Psalm 10:3 in Oriya 3 କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ।
Other Translations King James Version (KJV) For the wicked boasteth of his heart's desire, and blesseth the covetous, whom the LORD abhorreth.
American Standard Version (ASV) For the wicked boasteth of his heart's desire, And the covetous renounceth, `yea', contemneth Jehovah.
Bible in Basic English (BBE) For the evil-doer is lifted up because of the purpose of his heart, and he whose mind is fixed on wealth is turned away from the Lord, saying evil against him.
Darby English Bible (DBY) For the wicked boasteth of his soul's desire, and he blesseth the covetous; he contemneth Jehovah.
Webster's Bible (WBT) For the wicked boasteth of his heart's desire, and blesseth the covetous, whom the LORD abhorreth.
World English Bible (WEB) For the wicked boasts of his heart's cravings, He blesses the greedy, and condemns Yahweh.
Young's Literal Translation (YLT) Because the wicked hath boasted Of the desire of his soul, And a dishonest gainer he hath blessed, He hath despised Jehovah.
Cross Reference Exodus 15:9 in Oriya 9 ଶତ୍ରୁ କହିଲା : ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ଼୍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ।
Leviticus 26:30 in Oriya 30 ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚ ସ୍ଥଳସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ ପ୍ରତିମାସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତ ଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।
Deuteronomy 29:19 in Oriya 19 ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।
Deuteronomy 32:19 in Oriya 19 ସଦାପ୍ରଭୁ ତାହା ଦେଖିଲେ, ପୁଣି ତାହାଙ୍କର ପୁତ୍ର ଓ କନ୍ୟାମାନେ ତାହାଙ୍କର ବିରକ୍ତି ଜନ୍ମାଇବାରୁ ସେ ସେମାନଙ୍କୁ ଘୃଣା କଲେ।
1 Samuel 23:21 in Oriya 21 ତହୁଁ ଶାଉଲ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଆଶୀର୍ବାଦର ପାତ୍ର; କାରଣ ତୁମ୍ଭେମାନେ ମୋ' ପ୍ରତି କୃପା କଲ।
Job 31:24 in Oriya 24 ଯେବେ ମୁଁ ସୁବର୍ଣ୍ଣକୁ ଆଶାଭୂମି କରିଥାଏ ଓ ତୁମ୍ଭେ ମୋହର ଆଶ୍ରୟ ବୋଲି ଶୁଦ୍ଧ ସୁବର୍ଣ୍ଣକୁ କହିଥାଏ;
Psalm 5:6 in Oriya 6 ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି।
Psalm 35:21 in Oriya 21 ହଁ, ସେମାନେ ମୋ' ବିରୁଦ୍ଧରେ କଥା କହିଲେ; ସେମାନେ କହିଲେ, “ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।”
Psalm 49:6 in Oriya 6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;
Psalm 49:11 in Oriya 11 ସେମାନଙ୍କ ଗୃହ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।
Psalm 49:18 in Oriya 18 ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;
Psalm 52:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍; ଦାଉଦ ଅହୀମେଲକର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ। ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ ?
Psalm 73:8 in Oriya 8 ସେମାନେ ଟାହୁଲି କରନ୍ତି ଓ ଦୁଷ୍ଟତାରେ ଦୌରାତ୍ମ୍ୟ ଉଚ୍ଚାରଣ କରନ୍ତି; ସେମାନେ ଦମ୍ଭ କଥା କହନ୍ତି।
Psalm 94:4 in Oriya 4 ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ ? ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି।
Proverbs 28:4 in Oriya 4 ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।
Isaiah 10:7 in Oriya 7 ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି।
Isaiah 37:23 in Oriya 23 ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଉର୍ଦ୍ଧ୍ୱକୁ ଉଠାଇଅଛ ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।
Isaiah 57:17 in Oriya 17 ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା।
Jeremiah 22:17 in Oriya 17 ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।
Hosea 12:7 in Oriya 7 ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।
Micah 6:10 in Oriya 10 ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି ?
Habakkuk 2:9 in Oriya 9 ଯେଉଁ ଜନ ଉଚ୍ଚରେ ଆପଣା ବସା କରିବା ପାଇଁ, ବିପଦର ହସ୍ତରୁ ଉଦ୍ଧାର କରିବା ପାଇଁ ଆପଣା ବଂଶ ନିମନ୍ତେ କୁଲାଭ ଉପାର୍ଜନ କରେ, ସେ ସନ୍ତାପର ପାତ୍ର !
Zechariah 11:5 in Oriya 5 ସେମାନଙ୍କୁ ଯେଉଁମାନେ କ୍ରୟ କରି ବଧ କରନ୍ତି ମାତ୍ର ଦଣ୍ଡ ପାଆନ୍ତି ନହିଁ; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରି ନାହାନ୍ତି।
Matthew 26:15 in Oriya 15 ମୋତେ କ'ଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି। ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟମୁଦ୍ରା ତୌଲି କରିଦେଲେ।
Luke 12:15 in Oriya 15 ପୁଣି, ସେ ସେମାନଙ୍କୁ କହିଲେ, ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।
Luke 12:19 in Oriya 19 ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍;
Luke 16:14 in Oriya 14 ଏହି ସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
Romans 1:29 in Oriya 29 ସେମାନେ ସର୍ବ ପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ;
Romans 1:32 in Oriya 32 ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ୱରଙ୍କର ଏହି ବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି।
1 Corinthians 6:10 in Oriya 10 କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
Ephesians 5:5 in Oriya 5 କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ଦେବପୂଜକ -ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ୱରଙ୍କର ରାଜ୍ୟରେ ଅଧିକାର ନାହିଁ।
Colossians 3:5 in Oriya 5 ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହି ସବୁ ପ୍ରତି ମୃତ ହୁଅ;
1 Timothy 6:9 in Oriya 9 ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହି ସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।
2 Timothy 3:2 in Oriya 2 କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ,
James 4:13 in Oriya 13 ଏବେ ଦେଖ, ଯେଉଁମାନେ କହୁଅଛ, ଆଜି କିମ୍ବା କାଲି ଆମ୍ଭେମାନେ ଅମୁକ ସହରକୁ ଯିବୁ ଓ ସେଠାରେ ଏକ ବର୍ଷ ପର୍ଯ୍ୟନ୍ତ ରହି ବାଣିଜ୍ୟ ବ୍ୟବସାୟ କରି ଲାଭ କରିବୁ;
James 4:16 in Oriya 16 କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ।
1 John 2:15 in Oriya 15 ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;