Psalm 102:1 in Oriya 1 ଅବସନ୍ନ କାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଖେଦର କଥା ଭାଙ୍ଗି ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା। ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ' କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ।
Other Translations King James Version (KJV) Hear my prayer, O LORD, and let my cry come unto thee.
American Standard Version (ASV) Hear my prayer, O Jehovah, And let my cry come unto thee.
Bible in Basic English (BBE) <A Prayer of the man who is in trouble, when he is overcome, and puts his grief before the Lord.> Give ear to my prayer, O Lord, and let my cry come to you.
Darby English Bible (DBY) {A Prayer of the afflicted, when he is overwhelmed, and poureth out his complaint before Jehovah.} Jehovah, hear my prayer, and let my cry come unto thee.
World English Bible (WEB) > Hear my prayer, Yahweh! Let my cry come to you.
Young's Literal Translation (YLT) A Prayer of the afflicted when he is feeble, and before Jehovah poureth out his plaint. O Jehovah, hear my prayer, yea, my cry to Thee cometh.
Cross Reference Exodus 2:23 in Oriya 23 ବହୁ କାଳ ଉତ୍ତାରେ ମିସ୍ରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ-ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା।
Judges 10:16 in Oriya 16 ଏଥି ଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା।
1 Samuel 1:15 in Oriya 15 ଏଥିରେ ହାନ୍ନା ଉତ୍ତର ଦେଇ କହିଲା, ନା, ମୋହର ପ୍ରଭୁ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।
1 Samuel 9:16 in Oriya 16 କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ-ଲୋକଙ୍କ ଉପରେ ରାଜା କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ।
2 Chronicles 30:27 in Oriya 27 ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ ଆଶୀର୍ବାଦ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ୱର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା।
Psalm 5:2 in Oriya 2 ହେ ମୋହର ରାଜନ୍, ହେ ମୋହର ପରମେଶ୍ୱର, ମୋହର ଆର୍ତ୍ତରବରେ ମନୋଯୋଗ କର, କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ।
Psalm 12:5 in Oriya 5 ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।
Psalm 18:6 in Oriya 6 ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋ' ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି, ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା।
Psalm 39:12 in Oriya 12 ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ' ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋ' ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପିତୃଲୋକଙ୍କ ତୁଲ୍ୟ ପ୍ରବାସୀ।
Psalm 41:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ।
Psalm 42:4 in Oriya 4 ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।
Psalm 55:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍। ହେ ପରମେଶ୍ୱର, ମୋ' ପ୍ରାର୍ଥନାରେ କର୍ଣ୍ଣପାତ କର; ମୋ' ବିନତିରୁ ଆପଣାକୁ ଲୁଚାଅ ନାହିଁ।
Psalm 57:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍; ଗୁମ୍ଫାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ। ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋ' ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।
Psalm 61:2 in Oriya 2 ମୋ' ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋ'ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।
Psalm 62:8 in Oriya 8 ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। ସେଲା
Psalm 69:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋତେ ପରିତ୍ରାଣ କର; କାରଣ ମୋ' ପ୍ରାଣ ପର୍ଯ୍ୟନ୍ତ ଜଳରାଶି ଆସିଅଛି।
Psalm 77:3 in Oriya 3 ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। ସେଲା
Psalm 130:1 in Oriya 1 ଆରୋହଣ-ଗୀତ। ହେ ସଦାପ୍ରଭୁ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି।
Psalm 142:2 in Oriya 2 ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।
Psalm 143:4 in Oriya 4 ଏହେତୁ ମୋହର ଆତ୍ମା ମୋ' ଅନ୍ତରରେ ଉଦ୍ବିଗ୍ନ ହୋଇଅଛି; ମୋ' ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି।
Psalm 143:7 in Oriya 7 ହେ ସଦାପ୍ରଭୁ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋ'ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।
Psalm 145:19 in Oriya 19 ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ।
Lamentations 3:8 in Oriya 8 ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି।
Lamentations 3:18 in Oriya 18 ଏଣୁ ମୁଁ କହିଲି, ମୋହର ବଳ ଓ ସଦାପ୍ରଭୁଙ୍କଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି।
Lamentations 3:44 in Oriya 44 ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ।
Mark 14:33 in Oriya 33 ପୁଣି, ସେ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅତ୍ୟନ୍ତ ବିସ୍ମୟାନ୍ୱିତ ଓ ବ୍ୟାକୁଳ ହେବାକୁ ଲାଗିଲେ।
Luke 22:44 in Oriya 44 ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ର ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂଇଁରେ ପଡ଼ିଲା।
Hebrews 5:7 in Oriya 7 ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ