Psalm 1:1 in Oriya 1 ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
Other Translations King James Version (KJV) Blessed is the man that walketh not in the counsel of the ungodly, nor standeth in the way of sinners, nor sitteth in the seat of the scornful.
American Standard Version (ASV) Blessed is the man that walketh not in the counsel of the wicked, Nor standeth in the way of sinners, Nor sitteth in the seat of scoffers:
Bible in Basic English (BBE) Happy is the man who does not go in the company of sinners, or take his place in the way of evil-doers, or in the seat of those who do not give honour to the Lord.
Darby English Bible (DBY) Blessed is the man that walketh not in the counsel of the wicked, and standeth not in the way of sinners, and sitteth not in the seat of scorners;
Webster's Bible (WBT) Blessed is the man that walketh not in the counsel of the ungodly, nor standeth in the way of sinners, nor sitteth in the seat of scoffers.
World English Bible (WEB) Blessed is the man who doesn't walk in the counsel of the wicked, Nor stand in the way of sinners, Nor sit in the seat of scoffers;
Young's Literal Translation (YLT) O the happiness of that one, who Hath not walked in the counsel of the wicked. And in the way of sinners hath not stood, And in the seat of scorners hath not sat;
Cross Reference Genesis 5:24 in Oriya 24 ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।
Genesis 49:6 in Oriya 6 ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ୱେଚ୍ଛାଚାରିତାରେ ବଳଦଗୁଡିକର ଲାଙ୍ଗୁଡ଼ କାଟିଲେ।
Leviticus 26:27 in Oriya 27 ଏହା ହେଲେ ହେଁ ଯଦି ତୁମ୍ଭେମାନେ ଆମ୍ଭ କଥା ଶୁଣିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ;
Deuteronomy 28:2 in Oriya 2 ଯଦି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବ ଶୁଣିବ, ତେବେ ଏହିସବୁ ଆଶୀର୍ବାଦ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭର ସଙ୍ଗ ଧରିବ।
Deuteronomy 33:29 in Oriya 29 ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି ? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାରପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ଼୍ଗ ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।”
1 Kings 16:31 in Oriya 31 ପୁଣି, ନବାଟର ପୁତ୍ର ଯାରବୀୟାମଙ୍କ ପାପ-ପଥରେ ଚାଲିବାର ତାଙ୍କ ପ୍ରତି ତୁଚ୍ଛ ବିଷୟ ହେଲା ପରି ସେ ସୀଦୋନୀୟମାନଙ୍କ ଇତ୍ବାଲ ରାଜାର କନ୍ୟା ଈଷେବଲକୁ ବିବାହ କଲେ ଓ ଯାଇ ବାଲ୍ର ସେବା କରି ତାହାକୁ ପ୍ରଣାମ କଲେ।
Job 10:3 in Oriya 3 ତୁମ୍ଭେ ଯେ ଉପଦ୍ରବ କରିବ, ତୁମ୍ଭେ ଯେ ଆପଣା ହସ୍ତର କର୍ମ ତୁଚ୍ଛ କରିବ ଓ ଦୁଷ୍ଟର ମନ୍ତ୍ରଣାରେ ପ୍ରସନ୍ନ ହେବ, ଏହା କ'ଣ ତୁମ୍ଭ ପ୍ରତି ଭଲ ?
Job 21:16 in Oriya 16 ଦେଖ, ସେମାନଙ୍କର ସୁଖ ସମୃଦ୍ଧି ସେମାନଙ୍କ ହସ୍ତରେ ନାହିଁ; ଦୁଷ୍ଟମାନଙ୍କ ମନ୍ତ୍ରଣା ମୋ'ଠାରୁ ଦୂରରେ ଥାଏ।
Job 31:5 in Oriya 5 ଯଦି ମୁଁ ଅସାରତାରେ ଗତାୟାତ କରିଥାଏ ଓ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ;
Psalm 1:6 in Oriya 6 କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।
Psalm 2:12 in Oriya 12 ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ।
Psalm 26:4 in Oriya 4 ମୁଁ ଅସାର ଲୋକଙ୍କ ସଙ୍ଗେ ବସି ନାହିଁ; କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରିବି ନାହିଁ।
Psalm 26:12 in Oriya 12 ମୋ' ଚରଣ ସମଭୂମିରେ ଠିଆ ହେଉଅଛି; ମୁଁ ମଣ୍ଡଳୀଗଣ ମଧ୍ୟରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି।
Psalm 32:1 in Oriya 1 ଦାଉଦଙ୍କ ଗୀତ। ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ।
Psalm 34:8 in Oriya 8 ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।
Psalm 36:4 in Oriya 4 ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ।
Psalm 64:2 in Oriya 2 କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀମାନଙ୍କ କଳହରୁ ମୋତେ ଲୁଚାଇ ରଖ;
Psalm 81:12 in Oriya 12 ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ।
Psalm 84:12 in Oriya 12 ହେ ସୈନ୍ୟାଧିପତି ପରମେଶ୍ୱର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।
Psalm 106:3 in Oriya 3 ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ।
Psalm 112:1 in Oriya 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ।
Psalm 115:12 in Oriya 12 ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ସେ ଇସ୍ରାଏଲ-ବଂଶକୁ ଆଶୀର୍ବାଦ କରିବେ; ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ।
Psalm 119:1 in Oriya 1 ଆଲେଫ୍। ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ।
Psalm 119:115 in Oriya 115 ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ୱରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋ' ନିକଟରୁ ଦୂର ହୁଅ।
Psalm 144:15 in Oriya 15 ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ; ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ !
Psalm 146:5 in Oriya 5 ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ;
Psalm 146:9 in Oriya 9 ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି।
Proverbs 1:15 in Oriya 15 ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ, ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ;
Proverbs 1:22 in Oriya 22 ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ ?
Proverbs 2:12 in Oriya 12 ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,
Proverbs 3:34 in Oriya 34 ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି, ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି।
Proverbs 4:14 in Oriya 14 ପାପୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁ ଏବଂ ଦୁଷ୍ଟଲୋକମାନଙ୍କ ବାଟରେ ଚାଲ ନାହିଁ।
Proverbs 4:19 in Oriya 19 ପୁଣି, ଦୁଷ୍ଟମାନଙ୍କର ବାଟ ଅନ୍ଧକାର ତୁଲ୍ୟ; ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ଜାଣନ୍ତି ନାହିଁ।
Proverbs 9:12 in Oriya 12 ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯଦି ନିନ୍ଦା କର, ଆପେ ତାହା ବହିବ।
Proverbs 13:15 in Oriya 15 ସୁବୁଦ୍ଧିର ଫଳ ଅନୁଗ୍ରହ, ମାତ୍ର ବିଶ୍ୱାସଘାତକର ପଥ କଠିନ ଅଟେ।
Proverbs 13:20 in Oriya 20 ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।
Proverbs 19:29 in Oriya 29 ନିନ୍ଦକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ ଅଛି।
Jeremiah 15:17 in Oriya 17 ମୁଁ ଆମୋଦପ୍ରମୋଦକାରୀମାନଙ୍କ ସଭାରେ ବସିଲି ନାହିଁ, କିଅବା ଆନନ୍ଦ କଲି ନାହିଁ; ତୁମ୍ଭର ହସ୍ତ ସକାଶୁ ମୁଁ ଏକାକୀ ବସିଲି; କାରଣ ତୁମ୍ଭେ ମୋତେ କ୍ରୋଧରେ ପୂର୍ଣ୍ଣ କରିଅଛ।
Jeremiah 17:7 in Oriya 7 ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ।
Ezekiel 20:18 in Oriya 18 ପୁଣି, ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ ଆପଣାମାନଙ୍କର ପିତୃଗଣର ବିଧି ଅନୁସାରେ ଚାଲ ନାହିଁ କିଅବା ସେମାନଙ୍କର ଶାସନସକଳ ମାନ ନାହିଁ, ଅଥବା ସେମାନଙ୍କ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ;
Matthew 7:13 in Oriya 13 ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ।
Matthew 16:17 in Oriya 17 ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି।
Luke 11:28 in Oriya 28 ମାତ୍ର ସେ କହିଲେ, ନା, ବରଂ ଯେଉଁମାନେ ଇଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେହିମାନେ ଧନ୍ୟ।
Luke 23:51 in Oriya 51 ଆଉ ସେମାନଙ୍କର ମନ୍ତ୍ରଣା ଓ କର୍ମରେ ସମ୍ମତ ହୋଇ ନ ଥିଲେ ପୁଣି, ଇଶ୍ବରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ।
John 13:17 in Oriya 17 ଯଦି ତୁମ୍ଭେମାନେ ଏହି ସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ।
John 20:29 in Oriya 29 ଯୀଶୁ ତାଙ୍କୁ କହିଲେ, ତୁମ୍ଭେ ମୋତେ ଦେଖିବାରୁ ବିଶ୍ୱାସ କରିଅଛ ? ଯେଉଁମାନେ ନ ଦେଖି ବିଶ୍ୱାସ କରିଅଛନ୍ତି, ସେମାନେ ଧନ୍ୟ।
Romans 5:2 in Oriya 2 ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଇଶ୍ବରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ।
Ephesians 6:13 in Oriya 13 ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହିପାର, ଏଥି ନିମନ୍ତେ ଈଶ୍ୱରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର।
1 Peter 4:3 in Oriya 3 ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;
Revelation 22:14 in Oriya 14 ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ।