Proverbs 30:14 in Oriya 14 ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦନ୍ତ ଖଡ଼୍ଗ ପରି ଓ କଳଦନ୍ତ ଛୁରୀ ପରି, ଏପରି ଏକ ବଂଶ ଅଛି।
Other Translations King James Version (KJV) There is a generation, whose teeth are as swords, and their jaw teeth as knives, to devour the poor from off the earth, and the needy from among men.
American Standard Version (ASV) There is a generation whose teeth are `as' swords, and their jaw teeth `as' knives, To devour the poor from off the earth, and the needy from among men.
Bible in Basic English (BBE) There is a generation whose teeth are like swords, their strong teeth like knives, for the destruction of the poor from the earth, and of those who are in need from among men.
Darby English Bible (DBY) -- a generation whose teeth are swords, and their jaw-teeth knives, to devour the afflicted from off the earth, and the needy from [among] men.
World English Bible (WEB) There is a generation whose teeth are like swords, And their jaws like knives, To devour the poor from the earth, and the needy from among men.
Young's Literal Translation (YLT) A generation -- swords `are' their teeth, And knives -- their jaw-teeth, To consume the poor from earth, And the needy from `among' men.
Cross Reference Job 29:17 in Oriya 17 ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି ଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି।
Psalm 3:7 in Oriya 7 ହେ ସଦାପ୍ରଭୁ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।
Psalm 10:8 in Oriya 8 ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ।
Psalm 12:5 in Oriya 5 ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।
Psalm 14:4 in Oriya 4 ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ ? ସେମାନେ ମୋ' ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।
Psalm 52:2 in Oriya 2 ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।
Psalm 57:4 in Oriya 4 ମୋ' ପ୍ରାଣ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ଼୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।
Psalm 58:6 in Oriya 6 ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୁ, ଯୁବାସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ।
Proverbs 12:18 in Oriya 18 କାହାର କାହାର ବାଚାଳତା ଖଡ଼୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ।
Proverbs 22:16 in Oriya 16 ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକୁ ଦାନ କରେ, ତାହାକୁ କେବଳ ଅଭାବ ଘଟିବ।
Proverbs 28:3 in Oriya 3 ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଳାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ।
Ecclesiastes 4:1 in Oriya 1 ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ।
Isaiah 32:7 in Oriya 7 ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ।
Daniel 7:5 in Oriya 5 ଏଥିଉତ୍ତାରେ ଦେଖ, ଆଉ ଗୋଟିଏ, ଅର୍ଥାତ୍, ଦ୍ୱିତୀୟ ପଶୁ ଭଲ୍ଲୁକର ସଦୃଶ ଥିଲା, ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ଡ ପଞ୍ଜରା ଥିଲା; ଆଉ, ତାହାକୁ ଏହି କଥା କୁହାଗଲା, ‘ଉଠ, ଅନେକ ଲୋକଙ୍କୁ ଗ୍ରାସ କର।’
Amos 2:7 in Oriya 7 ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତି ଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି; ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁ ଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀଠାରେ ଗମନ କରନ୍ତି;
Amos 4:1 in Oriya 1 ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, “ଆଣ, ଆମ୍ଭେମାନେ ପାନ କରିବା।”
Amos 8:4 in Oriya 4 ହେ ଦୀନହୀନମାନଙ୍କୁ ଗ୍ରାସ କରିବାକୁ ଉଦ୍ୟତ ଓ ଦରିଦ୍ରମାନଙ୍କୁ ଲୋପ କରାଇବା ଲୋକମାନେ, ତୁମ୍ଭେମାନେ ଏହା ଶୁଣ।
Micah 2:1 in Oriya 1 ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର ! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ।
Micah 3:1 in Oriya 1 ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ୍ ନୁହେଁ ?
Habakkuk 3:14 in Oriya 14 ତୁମ୍ଭେ ତାହାର ନିଜ ଯଷ୍ଟି ଦ୍ୱାରା ତାହାର ଯୋଦ୍ଧାମାନଙ୍କର ମସ୍ତକ ବିଦ୍ଧ କଲ: ସେମାନେ ମୋତେ ଛିନ୍ନଭିନ୍ନ କରିବା ପାଇଁ ଘୂର୍ଣ୍ଣବାୟୁର ନ୍ୟାୟ ଆସିଲେ; ଦରିଦ୍ରକୁ ଗୋପନରେ ଗ୍ରାସ କରିବା ପାଇଁ ସେମାନଙ୍କର ଆନନ୍ଦ ଥିଲା।
Zephaniah 3:3 in Oriya 3 ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜନକାରୀ ସିଂହ ସଦୃଶ୍ୟ; ତାହାର ବିଚାରକର୍ତ୍ତାଗଣ ସନ୍ଧ୍ୟାକାଳୀନ କେନ୍ଦୁଆ ତୁଲ୍ୟ; ସେମାନେ ସକାଳ ବେଳାକୁ କିଛି ରଖନ୍ତି ନାହିଁ।
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
James 5:1 in Oriya 1 ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର।
Revelation 9:8 in Oriya 8 ସ୍ତ୍ରୀଲୋକମାନଙ୍କ କେଶ ସଦୃଶ ସେମାନଙ୍କ କେଶ, ସିଂହଦନ୍ତ ତୁଲ୍ୟ ସେମାନଙ୍କ ଦନ୍ତ;