Proverbs 28:10 in Oriya 10 ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ୱକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ।
Other Translations King James Version (KJV) Whoso causeth the righteous to go astray in an evil way, he shall fall himself into his own pit: but the upright shall have good things in possession.
American Standard Version (ASV) Whoso causeth the upright to go astray in an evil way, He shall fall himself into his own pit; But the perfect shall inherit good.
Bible in Basic English (BBE) Anyone causing the upright to go wandering in an evil way, will himself go down into the hole he has made; but the upright will have good things for their heritage.
Darby English Bible (DBY) Whoso causeth the upright to go astray in an evil way, shall himself fall into his own pit; but the perfect shall inherit good.
World English Bible (WEB) Whoever causes the upright to go astray in an evil way, He will fall into his own trap; But the blameless will inherit good.
Young's Literal Translation (YLT) Whoso is causing the upright to err in an evil way, Into his own pit he doth fall, And the perfect do inherit good.
Cross Reference Numbers 31:15 in Oriya 15 ଆଉ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କି ସମସ୍ତ ସ୍ତ୍ରୀଲୋକଙ୍କୁ ଜୀବିତ ରଖିଅଛ ?
Deuteronomy 7:12 in Oriya 12 ତୁମ୍ଭେମାନେ ଏହି ସକଳ ଶାସନ ଶୁଣି, ମାନି ଓ ପାଳନ କରିବାରୁ ଏପରି ହେବ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ ଓ ଦୟା ବିଷୟରେ ଶପଥ କରିଅଛନ୍ତି, ସେ ତାହା ତୁମ୍ଭ ପକ୍ଷରେ ରକ୍ଷା କରିବେ।
1 Samuel 26:19 in Oriya 19 ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାଆନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ ସନ୍ତାନମାନେ ତାହା କରିଥା'ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ଯାଅ ଅନ୍ୟ ଦେବଗଣର ସେବା କର।
Psalm 7:15 in Oriya 15 ସେ କୂପ ଖୋଳି ଗଭୀର କରିଅଛି, ପୁଣି, ସେ ଆପଣା ଚୋରାଗର୍ତ୍ତରେ ପଡ଼ିଅଛି।
Psalm 9:15 in Oriya 15 ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।
Psalm 37:11 in Oriya 11 ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ।
Psalm 37:25 in Oriya 25 ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।
Proverbs 10:3 in Oriya 3 ସଦାପ୍ରଭୁ ଧାର୍ମିକର ପ୍ରାଣକୁ କ୍ଷୁଧାରେ କ୍ଷୀଣ ହେବାକୁ ଦେବେ ନାହିଁ; ମାତ୍ର ସେ ଦୁଷ୍ଟର କାମନା ସଫଳ କରନ୍ତି ନାହିଁ।
Proverbs 15:6 in Oriya 6 ଧାର୍ମିକର ଗୃହରେ ବହୁ ସମ୍ପତ୍ତି ଥାଏ; ପୁଣି, ଦୁଷ୍ଟର ଆୟରେ କ୍ଳେଶ ଥାଏ।
Proverbs 21:20 in Oriya 20 ଜ୍ଞାନବାନ୍ର ଗୃହରେ ବହୁମୂଲ୍ୟ ସମ୍ପତ୍ତି ଓ ତୈଳ ଥାଏ; ମାତ୍ର ମୂର୍ଖ ଲୋକ ତାହା ଗ୍ରାସ କରେ।
Proverbs 26:27 in Oriya 27 ଯେ ଖାତ ଖୋଳେ, ସେ ଆପେ ତହିଁ ଭିତରେ ପଡ଼ିବ; ପୁଣି, ଯେ ପଥର ଗଡ଼ାଏ, ତାହା ତାହାର ଉପରକୁ ନେଉଟିବ।
Ecclesiastes 10:8 in Oriya 8 ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ।
Matthew 6:33 in Oriya 33 କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
Acts 13:8 in Oriya 8 କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା।
Romans 16:17 in Oriya 17 ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;
2 Corinthians 11:3 in Oriya 3 କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।
2 Corinthians 11:13 in Oriya 13 କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।
Galatians 1:8 in Oriya 8 କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।
Galatians 2:4 in Oriya 4 ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;
Galatians 3:1 in Oriya 1 ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା।
2 Peter 2:18 in Oriya 18 କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;
Revelation 2:14 in Oriya 14 କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।