Numbers 34 in Oriya

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

2 “ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,

3 ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସିନ୍‍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରର ପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।

4 ପୁଣି, ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସିନ୍‍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍‍ସର-ଅଦରକୁ ଆସି ଅସ୍‍ମୋନ ପର୍ଯ୍ୟନ୍ତ ଯିବ।

5 ଏଉତ୍ତାରେ ସେହି ସୀମା ଅସ୍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ଓ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ।

6 ଆଉ ମହାସମୁଦ୍ର ଓ ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ।

7 ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ;

8 ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି, ସେଠାରୁ ସେହି ସୀମା ସଦାଦ୍‍ ନିକଟରେ ଶେଷ ହେବ।

9 ପୁଣି, ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍‍ସର-ଐନନରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ।

10 ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍‍ସର-ଐନନଠାରୁ ଶଫାମ୍‍ ପର୍ଯ୍ୟନ୍ତ ଚିହ୍ନିତ କରିବ।

11 ତହୁଁ ସେହି ସୀମା ଶଫାମ୍‍ଠାରୁ ଐନନର ପୂର୍ବ ଦିଗ ହୋଇ ରିବ୍‍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍‍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ।

12 ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।”

13 ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।

14 କାରଣ ରୁବେନ-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;

15 ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି।”

16 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

17 “ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ।

18 ପୁଣି, ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ।

19 ପୁଣି, ସେହି ଲୋକମାନଙ୍କର ନାମ ଏହି; ଯିହୂଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ,

20 ଓ ଶିମୀୟୋନର ସନ୍ତାନମାନଙ୍କ ବଂଶୀୟ ଅମ୍ମୀହୂଦର ପୁତ୍ର ଶମୂୟେଲ।

21 ବିନ୍ୟାମୀନ ବଂଶୀୟ କିଶଲୋନର ପୁତ୍ର ଇଲୀଦଦ୍‍।

22 ଆଉ ଦାନ-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଯଗ୍‍ଲିର ପୁତ୍ର ବୁକ୍‍କି।

23 ଯୋଷେଫ-ସନ୍ତାନଗଣ ମଧ୍ୟରୁ; ମନଃଶି ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଏଫୋଦର ପୁତ୍ର ହନ୍ନୀୟେଲ।

24 ପୁଣି, ଇଫ୍ରୟିମ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶିପ୍ତନର ପୁତ୍ର କମୂୟେଲ।

25 ଆଉ ସବୂଲୂନ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ପର୍ଣ୍ଣକର ପୁତ୍ର ଇଲୀଷାଫନ୍‍,

26 ଓ ଇଷାଖର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅସ୍‍ସନର ପୁତ୍ର ପଲ୍‍ଟିୟେଲ,

27 ଓ ଆଶେର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶଲୋମିର ପୁତ୍ର ଅହୀହୂଦ୍‍।

28 ନପ୍ତାଲି-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅମ୍ମୀହୂଦର ପୁତ୍ର ପଦହେଲ୍।

29 କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ।