Numbers 25:13 in Oriya 13 ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣଙ୍କ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ହେବ; କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ ଅନ୍ତର୍ଜ୍ୱାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲା।
Other Translations King James Version (KJV) And he shall have it, and his seed after him, even the covenant of an everlasting priesthood; because he was zealous for his God, and made an atonement for the children of Israel.
American Standard Version (ASV) and it shall be unto him, and to his seed after him, the covenant of an everlasting priesthood; because he was jealous for his God, and made atonement for the children of Israel.
Bible in Basic English (BBE) And by this agreement, he and his sons after him have the right to be priests for ever; because, by his care for the honour of his God, he took away the sin of the children of Israel.
Darby English Bible (DBY) And he shall have it, and his seed after him, the covenant of an everlasting priesthood; because he was jealous for his God, and made atonement for the children of Israel.
Webster's Bible (WBT) And he shall have it, and his seed after him, even the covenant of an everlasting priesthood; because he was zealous for his God, and made an atonement for the children of Israel.
World English Bible (WEB) and it shall be to him, and to his seed after him, the covenant of an everlasting priesthood; because he was jealous for his God, and made atonement for the children of Israel.
Young's Literal Translation (YLT) and it hath been to him and to his seed after him a covenant of a priesthood age-during, because that he hath been zealous for his God, and doth make atonement for the sons of Israel.'
Cross Reference Exodus 29:9 in Oriya 9 ପୁଣି, ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ୱାରା ଯାଜକତ୍ୱ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ।
Exodus 32:30 in Oriya 30 ତହିଁ ପର ଦିନ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯଦି ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି।”
Exodus 40:15 in Oriya 15 ପୁଣି, ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ୱର ମୂଳ ହେବ।
Numbers 16:46 in Oriya 46 ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।”
Joshua 7:12 in Oriya 12 ଏଥିଲାଗି ଇସ୍ରାଏଲ-ସନ୍ତାନଗଣ ବର୍ଜିତ ହେବାରୁ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇପାରୁ ନାହାନ୍ତି, ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରୁ ପିଠି କରି ଫେରୁ ଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟରୁ ସେହି ବର୍ଜିତ ବସ୍ତୁ ଉତ୍ପାଟନ ନ କଲେ, ଆମ୍ଭେ ଆଉ ତୁମ୍ଭମାନଙ୍କ ସଙ୍ଗରେ ରହିବା ନାହିଁ।
1 Samuel 2:30 in Oriya 30 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।
2 Samuel 21:3 in Oriya 3 ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି ?”
1 Kings 2:27 in Oriya 27 ଏନିମନ୍ତେ ସଦାପ୍ରଭୁ ଶୀଲୋରେ ଏଲିର ବଂଶ ବିଷୟରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟ ସିଦ୍ଧ କରିବା ପାଇଁ ଶଲୋମନ ଅବୀୟାଥରକୁ ସଦାପ୍ରଭୁଙ୍କ ଯାଜକ କର୍ମରୁ ଦୂର କରିଦେଲେ।
1 Kings 19:10 in Oriya 10 ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ଼୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋ' ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”
1 Kings 19:14 in Oriya 14 ତହୁଁ ସେ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭ ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ଼୍ଗରେ ବଧ କଲେ; ତହିଁରେ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋହର ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”
1 Chronicles 6:4 in Oriya 4 ଇଲୀୟାସର ପୀନହସ୍କୁ ଜାତ କଲା, ପୀନହସ୍ ଅବିଶୂୟକୁ ଜାତ କଲା;
1 Chronicles 6:50 in Oriya 50 ହାରୋଣଙ୍କର ସନ୍ତାନଗଣ; ହାରୋଣଙ୍କର ପୁତ୍ର ଇଲୀୟାସର, ତାହାର ପୁତ୍ର ପିନହସ୍, ତାହାର ପୁତ୍ର ଅବୀଶୂୟ
Psalm 69:9 in Oriya 9 କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋ' ଉପରେ ପଡ଼ିଅଛି।
Psalm 106:31 in Oriya 31 ଏଣୁ ତାହା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା।
Psalm 119:139 in Oriya 139 ମୋହର ଉଦ୍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରି ଅଛନ୍ତି।
Isaiah 61:6 in Oriya 6 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ।
Jeremiah 33:18 in Oriya 18 କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ, ଭକ୍ଷ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ।”
Jeremiah 33:22 in Oriya 22 ଆକାଶମଣ୍ଡଳସ୍ଥ ସୈନ୍ୟଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା।'”
John 2:17 in Oriya 17 ତୁମ୍ଭ ଗୃହ ନିମନ୍ତେ ଉଦ୍ଯୋଗ ମୋତେ ଗ୍ରାସ କରିବ, ଏହା ଲେଖାଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା।
Acts 22:3 in Oriya 3 ସେଥିରେ ସେ କହିଲେ, ମୁଁ ଜଣେ ଯିହୂଦୀ, କିଲିକିଆର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ମୋଶାଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍ଯୋଗୀ ଅଟନ୍ତି, ଇଶ୍ବରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍ଯୋଗୀ ଥିଲି;
Romans 10:2 in Oriya 2 କାରଣ ଇଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍ଯୋଗ ଜ୍ଞାନଯୁକ୍ତ ନୁହେଁ।
Hebrews 2:17 in Oriya 17 ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଇଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।
Hebrews 7:11 in Oriya 11 ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ଵ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ଵ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କ'ଣ ଆବଶ୍ୟକ ଥିଲା ?
Hebrews 7:17 in Oriya 17 କାରଣ ତାହାଙ୍କ ସମ୍ବନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, ତୁମ୍ଭେ ମଲ୍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।
1 Peter 2:5 in Oriya 5 ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଇଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
1 John 2:2 in Oriya 2 ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।
Revelation 1:6 in Oriya 6 ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ୱର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତି କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।