ୍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଶ୍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି।
Zechariah 10:4 in Oriya 4 ତାଙ୍କଠାରୁ କୋଣର ପ୍ରସ୍ତର, ତାଙ୍କଠାରୁ ପ୍ରେକ, ତାଙ୍କଠାରୁ ଯୁଦ୍ଧଧନୁ, ତାଙ୍କଠାରୁ ପ୍ରତ୍ୟେକ ଶାସନକାରୀ ଏକତ୍ର ଉତ୍ପନ୍ନ ହେବେ।
Zechariah 12:10 in Oriya 10 ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।
Matthew 2:2 in Oriya 2 “ଯିହୂଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ ? କାରଣ ଆମ୍ଭେମାନେ ପୂର୍ବଦେଶରେ ତାହାଙ୍କ ତାରା ଦେଖି ତାହାଙ୍କୁ ପ୍ରଣାମ କରିବାକୁ ଆସିଅଛୁ।”
Luke 1:32 in Oriya 32 ସେ ମହାନ ହେବେ ଓ ମହାନ ଇଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ୱର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ,
Luke 1:78 in Oriya 78 ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ୱରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ ସ୍ୱର୍ଗରୁ ଆମ୍ଭମାନଙ୍କ ପ୍ରତି ସୂର୍ଯ୍ୟ ଉଦୟ ହେଲା ପରି ହେବ,
Hebrews 1:8 in Oriya 8 ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ।”
2 Peter 1:19 in Oriya 19 ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।
Jude 1:11 in Oriya 11 ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।
Jude 1:14 in Oriya 14 ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ,
Revelation 1:7 in Oriya 7 ଦେଖ ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ ଆମେନ୍।
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।
Revelation 22:16 in Oriya 16 ଆମ୍ଭେ ଯୀଶୁ, ମଣ୍ଡଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ। ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା।