Philippians 4:3 in Oriya 3 ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋ' ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି।
Other Translations King James Version (KJV) And I intreat thee also, true yokefellow, help those women which laboured with me in the gospel, with Clement also, and with other my fellowlabourers, whose names are in the book of life.
American Standard Version (ASV) Yea, I beseech thee also, true yokefellow, help these women, for they labored with me in the gospel, with Clement also, and the rest of my fellow-workers, whose names are in the book of life.
Bible in Basic English (BBE) And I make request to you, true helper in my work, to see to the needs of those women who took part with me in the good news, with Clement and the rest of my brother-workers whose names are in the book of life.
Darby English Bible (DBY) yea, I ask thee also, true yokefellow, assist them, who have contended along with me in the glad tidings, with Clement also, and my other fellow-labourers, whose names [are] in [the] book of life.
World English Bible (WEB) Yes, I beg you also, true yoke-fellow, help these women, for they labored with me in the Gospel, with Clement also, and the rest of my fellow workers, whose names are in the book of life.
Young's Literal Translation (YLT) and I ask also thee, genuine yoke-fellow, be assisting those women who in the good news did strive along with me, with Clement also, and the others, my fellow-workers, whose names `are' in the book of life.
Cross Reference Exodus 32:32 in Oriya 32 ତଥାପି ଏବେ, ତୁମ୍ଭେ ଯଦି ସେମାନଙ୍କର ପାପ କ୍ଷମା କରିବ-କିନ୍ତୁ ଯଦି ନ କରିବ, ତେବେ ମୁଁ ବିନୟ କରୁଅଛି, ତୁମ୍ଭର ଲିଖିତ ପୁସ୍ତକରୁ ମୋହର ନାମ କାଟି ପକାଅ।”
Psalm 69:28 in Oriya 28 ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ।
Isaiah 4:3 in Oriya 3 ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେ;
Ezekiel 13:9 in Oriya 9 “ପୁଣି, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Daniel 12:1 in Oriya 1 ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।
Luke 10:20 in Oriya 20 ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖା ଅଛି, ଏଥିରେ ଆନନ୍ଦ କର।
Acts 9:36 in Oriya 36 ଯାଫୋରେ ଟାବୀଥା ନାମରେ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା। ସେ ନାନା ସତ୍କର୍ମ ଓ ଦାନକ୍ରିୟାରେ ପୂର୍ଣ୍ଣ ଥିଲେ।
Acts 16:14 in Oriya 14 ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ୱରଭକ୍ତା ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ। ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି,ଏଥି ନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ।
Romans 12:1 in Oriya 1 ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଇଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଇଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।
Romans 16:2 in Oriya 2 ତୁମ୍ଭେମାନେ ସାଧୁମାନଙ୍କୁ ଯଥାଯୋଗ୍ୟ ଭାବରେ ତାଙ୍କୁ ପ୍ରଭୁଙ୍କ ନାମରେ ଗ୍ରହଣ କରିବ, ଆଉ ଯେକୌଣସି ବିଷୟରେ ତୁମ୍ଭମାନଙ୍କଠାରୁ ତାଙ୍କର ସାହାଯ୍ୟ ଆବଶ୍ୟକ ହେବ, ସେ ବିଷୟରେ ତାଙ୍କୁ ସାହାଯ୍ୟ କରିବ; କାରଣ ସେ ନିଜେ ମଧ୍ୟ ଅନେକଙ୍କର ଓ ମୋ' ନିଜର ଉପକାର କରିଅଛନ୍ତି।
Romans 16:9 in Oriya 9 ଖ୍ରୀଷ୍ଟଙ୍କ ସେବାରେ ଆମ୍ଭମାନଙ୍କ ସହକର୍ମୀ ଉର୍ବାଣଙ୍କୁ ଓ ମୋହର ପ୍ରିୟ ସ୍ତାଖୁଙ୍କୁ ନମସ୍କାର ଜଣାଅ।
Romans 16:12 in Oriya 12 ପ୍ରଭୁଙ୍କ କାର୍ଯ୍ୟରେ ପରିଶ୍ରମ କରୁଥିବା କ୍ରୁଫେଣା ଓ କ୍ରୁଫୋସାଙ୍କୁ ନମସ୍କାର ଜଣାଅ। ପ୍ରିୟ ପର୍ଶିଙ୍କୁ ନମସ୍କାର ଜଣାଅ, ସେ ପ୍ରଭୁଙ୍କ କାର୍ଯ୍ୟରେ ବହୁ ପରିଶ୍ରମ କରିଅଛନ୍ତି।
Philippians 1:27 in Oriya 27 ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,
Philippians 2:20 in Oriya 20 କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାଙ୍କ ବିନା ମୋ' ନିକଟରେ ଆଉ କେହି ନାହିଁ।
Philippians 4:2 in Oriya 2 ପ୍ରଭୁଙ୍କଠାରେ ଏକମନା ହେବା ନିମନ୍ତେ ମୁଁ ଇୟଦିଆ ଓ ସୁନ୍ତୁଖୀ ଉଭୟଙ୍କୁ ଅନୁରୋଧ କରୁଅଛି।
Colossians 1:7 in Oriya 7 ଆମ୍ଭମାନଙ୍କର ପ୍ରିୟ ସହଦାସ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ସେହି ପ୍ରକାରେ ଶିକ୍ଷା କରିଅଛ; ସେ ତୁମ୍ଭମାନଙ୍କ ନିମନ୍ତେ ଖ୍ରୀଷ୍ଟଙ୍କର ଜଣେ ବିଶ୍ୱସ୍ତ ସେବକ;
1 Timothy 5:9 in Oriya 9 ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ କମ୍ ନୁହେଁ,
Philemon 1:8 in Oriya 8 ଅତଏବ ଯାହା ଉପଯୁକ୍ତ, ସେ ସମ୍ବନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି,
Revelation 3:5 in Oriya 5 ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ।
Revelation 13:8 in Oriya 8 ଜଗତର ସୃଷ୍ଟି ଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ (ପଶୁକୁ) ପ୍ରଣାମ କରିବେ।
Revelation 17:8 in Oriya 8 ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି, ତାହା ପାତାଳକୁଣ୍ଡରୁ ଉଠି ବିନାଶ ପାଇବ। ସେଥିରେ ପୃଥିବୀନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ପରେ ଆସିବ, ସେତେବେଳେ ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହେବେ।
Revelation 20:12 in Oriya 12 ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।
Revelation 20:15 in Oriya 15 ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା।
Revelation 21:27 in Oriya 27 କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।