Obadiah 1:1 in Oriya 1 ଓବଦିୟଙ୍କ ଦର୍ଶନ। ପ୍ରଭୁ, ସଦାପ୍ରଭୁ ଇଦୋମ ବିଷୟରେ ଏହି କଥା କହନ୍ତି; ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟରୁ ସମାଚାର ଶୁଣିଅଛୁ ଓ ଗୋଷ୍ଠୀଗଣ ମଧ୍ୟକୁ ଏକ ଦୂତ ପ୍ରେରିତ ହୋଇଅଛି, ତୁମ୍ଭେମାନେ ଉଠ ଓ ତାହା ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆମ୍ଭେମାନେ ଉଠୁ।
Other Translations King James Version (KJV) The vision of Obadiah. Thus saith the Lord GOD concerning Edom; We have heard a rumour from the LORD, and an ambassador is sent among the heathen, Arise ye, and let us rise up against her in battle.
American Standard Version (ASV) The vision of Obadiah. Thus saith the Lord Jehovah concerning Edom: We have heard tidings from Jehovah, and an ambassador is sent among the nations, `saying', Arise ye, and let us rise up against her in battle.
Bible in Basic English (BBE) The vision of Obadiah. This is what the Lord has said about Edom: We have had word from the Lord, and a representative has been sent among the nations, saying, Up! and let us make war against her.
Darby English Bible (DBY) The vision of Obadiah. Thus saith the Lord Jehovah concerning Edom: We have heard a report from Jehovah, and an ambassador is sent among the nations. Arise ye, and let us rise up against her in battle.
World English Bible (WEB) The vision of Obadiah. This is what the Lord Yahweh says about Edom. We have heard news from Yahweh, and an ambassador is sent among the nations, saying, "Arise, and let's rise up against her in battle.
Young's Literal Translation (YLT) Thus said the Lord Jehovah to Edom, A report we have heard from Jehovah, And an ambassador among nations was sent, `Rise, yea, let us rise against her for battle.'
Cross Reference Psalm 137:7 in Oriya 7 ହେ ସଦାପ୍ରଭୁ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।”
Isaiah 18:2 in Oriya 2 ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅ !
Isaiah 21:11 in Oriya 11 ଦୁମା ବିଷୟକ ଭାବବାଣୀ। ଜଣେ ସେୟୀରଠାରୁ ମୋତେ ଡାକି କହୁଅଛି, “ପ୍ରହରୀ, କେତେ ରାତ୍ର ହେଲା ? ପ୍ରହରୀ, କେତେ ରାତ୍ର ହେଲା ?”
Isaiah 30:4 in Oriya 4 କାରଣ ତାହାର ଅଧିପତିମାନେ ସୋୟନରେ ଅଛନ୍ତି ଓ ତାହାର ରାଜଦୂତଗଣ ହାନେଷକୁ ଆସିଅଛନ୍ତି।
Isaiah 34:1 in Oriya 1 ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀଗଣ, ତୁମ୍ଭେମାନେ ମନୋଯୋଗ କର; ପୃଥିବୀ ଓ ତତ୍ପୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନ ସକଳ ପଦାର୍ଥ ଶ୍ରବଣ କରୁ।
Isaiah 63:1 in Oriya 1 ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସୋରାରୁ ଏ ଯେ ଆସୁଅଛନ୍ତି, ସେ କିଏ ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ ? ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।
Jeremiah 6:4 in Oriya 4 ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ, ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।
Jeremiah 9:25 in Oriya 25 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି;
Jeremiah 25:17 in Oriya 17 ତହିଁରେ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ସଦାପ୍ରଭୁ ମୋତେ ଯେଉଁ ଯେଉଁ ଗୋଷ୍ଠୀ ନିକଟକୁ ପଠାଇଲେ, ସେହି ସମସ୍ତଙ୍କୁ ତାହା ପାନ କରାଇଲି;
Jeremiah 25:21 in Oriya 21 ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣକୁ;
Jeremiah 49:7 in Oriya 7 ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୈମନ୍ରେ କି ଆଉ ଜ୍ଞାନ ନାହିଁ ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି ? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି ?
Jeremiah 50:9 in Oriya 9 କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହା ଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ।
Jeremiah 51:27 in Oriya 27 ତୁମ୍ଭେମାନେ ଦେଶରେ ଧ୍ୱଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, ଆରାରାଟ୍, ମିନ୍ନି ଓ ଅସ୍କିନସ୍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ, ତାହାର ବିରୁଦ୍ଧରେ ସେନାପତି ବର୍ଗଙ୍କୁ ନିଯୁକ୍ତ କର ଓ କର୍କଶ ପତଙ୍ଗ ପରି ଅଶ୍ୱଗଣକୁ ପଠାଅ।
Jeremiah 51:46 in Oriya 46 ପୁଣି, ତୁମ୍ଭେମାନେ ଆପଣା ହୃଦୟକୁ କ୍ଷୀଣ ହେବାକୁ ଦିଅ ନାହିଁ, କିଅବା ଦେଶ ମଧ୍ୟରେ ଯେଉଁ ଜନରବ ଶୁଣାଯିବ, ତହିଁ ସକାଶୁ ଭୀତ ହୁଅ ନାହିଁ; କାରଣ ଏକ ବର୍ଷ ଏକ ଜନରବ ଉଠିବ, ଅନ୍ୟ ବର୍ଷ ଅନ୍ୟ ଏକ ଜନରବ ଉଠିବ, ପୁଣି ଦେଶରେ ଦୌରାତ୍ମ୍ୟ ଓ ଶାସନକର୍ତ୍ତା ଶାସନକର୍ତ୍ତାର ବିପକ୍ଷ ହେବ।
Lamentations 4:21 in Oriya 21 ହେ ଉଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।
Ezekiel 25:12 in Oriya 12 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇଦୋମ ପ୍ରତିଶୋଧ ନେବା ଦ୍ୱାରା ଯିହୂଦା-ବଂଶ ବିରୁଦ୍ଧରେ ଦୁର୍ବ୍ୟବହାର କରିଅଛି ଓ ସେମାନଙ୍କ ଉପରେ ପ୍ରତିହିଂସା ସାଧି ଅତ୍ୟନ୍ତ ଅପରାଧ କରିଅଛି,”
Ezekiel 35:3 in Oriya 3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ୱଂସ ଓ ଶୂନ୍ୟର ସ୍ଥାନ କରିବା।
Joel 3:19 in Oriya 19 ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।
Amos 1:11 in Oriya 11 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।
Micah 2:13 in Oriya 13 ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି; ସେମାନେ ବେଢ଼ା ଭାଙ୍ଗି ଦ୍ୱାର ପର୍ଯ୍ୟନ୍ତ ଯାଇଅଛନ୍ତି ଓ ସେହି ଦ୍ୱାର ଦେଇ ବାହାରି ଯାଇଅଛନ୍ତି; ପୁଣି, ସେମାନଙ୍କର ରାଜା ସେମାନଙ୍କର ଆଗେ ଆଗେ ଯାଇଅଛନ୍ତି ଓ ସଦାପ୍ରଭୁ ସେମାନଙ୍କର ଅଗ୍ରଗାମୀ ଅଛନ୍ତି।
Malachi 1:3 in Oriya 3 ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ୱଂସର ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳମାନଙ୍କର ସ୍ଥାନ କଲୁ।”
Matthew 24:6 in Oriya 6 ଆଉ, ତୁମ୍ଭେମାନେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ; ସାବଧାନ, ବ୍ୟାକୁଳ ହୁଅ ନାହିଁ। କାରଣ ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ଯୁଗାନ୍ତ ନୁହେଁ।
Mark 13:7 in Oriya 7 ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗାନ୍ତ ନୁହେଁ।