Numbers 30:2 in Oriya 2 କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ।
Other Translations King James Version (KJV) If a man vow a vow unto the LORD, or swear an oath to bind his soul with a bond; he shall not break his word, he shall do according to all that proceedeth out of his mouth.
American Standard Version (ASV) When a man voweth a vow unto Jehovah, or sweareth an oath to bind his soul with a bond, he shall not break his word; he shall do according to all that proceedeth out of his mouth.
Bible in Basic English (BBE) And Moses said to the heads of the tribes of the children of Israel, This is the order of the Lord.
Darby English Bible (DBY) If a man vow a vow to Jehovah, or swear an oath to bind his soul with a bond, he shall not break his word; according to all that hath gone out of his mouth shall he do.
Webster's Bible (WBT) And Moses spoke to the heads of the tribes concerning the children of Israel, saying, This is the thing which the LORD hath commanded.
World English Bible (WEB) When a man vows a vow to Yahweh, or swears an oath to bind his soul with a bond, he shall not break his word; he shall do according to all that proceeds out of his mouth.
Young's Literal Translation (YLT) `When a man voweth a vow to Jehovah, or hath sworn an oath to bind a bond on his soul, he doth not pollute his word; according to all that is going out from his mouth he doth.
Cross Reference Genesis 28:20 in Oriya 20 ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ,
Exodus 20:7 in Oriya 7 ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।
Leviticus 5:4 in Oriya 4 ଅଥବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବିଚାରହୀନତା ପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବିଚାରହୀନତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ।
Leviticus 27:2 in Oriya 2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ।
Numbers 21:2 in Oriya 2 ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ଯଦି ଆମ୍ଭେ ସେମାନଙ୍କ ନଗରସବୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା।”
Numbers 30:3 in Oriya 3 ମଧ୍ୟ କୌଣସି ସ୍ତ୍ରୀ ଯଦି ଯୌବନାବସ୍ଥାରେ ଆପଣା ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ ଓ ବ୍ରତ ଦ୍ୱାରା ଆପଣାକୁ ଆବଦ୍ଧ କରେ,
Numbers 30:10 in Oriya 10 ଆଉ ସେ ଯଦି ସ୍ୱାମୀର ଗୃହରେ ମାନତ କରିଥାଏ, ଅବା ଶପଥପୂର୍ବକ ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିଥାଏ,
Deuteronomy 23:21 in Oriya 21 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ବ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ।
Judges 11:11 in Oriya 11 ଏଥିରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗ ସହିତ ଗଲେ, ଆଉ ଲୋକମାନେ ତାଙ୍କୁ ଆପଣାମାନଙ୍କର ମସ୍ତକ ସ୍ୱରୂପ ଓ ଶାସନକର୍ତ୍ତା କଲେ; ପୁଣି ଯିପ୍ତହ ମିସ୍ପୀରେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣାର ସମସ୍ତ କଥା କହିଲେ।
Judges 11:30 in Oriya 30 ସେ ସମୟରେ ଯିପ୍ତହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ ମନାସି କହିଲେ, ଯେବେ ତୁମ୍ଭେ ଅମ୍ମୋନ ସନ୍ତାନମାନଙ୍କୁ ନିଃସନ୍ଦେହ ମୋହର ହସ୍ତରେ ସମର୍ପଣ କରିବ,
Judges 11:35 in Oriya 35 ସେତେବେଳେ ସେ ଆପଣା କନ୍ୟାକୁ ଦେଖି ଆପଣା ବସ୍ତ୍ର ଚିରି କହିଲେ, “ହାୟ, ହାୟ, ଆମ୍ଭର କନ୍ୟେ ! ତୁମ୍ଭେ ମୋତେ ଘୋର ସନ୍ତାପରେ ପକାଇଲ, ତୁମ୍ଭେ ମୋହର ଦୁଃଖଦାୟୀମାନଙ୍କ ମଧ୍ୟରେ ଜଣେ ହେଲ; କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛି, ଆଉ ପଛକୁ ହଟି ନ ପାରେ।”
Judges 11:39 in Oriya 39 ପୁଣି, ଦୁଇ ମାସ ଶେଷରେ ସେ ଆପଣା ପିତା ନିକଟକୁ ଫେରି ଆସିଲା, ତହିଁରେ ପିତା ଆପଣା ମନାସିଲାର ମାନତ ଅନୁସାରେ ତାହା ପ୍ରତି କଲେ। ସେ ପୁରୁଷର ପରିଚୟ ପାଇ ନ ଥିଲା।
Job 22:27 in Oriya 27 ତୁମ୍ଭେ ତାହାଙ୍କ ନିକଟରେ ପ୍ରାର୍ଥନା କରିବ ଓ ସେ ତୁମ୍ଭ କଥା ଶୁଣିବେ ଓ ତୁମ୍ଭେ ଆପଣା ମାନତ ପରିଶୋଧ କରିବ।
Psalm 15:3 in Oriya 3 ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ।
Psalm 22:25 in Oriya 25 ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସା ଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି।
Psalm 50:14 in Oriya 14 ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
Psalm 55:20 in Oriya 20 ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି; ସେ ଆପଣା ନିୟମ ଲଙ୍ଘନ କରିଅଛି।
Psalm 56:12 in Oriya 12 ହେ ପରମେଶ୍ୱର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି।
Psalm 66:13 in Oriya 13 ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ
Psalm 76:11 in Oriya 11 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ।
Psalm 116:14 in Oriya 14 ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ ଆପଣା ମାନତ ପୂର୍ଣ୍ଣ କରିବି।
Psalm 116:18 in Oriya 18 ମୁଁ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ, ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ,
Psalm 119:106 in Oriya 106 ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି।
Proverbs 20:25 in Oriya 25 ଏହା ପବିତ୍ର ବୋଲି ହଠାତ୍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।
Ecclesiastes 5:4 in Oriya 4 ତୁମ୍ଭେ ପରମେଶ୍ୱରଙ୍କ ନିକଟରେ ମାନତ କଲେ, ତାହା ପରିଶୋଧ କରିବାକୁ ବିଳମ୍ବ କର ନାହିଁ; କାରଣ ମୂର୍ଖମାନଙ୍କଠାରେ ତାହାଙ୍କର ସନ୍ତୋଷ ନାହିଁ; ତୁମ୍ଭେ ଯାହା ମାନତ କର, ତାହା ପରିଶୋଧ କର।
Nahum 1:15 in Oriya 15 ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କର; କାରଣ ସେହି ଶତ୍ରୁଗଣ ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବେ ନାହିଁ; ଯେହେତୁ ସେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛନ୍ତି।
Matthew 5:33 in Oriya 33 ପୁଣି, ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ତୁମ୍ଭେ ମିଥ୍ୟା ଶପଥ କର ନାହିଁ ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ।
Matthew 14:7 in Oriya 7 ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ, ସେ ଯାହା କିଛି ମାଗିବ, ସେ ତାହାକୁ ତାହା ଦେବେ।
Matthew 23:16 in Oriya 16 ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ବାରା ବନ୍ଧା।
Matthew 23:18 in Oriya 18 ଆହୁରି କହୁଥାଅ, କେହି ବେଦିର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ତାହା ଉପରେ ଥିବା ନୈବେଦ୍ୟର ଶପଥ କରେ, ସେ ତଦ୍ବାରା ବନ୍ଧା।
Acts 23:12 in Oriya 12 ଦିନ ହୁଅନ୍ତେ ଯିହୂଦୀମାନେ ଦଳବଦ୍ଧ ହୋଇ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ, ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି, ଶପଥରେ ନିଜ ନିଜକୁ ଆବଦ୍ଧ କଲେ।
Acts 23:14 in Oriya 14 ସେମାନେ ପ୍ରଧାନ ଯାଜକ ଓ ପ୍ରାଚୀନମାନଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ କିଛି ଖାଇବୁ ନାହିଁ ବୋଲି ନିଜ ନିଜକୁ ଦୃଢ଼ ଶପଥରେ ଆବଦ୍ଧ କରିଅଛୁ।
Acts 23:21 in Oriya 21 ଏଣୁ ଆପଣ ସେମାନଙ୍କ କଥାରେ ସମ୍ମତ ହେବେ ନାହିଁ, କାରଣ ତାହାଙ୍କୁ ବଧ ନ କରିବା ଯାଏ ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ନିଜ ନିଜକୁ ଶପଥରେ ଆବଦ୍ଧ କରି ଚାଳିଶ ଜଣରୁ ଅଧିକ ଲୋକ ତାହାଙ୍କୁ ଛକି ରହିଅଛନ୍ତି, ଆଉ ଏବେ ସେମାନେ ଆପଣଙ୍କଠାରୁ ଅନୁମତି ପାଇବା ନିମନ୍ତେ ଅପେକ୍ଷା କରି ପ୍ରସ୍ତୁତ ହୋଇ ରହିଅଛନ୍ତି।
2 Corinthians 1:23 in Oriya 23 କିନ୍ତୁ ମୁଁ ଈଶ୍ୱରଙ୍କୁ ସାକ୍ଷୀ ମାନି ମୋ' ପ୍ରାଣର ଶପଥ କରୁଅଛି ଯେ, ତୁମ୍ଭମାନଙ୍କ ପ୍ରତି ଦୟା ବହି ମୁଁ କରିନ୍ଥକୁ ପୁନର୍ବାର ଯାଇ ନାହିଁ।
2 Corinthians 9:9 in Oriya 9 ଯେପରି ଲେଖା ଅଛି, “ସେ ମୁକ୍ତ ହସ୍ତରେ ବିତରଣ କରିଅଛି, ସେ ଦରିଦ୍ରମାନଙ୍କୁ ଦାନ ଦେଇଅଛି, ତାହାର ଧାର୍ମିକତା ଅନନ୍ତକାଳସ୍ଥାୟୀ।”