Numbers 28:2 in Oriya 2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ତୁମ୍ଭେମାନେ ଆମ୍ଭର ତୁଷ୍ଟିଜନକ ଆଘ୍ରାଣାର୍ଥେ ଆମ୍ଭର ଉପହାର, ଅର୍ଥାତ୍, ଆମ୍ଭ ଉଦ୍ଦେଶ୍ୟରେ ଅଗ୍ନିକୃତ ନାନା ନୈବେଦ୍ୟାର୍ଥକ ଆମ୍ଭର ଯେଉଁ ଭକ୍ଷ୍ୟ, ତାହା ତହିଁର ନିରୂପିତ ସମୟରେ ଉତ୍ସର୍ଗ କରିବାକୁ ମନୋଯୋଗ କରିବ।
Other Translations King James Version (KJV) Command the children of Israel, and say unto them, My offering, and my bread for my sacrifices made by fire, for a sweet savor unto me, shall ye observe to offer unto me in their due season.
American Standard Version (ASV) Command the children of Israel, and say unto them, My oblation, my food for my offerings made by fire, of a sweet savor unto me, shall ye observe to offer unto me in their due season.
Bible in Basic English (BBE) Give orders to the children of Israel and say to them, Let it be your care to give me my offerings at their regular times, the food of the offerings made by fire to me for a sweet smell.
Darby English Bible (DBY) Command the children of Israel, and say unto them, My offering, my bread for my offerings by fire of sweet odour to me, shall ye take heed to present to me at their set time.
Webster's Bible (WBT) Command the children of Israel, and say to them, My offering, and my bread for my sacrifices made by fire, for a sweet savor to me, shall ye observe to offer to me in their due season.
World English Bible (WEB) Command the children of Israel, and tell them, My offering, my food for my offerings made by fire, of a sweet savor to me, shall you observe to offer to me in their due season.
Young's Literal Translation (YLT) `Command the sons of Israel, and thou hast said unto them, My offering, My bread for My fire-offerings, My sweet fragrance, ye take heed to bring near to Me in its appointed season.
Cross Reference Genesis 8:21 in Oriya 21 ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।
Exodus 23:15 in Oriya 15 ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ; ଆମ୍ଭ ଆଜ୍ଞାନୁସାରେ ଆବୀବ୍ ମାସର ନିରୂପିତ ସମୟରେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ଯେହେତୁ ତୁମ୍ଭେ ସେହି ସମୟରେ ମିସର ଦେଶରୁ ମୁକ୍ତି ପାଇଅଛ; ପୁଣି, କେହି ରିକ୍ତ ହସ୍ତରେ ଆମ୍ଭ ନିକଟରେ ଉପସ୍ଥିତ ହେବ ନାହିଁ।
Exodus 29:18 in Oriya 18 ପୁଣି, ତୁମ୍ଭେ ସମ୍ପୂର୍ଣ୍ଣ ମେଷକୁ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।
Leviticus 1:9 in Oriya 9 ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
Leviticus 1:13 in Oriya 13 ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ସେହି ସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
Leviticus 1:17 in Oriya 17 ଆଉ, ପକ୍ଷମୂଳ ଚିରିବ, ମାତ୍ର ଦ୍ୱିଖଣ୍ଡ କରିବ ନାହିଁ; ପୁଣି ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ଦଗ୍ଧ କରିବ, ତହିଁରେ ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
Leviticus 3:11 in Oriya 11 ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ।
Leviticus 21:6 in Oriya 6 ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ।
Leviticus 21:8 in Oriya 8 ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ।
Numbers 9:2 in Oriya 2 “ଇସ୍ରାଏଲ-ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ;
Numbers 9:7 in Oriya 7 ସେହି ଲୋକମାନେ ତାଙ୍କୁ କହିଲେ, “ଆମ୍ଭେମାନେ ମନୁଷ୍ୟର ଶବ ଦ୍ୱାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କି କାରଣରୁ ଆମ୍ଭେମାନେ ନିବାରିତ ହେଉଅଛୁ ?”
Numbers 9:13 in Oriya 13 ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷାନ୍ତ ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥିପାଇଁ ସେହି ମନୁଷ୍ୟ ଆପଣା ପାପ ବହିବ;
Numbers 15:3 in Oriya 3 ପୁଣି, ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;
Numbers 15:7 in Oriya 7 ପୁଣି, ତୁମ୍ଭେ ପେୟ ନୈବେଦ୍ୟ ନିମନ୍ତେ ଏକ ହିନର ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ।
Numbers 15:24 in Oriya 24 ଯଦି ତାହା ମଣ୍ଡଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ଡଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ।
Psalm 81:3 in Oriya 3 ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ।
Ezekiel 16:19 in Oriya 19 ମଧ୍ୟ ସରୁ ମଇଦା, ତୈଳ ଓ ମଧୁ, ଆଦି ଆମ୍ଭର ଯେଉଁ ଖାଦ୍ୟ ଦ୍ୱାରା ଆମ୍ଭେ ତୁମ୍ଭକୁ ପ୍ରତିପାଳନ କଲୁ, ତାହା ତୁମ୍ଭେ ସୌରଭାର୍ଥେ ସେମାନଙ୍କ ସମ୍ମୁଖରେ ରଖିଲ, ଆଉ ଏପ୍ରକାର ହୋଇଥିଲା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Ezekiel 20:41 in Oriya 41 ଯେଉଁ ସମୟରେ ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ବାହାର କରି ଆଣିବା ଓ ଯେଉଁ ଯେଉଁ ଦେଶରେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ରହିଅଛ, ସେହିସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସୁଗନ୍ଧିଯୁକ୍ତ ଆଘ୍ରାଣାର୍ଥକ ଦ୍ରବ୍ୟ ତୁଲ୍ୟ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କଠାରେ ଗୋଷ୍ଠୀଗଣର ସାକ୍ଷାତରେ ପବିତ୍ରୀକୃତ ହେବା।
Malachi 1:7 in Oriya 7 ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୁଟି ଉତ୍ସର୍ଗ କରି, ତଥାପି ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ, ଏହା କହି, ତାହା କରୁଅଛ।
Malachi 1:12 in Oriya 12 ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍, ତାହାଙ୍କର ଖାଦ୍ୟ ତୁଚ୍ଛ, ଏହା କହି ତୁମ୍ଭେମାନେ ସେହି ନାମକୁ ଅଶୁଚି କରୁଅଛ।
2 Corinthians 2:15 in Oriya 15 କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଇଶ୍ବରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ,
Ephesians 5:2 in Oriya 2 ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।
Philippians 4:18 in Oriya 18 ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହି ସବୁ ମୋ' ପାଇଁ ଯଥେଷ୍ଟ; ସେହି ସବୁ ଇଶ୍ବରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ।