Obadiah 1:19 in Oriya 19 ପୁଣି, ଦକ୍ଷିଣର ଲୋକମାନେ ଏଷୌର ପର୍ବତ ଓ ନିମ୍ନ ଭୂମିର ଲୋକମାନେ ପଲେଷ୍ଟୀୟମାନଙ୍କ ଦେଶ ଅଧିକାର କରିବେ ଓ ସେମାନେ ଇଫ୍ରୟିମର ଭୂମି ଓ ଶମରୀୟାର ଭୂମି ଅଧିକାର କରିବେ ଓ ବିନ୍ୟାମୀନ୍ ଗିଲୀୟଦକୁ ଅଧିକାର କରିବ।
Other Translations King James Version (KJV) And they of the south shall possess the mount of Esau; and they of the plain the Philistines: and they shall possess the fields of Ephraim, and the fields of Samaria: and Benjamin shall possess Gilead.
American Standard Version (ASV) And they of the South shall possess the mount of Esau, and they of the lowland the Philistines; and they shall possess the field of Ephraim, and the field of Samaria; and Benjamin `shall possess' Gilead.
Bible in Basic English (BBE) And they will take the South, and the lowland, and the country of Ephraim, and Gilead, as their heritage.
Darby English Bible (DBY) And [they of] the south shall possess the mount of Esau; and they of the lowland the Philistines; yea, they shall possess the field of Ephraim and the field of Samaria; and Benjamin [shall possess] Gilead;
World English Bible (WEB) Those of the South will possess the mountain of Esau, and those of the lowland, the Philistines. They will possess the field of Ephraim, and the field of Samaria. Benjamin will possess Gilead.
Young's Literal Translation (YLT) And they have possessed the south with the mount of Esau, And the low country with the Philistines, And they have possessed the field of Ephraim, And the field of Samaria, And Benjamin with Gilead.
Cross Reference Numbers 24:18 in Oriya 18 ପୁଣି, ଇଦୋମ ଏକ ଅଧିକାର ହେବ, ଯେଉଁମାନେ ତାହାର ଶତ୍ରୁ ଥିଲେ, ଏପରି ସେୟୀର ମଧ୍ୟ ଏକ ଅଧିକାର ହେବ, ମାତ୍ର ଇସ୍ରାଏଲ ବୀରର କର୍ମ କରିବ।
Joshua 13:2 in Oriya 2 ସେହି ଅବଶିଷ୍ଟ ଦେଶ ଏହି; ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ଡଳ ଓ ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ;
Joshua 13:25 in Oriya 25 ଯାସେର ଓ ଗିଲୀୟଦର ସମସ୍ତ ନଗର ଓ ରବ୍ବାର ସମ୍ମୁଖସ୍ଥ ଅରୋୟେର ପର୍ଯ୍ୟନ୍ତ ଅମ୍ମୋନ-ସନ୍ତାନଗଣର ଅର୍ଦ୍ଧ ଦେଶ ସେମାନଙ୍କର ସୀମା ହେଲା।
Joshua 13:31 in Oriya 31 ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍ ଓ ଇଦ୍ରିୟୀ, ଓଗ୍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା।
Joshua 15:21 in Oriya 21 ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦା ସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବସେଲ ଓ ଏଦର ଓ ଯାଗୁର
Joshua 15:33 in Oriya 33 ତଳଭୂମିରେ ଇଷ୍ଟାୟୋଲ ଓ ସରୀୟ ଓ ଅସ୍ନା
Joshua 15:45 in Oriya 45 ଇକ୍ରୋଣ, ତହିଁର ଉପନଗର ଓ ଗ୍ରାମମାନ;
Joshua 18:21 in Oriya 21 ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ-ସନ୍ତାନଗଣର ବଂଶର ନଗର ଯିରୀହୋ ଓ ବୈଥ୍-ଅଗ୍ଲା ଓ ଏମକ୍-କତ୍ଶିସ୍
Judges 1:18 in Oriya 18 ଯିହୁଦା ମଧ୍ୟ ଘସା ଓ ତହିଁର ଅଞ୍ଚଳ, ଅସ୍କିଲୋନ ଓ ତହିଁର ଅଞ୍ଚଳ, ପୁଣି ଇକ୍ରୋଣ ଓ ତହିଁର ଅଞ୍ଚଳ ହସ୍ତଗତ କଲା।
2 Kings 17:24 in Oriya 24 ଏଥିଉତ୍ତାରେ ଅଶୂରର ରାଜା, ବାବିଲ ଓ କୂଥା ଓ ଅବ୍ଦା ଓ ହମାତ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରେ ବାସ କଲେ।
1 Chronicles 5:26 in Oriya 26 ତହିଁରେ ଇସ୍ରାଏଲର ପରମେଶ୍ୱର ଅଶୂରର ରାଜା ପୂଲ୍ର ମନକୁ ଓ ଅଶୂରର ରାଜା ତିଗ୍ଲତ୍-ପିଲ୍ନେଷରର ମନକୁ ଉତ୍ତେଜିତ କଲେ, ତହିଁରେ ସେ ସେମାନଙ୍କୁ, ଅର୍ଥାତ୍, ରୁବେନୀୟ, ଗାଦୀୟ, ମନଃଶିର ଅର୍ଦ୍ଧବଂଶୀୟ ଲୋକଙ୍କୁ ହଲହ, ହାବୋର, ହାରା ଓ ଗୋଶନ ନଦୀତୀରକୁ ଆଣିଲା, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।
Ezra 4:2 in Oriya 2 ସେତେବେଳେ ସେମାନେ ସରୁବ୍ବାବିଲ ଓ ପିତୃବଂଶ ପ୍ରଧାନବର୍ଗଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କ ସଙ୍ଗେ ନିର୍ମାଣ କରୁ; କାରଣ ଯେପରି ତୁମ୍ଭେମାନେ, ସେପରି ଆମ୍ଭେମାନେ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରୁଅଛୁ; ଆଉ, ଅଶୂରୀୟ ରାଜା ଏସରହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି, ତାହାର ସମୟଠାରୁ ଆମ୍ଭେମାନେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁଅଛୁ।”
Ezra 4:7 in Oriya 7 ପୁନଶ୍ଚ, ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ବିଶ୍ଳମ୍, ମିତ୍ରଦାତ, ଟାବେଲ ଓ ତାହାର ଅନ୍ୟ ସଙ୍ଗୀମାନେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ; ସେହି ପତ୍ର ଅରାମୀୟ ଅକ୍ଷରରେ ଲିଖିତ ଓ ଅରାମୀୟ ଭାଷାରେ ରଚିତ ହୋଇଥିଲା।
Ezra 4:17 in Oriya 17 ଏଥିରେ ରାଜା ମନ୍ତ୍ରୀ ରହୂମ ଓ କାର୍ଯ୍ୟାଧ୍ୟକ୍ଷ ଶିମ୍ଶୟ ଓ ସେମାନଙ୍କ ଶମରୀୟା ନିବାସୀ ଅନ୍ୟ ସଙ୍ଗୀମାନଙ୍କର, ଆଉ ନଦୀ ସେପାରିସ୍ଥ ଦେଶୀୟ ଅନ୍ୟାନ୍ୟ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା, ଯଥା, “ତୁମ୍ଭମାନଙ୍କର ମଙ୍ଗଳ ହେଉ।
Psalm 69:35 in Oriya 35 କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୂଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ।
Isaiah 11:13 in Oriya 13 ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ।
Jeremiah 31:4 in Oriya 4 ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।
Jeremiah 32:44 in Oriya 44 ବିନ୍ୟାମୀନ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।”
Jeremiah 49:1 in Oriya 1 ଅମ୍ମୋନ ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ ? ତାହାର ଉତ୍ତରାଧିକାରୀ କି କେହି ନାହିଁ ? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି ?”
Ezekiel 25:16 in Oriya 16 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ କରେଥୀୟ ଲୋକମାନଙ୍କୁ ଉଚ୍ଛିନ୍ନ କରିବା ଓ ସମୁଦ୍ର ତୀରସ୍ଥ ଅବଶିଷ୍ଟ ସକଳକୁ ନଷ୍ଟ କରିବା।
Ezekiel 36:6 in Oriya 6 ଏଣୁ ଇସ୍ରାଏଲର ଦେଶ ବିଷୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଆଉ ପର୍ବତ ଓ ଉପପର୍ବତଗଣକୁ, ଜଳପ୍ରବାହ ଓ ଉପତ୍ୟକାସକଳକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କଠାରୁ ଅପମାନ ଭୋଗ କରିବାରୁ ଆମ୍ଭେ ଆପଣା ଅନ୍ତର୍ଜ୍ଜାଳାରେ ଓ କୋପରେ କଥା କହିଅଛୁ;
Ezekiel 36:28 in Oriya 28 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷଗଣକୁ ଯେଉଁ ଦେଶ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରିବ ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।
Ezekiel 37:21 in Oriya 21 ପୁଣି, ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଇସ୍ରାଏଲର ସନ୍ତାନଗଣ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହି ସ୍ଥାନସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରୁ ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କର ନିଜ ଦେଶକୁ ଆଣିବା;
Ezekiel 47:13 in Oriya 13 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି : ତୁମ୍ଭେମାନେ ଇସ୍ରାଏଲ ବଂଶର ଦ୍ୱାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ।
Ezekiel 48:1 in Oriya 1 ଗୋଷ୍ଠୀବର୍ଗଙ୍କର ଏହି ଏହି ନାମ : ହମାତ୍ର ପ୍ରବେଶ-ସ୍ଥାନକୁ ଯିବାର ହତ୍ଲୋନର ପଥ ନିକଟସ୍ଥ ଉତ୍ତର ପ୍ରାନ୍ତ ସୀମାଠାରୁ ଦାମାସ୍କସ୍ର ସୀମା ନିକଟସ୍ଥ ହତ୍ସର-ଐନନ୍, ହମାତ୍ ପାର୍ଶ୍ୱସ୍ଥ ଉତ୍ତର ଦିଗ ପର୍ଯ୍ୟନ୍ତ; ଆଉ, ତହିଁର ପୂର୍ବ ଓ ପଶ୍ଚିମ ସୀମା ହେବ; ଦାନ, ଏକ ଅଂଶ।
Amos 1:8 in Oriya 8 ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକୁ ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
Amos 1:13 in Oriya 13 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।
Amos 9:12 in Oriya 12 ତହିଁରେ ସେମାନେ ଆମ୍ଭ ନାମରେ ଖ୍ୟାତ ଇଦୋମର ଅବଶିଷ୍ଟାଂଶକୁ ଓ ଯାବତୀୟ ଗୋଷ୍ଠୀକୁ ଅଧିକାର କରିବେ।” ଏହି କର୍ମର ସାଧନକର୍ତ୍ତା ସଦାପ୍ରଭୁ ଏହା କହନ୍ତି।
Micah 7:14 in Oriya 14 ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍, ଏକାକୀ ବାସକାରୀ ଆପଣା ପୈତୃକାଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବ କାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।
Zephaniah 2:4 in Oriya 4 କାରଣ ଘସା ପରିତ୍ୟକ୍ତ ଓ ଅସ୍କିଲୋନ ଧ୍ୱଂସସ୍ଥାନ ହେବ ! ଅସଦୋଦ୍ ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ମୂଳ ଉତ୍ପାଟିତ ହେବ।
Zechariah 9:5 in Oriya 5 ଅସ୍କିଲୋନ ତାହା ଦେଖି ଭୟ କରିବ; ଘସା ମଧ୍ୟ ଦେଖି ଅତ୍ୟନ୍ତ ବ୍ୟଥିତ ହେବ ଓ ଇକ୍ରୋଣ ହିଁ ତଦ୍ରୂପ ହେବ, କାରଣ ତାହାର ଆଶା ଲଜ୍ଜାଜନକ ହେବ; ଆଉ, ଘସାରୁ ରାଜା ବିନଷ୍ଟ ହେବ ଓ ଅସ୍କିଲୋନ ବସତିବିଶିଷ୍ଟ ନୋହିବ।
Malachi 1:4 in Oriya 4 ଇଦୋମ କହୁଅଛି, ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା।” ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା ଆଉ, ଲୋକମାନେ ସେମାନଙ୍କୁ ‘ଦୁଷ୍ଟତାର ଦେଶ' ଓ ‘ପରମେଶ୍ୱରଙ୍କର ନିତ୍ୟ କ୍ରୋଧର ପାତ୍ର ସ୍ୱରୂପ ଗୋଷ୍ଠୀ ବୋଲି ନାମ ଦେବେ।'”