Numbers 29 in Oriya

1 ଆଉ ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହି ଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ୱନିର ଦିନ।

2 ପୁଣି, ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁନ୍ତ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ;

3 ଆଉ ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ

4 ଓ ସାତ ମେଷବତ୍ସର ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଉତ୍ସର୍ଗ କରିବ;

5 ପୁଣି, ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ।

6 ଏହି ସମସ୍ତ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ-ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ପୁଣି, ବିଧିମତେ ଉଭୟର ପେୟ-ନୈବେଦ୍ୟ, ବ୍ୟତୀତ ଉତ୍ସର୍ଗ କରିବ।

7 ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ;

8 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁନ୍ତ ହେବେ;

9 ପୁଣି, ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ

10 ଓ ସାତ ମେଷବତ୍ସର ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା;

11 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି, ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

12 ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି, ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ।

13 ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁନ୍ତ ହେବେ।

14 ପୁଣି, ତହିଁର ଭକ୍ଷ୍ୟ-ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ

15 ଓ ଚଉଦ ମେଷବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା;

16 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

17 ଆଉ ଦ୍ୱିତୀୟ ଦିନରେ ନିଖୁନ୍ତ ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,

18 ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

19 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ- ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

20 ଆଉ ତୃତୀୟ ଦିନରେ ନିଖୁନ୍ତ ଏଗାର ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,

21 ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

22 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

23 ଆଉ ଚତୁର୍ଥ ଦିନରେ ନିଖୁନ୍ତ ଦଶ ଗୋବତ୍ସ, ଦୁଇ ମେଷ, ଏକବର୍ଷୀୟ ଚଉଦ ମେଷବତ୍ସ,

24 ଗୋବତ୍ସର, ମେଷର, ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

25 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

26 ଆଉ ପଞ୍ଚମ ଦିନରେ ନିଖୁନ୍ତ ନଅ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,

27 ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

28 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ- ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

29 ଆଉ ଷଷ୍ଠ ଦିନରେ ନିଖୁନ୍ତ ଆଠ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,

30 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

31 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

32 ଆଉ ସପ୍ତମ ଦିନରେ ନିଖୁନ୍ତ ସାତ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,

33 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

34 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

35 ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।

36 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁନ୍ତ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ,

37 ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,

38 ପୁଣି, ପାପାର୍ଥକ ବଳିରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

39 ତୁମ୍ଭେମାନେ ଏହି ସମସ୍ତ, ଆପଣା ଆପଣା ମାନତ, ସ୍ୱେଚ୍ଛାଦତ୍ତ ଉପହାର ସମ୍ବନ୍ଧୀୟ ତୁମ୍ଭମାନଙ୍କ ହୋମବଳି, ତୁମ୍ଭମାନଙ୍କ ଭକ୍ଷ୍ୟ-ନୈବେଦ୍ୟ, ତୁମ୍ଭମାନଙ୍କ ପେୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି ବ୍ୟତୀତ ନିରୂପିତ ପର୍ବମାନଙ୍କରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।

40 ସଦାପ୍ରଭୁ ମୋଶାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଲେ, ମୋଶା ସେହି ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କୁ କହିଲେ।