Psalm 1:3 in Oriya 3 ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ।
Other Translations King James Version (KJV) And he shall be like a tree planted by the rivers of water, that bringeth forth his fruit in his season; his leaf also shall not wither; and whatsoever he doeth shall prosper.
American Standard Version (ASV) And he shall be like a tree planted by the streams of water, That bringeth forth its fruit in its season, Whose leaf also doth not wither; And whatsoever he doeth shall prosper.
Bible in Basic English (BBE) He will be like a tree planted by the rivers of water, which gives its fruit at the right time, whose leaves will ever be green; and he will do well in all his undertakings.
Darby English Bible (DBY) And he [is] as a tree planted by brooks of water, which giveth its fruit in its season, and whose leaf fadeth not; and all that he doeth prospereth.
Webster's Bible (WBT) And he shall be like a tree planted by the rivers of water, that bringeth forth its fruit in season; its leaf also shall not wither; and whatever he doeth shall prosper.
World English Bible (WEB) He will be like a tree planted by the streams of water, That brings forth its fruit in its season, Whose leaf also does not wither. Whatever he does shall prosper.
Young's Literal Translation (YLT) And he hath been as a tree, Planted by rivulets of water, That giveth its fruit in its season, And its leaf doth not wither, And all that he doth he causeth to prosper.
Cross Reference Genesis 39:3 in Oriya 3 ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେଉଁ ଯେଉଁ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେହି ସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା।
Genesis 39:23 in Oriya 23 କାରାରକ୍ଷକ ଯୋଷେଫଙ୍କର ହସ୍ତଗତ କୌଣସି ବିଷୟରେ ଦୃଷ୍ଟିପାତ କଲା ନାହିଁ, କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ; ପୁଣି, ସେ ଯାହା କଲେ, ସଦାପ୍ରଭୁ ତାହା ସିଦ୍ଧ କଲେ।
Joshua 1:7 in Oriya 7 ମାତ୍ର ଆମ୍ଭର ସେବକ ମୋଶା ତୁମ୍ଭକୁ ଯେ ସମସ୍ତ ବ୍ୟବସ୍ଥା ଆଦେଶ କରିଅଛି, ସେସବୁ ତୁମ୍ଭେ ମାନିବାକୁ ଓ କରିବାକୁ ବଳବାନ ଓ ଅତି ସାହସିକ ହୁଅ; ତହିଁର ଦକ୍ଷିଣକୁ କି ବାମକୁ ଫେର ନାହିଁ, ତହିଁରେ ତୁମ୍ଭେ ଯେକୌଣସି ସ୍ଥାନକୁ ଯିବ, ସେଠାରେ କୁଶଳ ପ୍ରାପ୍ତ ହେବ।
1 Chronicles 22:11 in Oriya 11 ଏବେ ହେ ମୋହର ପୁତ୍ର, ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ତୁମ୍ଭେ କୃତକାର୍ଯ୍ୟ ହୁଅ ଓ ତୁମ୍ଭ ବିଷୟରେ ଉକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବାକ୍ୟାନୁସାରେ ତାହାଙ୍କର ଗୃହ ନିର୍ମାଣ କର।
2 Chronicles 31:21 in Oriya 21 ଆଉ, ସେ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କରିବା ନିମନ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟ, ପୁଣି ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧରେ ଯେ ଯେ କାର୍ଯ୍ୟ ଆରମ୍ଭ କଲେ, ତାହାସବୁ ଆପଣା ସର୍ବାନ୍ତଃକରଣ ସହିତ କରି କୃତକାର୍ଯ୍ୟ ହେଲେ।
2 Chronicles 32:23 in Oriya 23 ତହିଁରେ ଅନେକେ ଯିରୂଶାଲମକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ ଓ ଯିହୁଦାର ରାଜା ହିଜକିୟଙ୍କ ନିକଟକୁ ବହୁମୂଲ୍ୟ ପଦାର୍ଥ ଆଣିଲେ; ତହୁଁ ସେ ସେହି ସମୟଠାରୁ ସମଗ୍ର ଗୋଷ୍ଠୀର ଦୃଷ୍ଟିରେ ଉନ୍ନତ ହେଲେ।
Job 14:9 in Oriya 9 ତଥାପି ଜଳର ଗନ୍ଧ ପାଇଲେ, ତାହା ପଲ୍ଲବିତ ହେବ ଓ ରୋପିତ ବୃକ୍ଷ ତୁଲ୍ୟ ଶାଖାବିଶିଷ୍ଟ ହେବ।
Psalm 92:14 in Oriya 14 ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;
Psalm 128:2 in Oriya 2 କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।
Psalm 129:8 in Oriya 8 “କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” ଏହା ପଥିକମାନେ କହନ୍ତି ନାହିଁ।
Isaiah 3:10 in Oriya 10 ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।
Isaiah 27:11 in Oriya 11 ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗା ଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।
Isaiah 44:4 in Oriya 4 ତହିଁରେ ସେମାନେ ଜଳସ୍ରୋତ ନିକଟସ୍ଥ ବାଇଶୀ ବୃକ୍ଷ ତୁଲ୍ୟ ତୃଣ ମଧ୍ୟରେ ଅଙ୍କୁରିତ ହେବେ।
Jeremiah 17:8 in Oriya 8 କାରଣ ସେ ଜଳ ନିକଟରେ ରୋପିତ ଓ ନଦୀକୂଳରେ ବିସ୍ତୃତମୂଳ ବୃକ୍ଷ ତୁଲ୍ୟ ହେବ ଓ ଗ୍ରୀଷ୍ମ ଉପସ୍ଥିତ ହେବା ବେଳେ ସେ ଭୟ କରିବ ନାହିଁ, ମାତ୍ର ତାହାର ପତ୍ର ସତେଜ ହେବ; ଆଉ, ଅନାବୃଷ୍ଟିର ବର୍ଷରେ ସେ ଚିନ୍ତିତ ହେବ ନାହିଁ, କିଅବା ତାହାର ଫଳ ଫଳିବାର ନିବୃତ୍ତ ହେବ ନାହିଁ।
Ezekiel 17:8 in Oriya 8 ତାହା ଯେପରି ଶାଖାବିଶିଷ୍ଟ ଓ ଫଳବତୀ ହୋଇ ଉତ୍ତମ ଦ୍ରାକ୍ଷାଲତା ହେବ, ଏଥିପାଇଁ ତାହା ଜଳରାଶିର ନିକଟସ୍ଥ ଉର୍ବର ଭୂମିରେ ରୋପିତ ହୋଇଥିଲା।
Ezekiel 19:10 in Oriya 10 ତୁମ୍ଭର ରକ୍ତରେ ତୁମ୍ଭର ମାତା ଜଳରାଶି ନିକଟରେ ରୋପିତ ଦ୍ରାକ୍ଷାଲତା ସ୍ୱରୂପ ଥିଲା; ଅନେକ ଜଳ ସକାଶୁ ସେ ଫଳବତୀ ଓ ଶାଖାରେ ପରିପୂର୍ଣ୍ଣ ଥିଲା।
Ezekiel 47:12 in Oriya 12 ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ସକାଶୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ।
Matthew 13:6 in Oriya 6 କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା।
Matthew 21:19 in Oriya 19 ଆଉ ବାଟ ପାଖରେ ଗୋଟିଏ ଡିମ୍ବିରି ଗଛ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, ଆଉ କଦାପି ତୋଠାରେ ଫଳ ନ ହେଉ। ସେଥିରେ ସେହିକ୍ଷଣି ସେହି ଡିମ୍ବିରି ଗଛ ଶୁଖିଗଲା।
Matthew 21:34 in Oriya 34 ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ।
Matthew 21:41 in Oriya 41 ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁରଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ।
John 15:6 in Oriya 6 କେହି ଯେବେ ମୋ'ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ।
Jude 1:12 in Oriya 12 ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;
Revelation 22:2 in Oriya 2 ସେହି ନଦୀର ଉଭୟ ପାର୍ଶ୍ୱରେ ଦ୍ୱାଦଶ ଥର ଫଳଦାୟକ ଜୀବନବୃକ୍ଷ ଅଛି, ସେଥିରେ ପ୍ରତିମାସରେ ଫଳ ଫଳେ, ପୁଣି, ସେହି ବୃକ୍ଷର ପତ୍ର ଜାତିସମୂହର ଆରୋଗ୍ୟକାରକ।