Philippians 2:16 in Oriya 16 ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ଦିନରେ ଦର୍ପ କରି ପାରିବି।
Other Translations King James Version (KJV) Holding forth the word of life; that I may rejoice in the day of Christ, that I have not run in vain, neither laboured in vain.
American Standard Version (ASV) holding forth the word of life; that I may have whereof to glory in the day of Christ, that I did not run in vain neither labor in vain.
Bible in Basic English (BBE) Offering the word of life; so that I may have glory in you in the day of Christ, because my running was not for nothing and my work was not without effect.
Darby English Bible (DBY) holding forth [the] word of life, so as to be a boast for me in Christ's day, that I have not run in vain nor laboured in vain.
World English Bible (WEB) holding up the word of life; that I may have something to boast in the day of Christ, that I didn't run in vain nor labor in vain.
Young's Literal Translation (YLT) the word of life holding forth, for rejoicing to me in regard to a day of Christ, that not in vain did I run, nor in vain did I labour;
Cross Reference Psalm 40:9 in Oriya 9 ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ।
Psalm 71:17 in Oriya 17 ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି।
Isaiah 49:4 in Oriya 4 ମାତ୍ର ମୁଁ କହିଲି, ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି; ତଥାପି ନିଶ୍ଚୟ ମୋହର ବିଚାର ସଦାପ୍ରଭୁଙ୍କ ନିକଟରେ ଓ ମୋହର କର୍ମର ଫଳ ମୋହର ପରମେଶ୍ୱରଙ୍କଠାରେ ଅଛି।
Matthew 10:27 in Oriya 27 ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି, ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘର ଛାତ ଉପରେ ଘୋଷଣା କର।
Luke 12:8 in Oriya 8 ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଇଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ;
John 6:63 in Oriya 63 ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହି ସବୁ ଆତ୍ମା ଓ ଜୀବନ ଅଟେ।
John 6:68 in Oriya 68 ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା ? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି;
Acts 13:26 in Oriya 26 ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ୱର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।
Romans 10:8 in Oriya 8 କିନ୍ତୁ ତାହା କ'ଣ କହେ ? “ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି', ଅର୍ଥାତ୍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ।”
1 Corinthians 9:26 in Oriya 26 ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ।
2 Corinthians 1:14 in Oriya 14 ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହି ପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି।
Galatians 2:2 in Oriya 2 ମୁଁ ପ୍ରତ୍ୟାଦେଶ ପ୍ରାପ୍ତ ହୋଇ ଗମନ କଲି; ଆଉ ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁ ସୁସମାଚାର ପ୍ରଚାର କରୁଅଛି, ତାହା ସେମାନଙ୍କୁ ବୁଝାଇଦେଲି, କିନ୍ତୁ ମୋହର ପୂର୍ବ ଅବା ବର୍ତ୍ତମାନ ପରିଶ୍ରମ ଯେପରି ବିଫଳ ନ ହୁଏ, ଏଥିପାଇଁ ଯେଉଁମାନେ ସମ୍ମାନ ଯୋଗ୍ୟ, କେବଳ ସେମାନଙ୍କୁ ପୃଥକ ଭାବରେ ବୁଝାଇଲି।
Galatians 4:11 in Oriya 11 ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ବନ୍ଧରେ ମୋହର ଏହି ଭୟ ହେଉଅଛି।
Philippians 1:26 in Oriya 26 ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋ' ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ।
1 Thessalonians 2:19 in Oriya 19 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କ'ଣ ? ତାହା କି ତୁମ୍ଭେମାନେ ନୁହଁ?
1 Thessalonians 3:5 in Oriya 5 ଏଥି ନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରିକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି।
2 Timothy 2:15 in Oriya 15 ସତ୍ୟ ବାକ୍ୟ ଯଥାର୍ଥରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଇଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର।
Hebrews 4:12 in Oriya 12 କାରଣ ଇଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।
1 Peter 1:23 in Oriya 23 ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍ ଇଶ୍ବରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ।
1 John 1:1 in Oriya 1 ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।
Revelation 22:17 in Oriya 17 ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।