Obadiah 1:10 in Oriya 10 ତୁମ୍ଭର ଭ୍ରାତା ଯାକୁବ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ତୁମ୍ଭେ ଲଜ୍ଜାରେ ଆଚ୍ଛନ୍ନ ହେବ, ପୁଣି ତୁମ୍ଭେ ଚିରକାଳ ଉଚ୍ଛିନ୍ନ ହେବ।
Other Translations King James Version (KJV) For thy violence against thy brother Jacob shame shall cover thee, and thou shalt be cut off for ever.
American Standard Version (ASV) For the violence done to thy brother Jacob, shame shall cover thee, and thou shalt be cut off for ever.
Bible in Basic English (BBE) Because you were the cause of violent death and because of your cruel behaviour to your brother Jacob, you will be covered with shame and will be cut off for ever.
Darby English Bible (DBY) Because of violence against thy brother Jacob, shame shall cover thee, and thou shalt be cut off for ever.
World English Bible (WEB) For the violence done to your brother Jacob, shame will cover you, and you will be cut off forever.
Young's Literal Translation (YLT) For slaughter, for violence `to' thy brother Jacob, Cover thee doth shame, And thou hast been cut off -- to the age.
Cross Reference Genesis 27:11 in Oriya 11 ସେତେବେଳେ ଯାକୁବ ଆପଣା ମାତା ରିବିକାକୁ କହିଲା, “ଦେଖ, ମୋହର ଭ୍ରାତା ଏଷୌ ଲୋମଶ, ମାତ୍ର ମୁଁ ନିର୍ଲୋମ।
Genesis 27:41 in Oriya 41 ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”
Numbers 20:14 in Oriya 14 ଏଥିଉତ୍ତାରେ ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, “ଆମ୍ଭମାନଙ୍କ ପ୍ରତି ଯେଉଁ ସମସ୍ତ କ୍ଳେଶ ଘଟିଅଛି,
Psalm 69:7 in Oriya 7 କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। ଲଜ୍ଜା ମୋ' ମୁଖ ଆଚ୍ଛାଦନ କରିଅଛି।
Psalm 83:5 in Oriya 5 କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;
Psalm 89:45 in Oriya 45 ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ; ତୁମ୍ଭେ ଲଜ୍ଜାରେ ତାହାକୁ ଆଚ୍ଛନ୍ନ କରିଅଛ। ସେଲା
Psalm 109:29 in Oriya 29 ମୋ' ବିପକ୍ଷମାନେ ଅପମାନରେ ବସ୍ତ୍ରାନ୍ୱିତ ହେବେ, ପୁଣି, ସେମାନେ ଉତ୍ତରୀୟ ବସ୍ତ୍ର ତୁଲ୍ୟ ନିଜ ଲଜ୍ଜାରେ ଆଚ୍ଛନ୍ନ ହେଉନ୍ତୁ।
Psalm 132:18 in Oriya 18 ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ।
Psalm 137:7 in Oriya 7 ହେ ସଦାପ୍ରଭୁ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।”
Jeremiah 3:25 in Oriya 25 ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟ କାଳରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କରି ନାହୁଁ।
Jeremiah 49:13 in Oriya 13 କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ନିଜ ନାମରେ ଶପଥ କରିଅଛୁ ଯେ, ବସ୍ରା ବିସ୍ମୟର, ନିନ୍ଦାର, ଉତ୍ସନ୍ନତାର ଓ ଅଭିଶାପର ପାତ୍ର ହେବ ଓ ତହିଁର ନଗରସବୁ ଚିରକାଳ ଉତ୍ସନ୍ନ ସ୍ଥାନ ହେବ।”
Jeremiah 49:17 in Oriya 17 ପୁଣି, ଇଦୋମ ବିସ୍ମୟର ବିଷୟ ହେବ; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହେବେ ଓ ତହିଁର ସକଳ ଦଣ୍ଡ ସକାଶୁ ଶୀସ୍ ଶବ୍ଦ କରିବେ।
Jeremiah 51:51 in Oriya 51 ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ; ଅପମାନ ଆମ୍ଭମାନଙ୍କ ମୁଖକୁ ଆଚ୍ଛାଦିତ କରିଅଛି; କାରଣ ବିଦେଶୀମାନେ ସଦାପ୍ରଭୁଙ୍କ ଗୃହର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି।”
Lamentations 4:21 in Oriya 21 ହେ ଉଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।
Ezekiel 7:18 in Oriya 18 ମଧ୍ୟ ସେମାନେ କଟୀଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ।
Ezekiel 25:12 in Oriya 12 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇଦୋମ ପ୍ରତିଶୋଧ ନେବା ଦ୍ୱାରା ଯିହୂଦା-ବଂଶ ବିରୁଦ୍ଧରେ ଦୁର୍ବ୍ୟବହାର କରିଅଛି ଓ ସେମାନଙ୍କ ଉପରେ ପ୍ରତିହିଂସା ସାଧି ଅତ୍ୟନ୍ତ ଅପରାଧ କରିଅଛି,”
Ezekiel 35:5 in Oriya 5 ତୁମ୍ଭର ଚିରକାଳ ଶତ୍ରୁତାଭାବ ଅଛି ଓ ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ବିପଦ ସମୟରେ, ଅର୍ଥାତ୍, ସେମାନଙ୍କର ଶେଷ ଅଧର୍ମର ସମୟରେ ଖଡ଼୍ଗର ପରାକ୍ରମରେ ସେମାନଙ୍କୁ ସମର୍ପଣ କରିଅଛ;
Ezekiel 35:9 in Oriya 9 ଆମ୍ଭେ ତୁମ୍ଭକୁ ସଦାକାଳ ଧ୍ୱଂସସ୍ଥାନ କରିବା ଓ ତୁମ୍ଭର ନଗରସକଳ ନିବାସୀହୀନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 35:12 in Oriya 12 ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍, “ସେହି ସବୁ ଧ୍ୱଂସସ୍ଥାନ ଓ ସେହି ସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି” ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ।
Joel 3:19 in Oriya 19 ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।
Amos 1:11 in Oriya 11 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।
Micah 7:10 in Oriya 10 ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।
Malachi 1:3 in Oriya 3 ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ୱଂସର ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳମାନଙ୍କର ସ୍ଥାନ କଲୁ।”