Philippians 2:12 in Oriya 12 ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲାପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,
Other Translations King James Version (KJV) Wherefore, my beloved, as ye have always obeyed, not as in my presence only, but now much more in my absence, work out your own salvation with fear and trembling.
American Standard Version (ASV) So then, my beloved, even as ye have always obeyed, not as in my presence only, but now much more in my absence, work out your own salvation with fear and trembling;
Bible in Basic English (BBE) So then, my loved ones, as you have at all times done what I say, not only when I am present, but now much more when I am not with you, give yourselves to working out your salvation with fear in your hearts;
Darby English Bible (DBY) So that, my beloved, even as ye have always obeyed, not as in my presence only, but now much rather in my absence, work out your own salvation with fear and trembling,
World English Bible (WEB) So then, my beloved, even as you have always obeyed, not only in my presence, but now much more in my absence, work out your own salvation with fear and trembling.
Young's Literal Translation (YLT) So that, my beloved, as ye always obey, not as in my presence only, but now much more in my absence, with fear and trembling your own salvation work out,
Cross Reference Ezra 10:3 in Oriya 3 ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରି ଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ।
Isaiah 66:2 in Oriya 2 କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା,” ଏହା ସଦାପ୍ରଭୁ କହନ୍ତି; “ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।
Matthew 11:29 in Oriya 29 ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋ'ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;
Luke 13:23 in Oriya 23 ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କ' ଣ ଅଳ୍ପ ? ସେଥିରେ ସେ ସେମାନଙ୍କୁ କହିଲେ,
John 6:27 in Oriya 27 କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍, ଈଶ୍ୱର ମୁଦ୍ରାଙ୍କିତ କଲେ।
Romans 2:7 in Oriya 7 ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,
Romans 13:11 in Oriya 11 ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହି ସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ।
1 Corinthians 9:20 in Oriya 20 ଯେପରି ମୁଁ ଯିହୂଦୀମାନଙ୍କୁ ଲାଭ କରି ପାରେ, ଏଥିପାଇଁ ଯିହୂଦୀମାନଙ୍କ ନିକଟରେ ମୁଁ ଯିହୂଦୀ ପରି ହେଲି; ଯେପରି ମୋଶାଙ୍କ ବ୍ୟବସ୍ଥା ଅଧୀନରେ ଥିବା ଲୋକମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନ ହେଲେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଅଧୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥା ଅଧୀନର ପରି ହେଲି।
1 Corinthians 15:58 in Oriya 58 ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।
2 Corinthians 7:15 in Oriya 15 ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧିପାଇଅଛି।
Galatians 6:7 in Oriya 7 ଭ୍ରାନ୍ତ ନ ହୁଅ; ଈଶ୍ୱର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ।
Ephesians 6:5 in Oriya 5 ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;
Philippians 1:5 in Oriya 5 ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି
Philippians 1:27 in Oriya 27 ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,
Philippians 1:29 in Oriya 29 କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;
Philippians 3:13 in Oriya 13 ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି,
Philippians 4:1 in Oriya 1 ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ୱରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ।
Philippians 4:15 in Oriya 15 ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ଡଳୀ ମୋହର ସହଭାଗୀ ହୋଇ ମୋ' ସହିତ ଦେବା ନେବାର ହିସାବ ରଖି ନ ଥିଲେ।
1 Thessalonians 1:3 in Oriya 3 ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛୁ;
2 Timothy 2:10 in Oriya 10 ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୖେର୍ଯ୍ୟ ଧରି ସହ୍ୟ କରୁଅଛି।
Hebrews 4:1 in Oriya 1 ଅତଏବ ଆସ, ଆମ୍ଭେମାନେ ସାବଧାନ ହେଉ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ।
Hebrews 4:11 in Oriya 11 ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ।
Hebrews 5:9 in Oriya 9 ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;
Hebrews 6:10 in Oriya 10 କାରଣ ଈଶ୍ୱର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ୱର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।
Hebrews 12:1 in Oriya 1 ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧିଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।
Hebrews 12:28 in Oriya 28 ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଇଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।
1 Peter 2:11 in Oriya 11 ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।
2 Peter 1:5 in Oriya 5 ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ସହିତ ସଦ୍ଗୁଣ, ସଦ୍ଗୁଣ ସହିତ ଜ୍ଞାନ,
2 Peter 3:18 in Oriya 18 ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର।