Philippians 1:20 in Oriya 20 ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି।
Other Translations King James Version (KJV) According to my earnest expectation and my hope, that in nothing I shall be ashamed, but that with all boldness, as always, so now also Christ shall be magnified in my body, whether it be by life, or by death.
American Standard Version (ASV) according to my earnest expectation and hope, that in nothing shall I be put to shame, but `that' with all boldness, as always, `so' now also Christ shall be magnified in my body, whether by life, or by death.
Bible in Basic English (BBE) In the measure of my strong hope and belief that in nothing will I be put to shame, but that without fear, as at all times, so now will Christ have glory in my body, by life or by death.
Darby English Bible (DBY) according to my earnest expectation and hope, that in nothing I shall be ashamed, but in all boldness, as always, now also Christ shall be magnified in my body whether by life or by death.
World English Bible (WEB) according to my earnest expectation and hope, that I will in no way be disappointed, but with all boldness, as always, now also Christ will be magnified in my body, whether by life, or by death.
Young's Literal Translation (YLT) according to my earnest expectation and hope, that in nothing I shall be ashamed, and in all freedom, as always, also now Christ shall be magnified in my body, whether through life or through death,
Cross Reference Psalm 25:2 in Oriya 2 ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋ' ଉପରେ ଉଲ୍ଲାସ ନ କରନ୍ତୁ।
Psalm 62:5 in Oriya 5 ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।
Psalm 119:80 in Oriya 80 ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋ' ଅନ୍ତଃକରଣ ସିଦ୍ଧ ହେଉ।
Psalm 119:116 in Oriya 116 ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭ ବାକ୍ୟାନୁସାରେ ମୋତେ ଧରି ରଖ ଓ ମୋ' ଭରସା ବିଷୟରେ ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ।
Proverbs 10:28 in Oriya 28 ଧାର୍ମିକର ଆଶା ଆନନ୍ଦଜନକ ହେବ, ମାତ୍ର ଦୁଷ୍ଟର ଭରସା କ୍ଷୟ ପାଇବ।
Proverbs 23:18 in Oriya 18 କାରଣ ପୁରସ୍କାର ନିତାନ୍ତ ଅଛି ଓ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।
Isaiah 45:17 in Oriya 17 ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।
Isaiah 50:7 in Oriya 7 କାରଣ ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ଏଥିପାଇଁ ମୁଁ ବିବ୍ରତ ହୋଇ ନାହିଁ; ଏଥିପାଇଁ ମୁଁ ଚକ୍ମକି ପଥର ପରି ଆପଣା ମୁଖ ରଖିଅଛି, ଆଉ ମୁଁ ଯେ ଲଜ୍ଜିତ ନୋହିବି, ଏହା ଜାଣେ।
Isaiah 54:4 in Oriya 4 ଭୟ କର ନାହିଁ; କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ। କିଅବା ବିଷର୍ଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ।
John 12:27 in Oriya 27 ଏବେ ମୋହର ପ୍ରାଣ ଉଦ୍ବିଗ୍ନ ହୋଇଅଛି, ଆଉ ମୁଁ କ'ଣ କହିବି ? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର ? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି।
John 21:19 in Oriya 19 ସେ କେଉଁ ପ୍ରକାର ମୃତ୍ୟୁଭୋଗ ଦ୍ୱାରା ଈଶ୍ୱରଙ୍କୁ ଗୌରବାନ୍ୱିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ। ଏହା କହିଲା ଉତ୍ତାରେ ସେ ତାଙ୍କୁ କହିଲେ, ମୋହର ଅନୁଗାମୀ ହୁଅ।
Acts 20:24 in Oriya 24 କିନ୍ତୁ ମୁଁ ଯେପରି ମୋହର ନିରୁପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଇଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।
Acts 21:13 in Oriya 13 ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କ'ଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି।
Romans 5:5 in Oriya 5 ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଇଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।
Romans 6:13 in Oriya 13 କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଇଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଇଶ୍ବରଙ୍କ ନିକଟରେ ସମର୍ପଣ କର।
Romans 6:19 in Oriya 19 ତୁମ୍ଭମାନଙ୍କ ମାନବୀୟ ଦୁର୍ବଳତା ହେତୁ ମୁଁ ମନୁଷ୍ୟ ଭାବରେ କହୁଅଛି; ତୁମ୍ଭେମାନେ ଯେପରି ଅଧର୍ମ ନିମନ୍ତେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଅଶୁଚିତା ଓ ଅଧର୍ମ ନିକଟରେ ଦାସ ରୂପେ ସମର୍ପଣ କରିଥିଲ, ସେହିପରି ଏବେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ପବିତ୍ରତା ନିମନ୍ତେ ଧାର୍ମିକତା ନିକଟରେ ଦାସ ରୂପେ ସମର୍ପଣ କର।
Romans 8:19 in Oriya 19 ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଇଶ୍ବରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି।
Romans 9:33 in Oriya 33 ଯେପରି ଲେଖା ଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।”
Romans 12:1 in Oriya 1 ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଇଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଇଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।
Romans 14:7 in Oriya 7 କାରଣ ଆମ୍ଭମାନଙ୍କ ମଧ୍ୟରୁ କେହି ଆପଣା ଉଦ୍ଦେଶ୍ୟରେ ବଞ୍ଚେ ନାହିଁ ଏବଂ ଆପଣା ଉଦ୍ଦେଶ୍ୟରେ ମରେ ନାହିଁ।
1 Corinthians 6:20 in Oriya 20 କାରଣ ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣାଯାଇଅଛ; ଏଣୁ ତୁମ୍ଭମାନଙ୍କ ଶରୀରରେ ଇଶ୍ବରଙ୍କ ଗୌରବ ପ୍ରକାଶ କର।
1 Corinthians 7:34 in Oriya 34 ଅବିବାହିତ ସ୍ତ୍ରୀ ଓ କୁମାରୀ ଶରୀର ଓ ଆତ୍ମାରେ ପବିତ୍ର ହେବା ନିମନ୍ତେ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଅନ୍ତି; କିନ୍ତୁ ଯେ ବିବାହିତା, ସେ କିପରି ଆପଣା ସ୍ୱାମୀର ସନ୍ତୋଷପାତ୍ର ହେବ, ସେଥିପାଇଁ ସଂସାର ବିଷୟ ଘେନି ଚିନ୍ତିତ ହୁଏ।
1 Corinthians 15:31 in Oriya 31 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଷୟରେ ମୁଁ ଯେଉଁ ଦର୍ପ କରିଥାଏ, ସେଥିର ଶପଥ କରି କହୁଅଛି, ମୁଁ ପ୍ରତିଦିନ ମୃତ୍ୟୁଭୋଗ କରୁଅଛି।
2 Corinthians 2:14 in Oriya 14 କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି,
2 Corinthians 4:10 in Oriya 10 ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ।
2 Corinthians 5:15 in Oriya 15 ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନ ଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନ ଯାପନ କରନ୍ତି।
2 Corinthians 7:14 in Oriya 14 ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି।
2 Corinthians 10:8 in Oriya 8 କାରଣ ଆମ୍ଭମାନଙ୍କ ଅଧିକାର ସମ୍ବନ୍ଧରେ ମୁଁ କିଛି ଅଧିକ ଦର୍ପ କଲେ ସୁଦ୍ଧା ଲଜ୍ଜା ପାଇବି ନାହିଁ; ତୁମ୍ଭମାନଙ୍କୁ ଭୂମିସାତ୍ କରିବା ନିମନ୍ତେ ପ୍ରଭୁ ଆମ୍ଭମାନଙ୍କୁ ଏହି ଅଧିକାର ନ ଦେଇ ତୁମ୍ଭମାନଙ୍କର ଗଠନ ନିମନ୍ତେ ଦେଇଅଛନ୍ତି;
Ephesians 6:19 in Oriya 19 ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,
Philippians 1:14 in Oriya 14 ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଇଶ୍ବରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି।
Philippians 1:23 in Oriya 23 ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର;
Philippians 2:17 in Oriya 17 ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,
Colossians 1:24 in Oriya 24 ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;
1 Thessalonians 5:23 in Oriya 23 ଶାନ୍ତିଦାତା ଈଶ୍ୱର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।
2 Timothy 4:6 in Oriya 6 କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ।
1 Peter 4:16 in Oriya 16 କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ଡ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଇଶ୍ବରଙ୍କ ମହିମା କୀର୍ତ୍ତନ କରୁ।
2 Peter 1:12 in Oriya 12 ଅତଏବ, ତୁମ୍ଭେମାନେ ଯଦ୍ୟପି ଏହି ସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହି ସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।
1 John 2:28 in Oriya 28 ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା।