Psalm 110:3 in Oriya 3 ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ଵେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।”
Other Translations King James Version (KJV) Thy people shall be willing in the day of thy power, in the beauties of holiness from the womb of the morning: thou hast the dew of thy youth.
American Standard Version (ASV) Thy people offer themselves willingly In the day of thy power, in holy array: Out of the womb of the morning Thou hast the dew of thy youth.
Bible in Basic English (BBE) Your people give themselves gladly in the day of your power; like the dew of the morning on the holy mountains is the army of your young men.
Darby English Bible (DBY) Thy people shall be willing in the day of thy power, in holy splendour: from the womb of the morning [shall come] to thee the dew of thy youth.
World English Bible (WEB) Your people offer themselves willingly in the day of your power, in holy array. Out of the womb of the morning, you have the dew of your youth.
Young's Literal Translation (YLT) Thy people `are' free-will gifts in the day of Thy strength, in the honours of holiness, From the womb, from the morning, Thou hast the dew of thy youth.
Cross Reference Judges 5:2 in Oriya 2 “ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ, ଲୋକମାନେ ସ୍ୱେଚ୍ଛାରେ ଆପଣା ଆପଣାକୁ ଉତ୍ସର୍ଗ କଲେ, ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର!
1 Chronicles 16:29 in Oriya 29 ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ଛାମୁକୁ ଆସ; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର।
Nehemiah 11:2 in Oriya 2 ଆଉ, ଯେଉଁମାନେ ଯିରୁଶାଲମରେ ବାସ କରିବାକୁ ସ୍ୱେଚ୍ଛାପୂର୍ବକ ଆପଣାମାନଙ୍କୁ ସମର୍ପଣ କଲେ, ଲୋକମାନେ ସେମାନଙ୍କର ଧନ୍ୟବାଦ କଲେ।
Psalm 22:27 in Oriya 27 ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।
Psalm 96:9 in Oriya 9 ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର; ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ।
Ezekiel 43:12 in Oriya 12 ଗୃହର ବ୍ୟବସ୍ଥା ଏହି, ପର୍ବତ ଶୃଙ୍ଗର ଉପରିସ୍ଥ ଚତୁର୍ଦ୍ଦିଗର ସମୁଦାୟ ସୀମା ମହାପବିତ୍ର ହେବ। ଦେଖ, ଏହା ହିଁ ଗୃହର ବ୍ୟବସ୍ଥା।
Acts 1:8 in Oriya 8 କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”
Acts 2:33 in Oriya 33 ଅତଏବ, ଈଶ୍ୱର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
Acts 2:41 in Oriya 41 ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।
Acts 4:4 in Oriya 4 ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା।
Acts 4:30 in Oriya 30 ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର।
Acts 19:20 in Oriya 20 ଏହି ପ୍ରକାରେ ପ୍ରଭୁଙ୍କର ବାକ୍ୟ ପରାକ୍ରମରେ ବୃଦ୍ଧି ପାଇବାକୁ ଓ ଜୟଯୁକ୍ତ ହେବାକୁ ଲାଗିଲା।
Acts 21:20 in Oriya 20 ସେମାନେ ତାହା ଶୁଣି ଇଶ୍ବରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୂଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍ଯୋଗୀ।
Romans 11:2 in Oriya 2 ଈଶ୍ୱର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାଁନ୍ତି ଏଲୀୟଙ୍କ ବିବରଣରେ ଶାସ୍ତ୍ର କ'ଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ୱରଙ୍କଠାରେ ନିବେଦନ କରନ୍ତି,
2 Corinthians 8:1 in Oriya 1 ହେ ଭାଇମାନେ, ମାକିଦନିଆର ମଣ୍ଡଳୀସମୂହ ମଧ୍ୟରେ ଇଶ୍ବରଙ୍କ ଦିଆଯାଇଥବା ଯେଉଁ ଅନୁଗ୍ରହ ପ୍ରକାଶିତ ହୋଇଅଛି, ତାହା ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ;
2 Corinthians 8:12 in Oriya 12 କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।
2 Corinthians 8:16 in Oriya 16 କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍ଯୋଗ ଜନ୍ମାଇଅଛନ୍ତି;
2 Corinthians 13:4 in Oriya 4 ସେ ତୁମ୍ଭମାନଙ୍କ ପ୍ରତି ଦୁର୍ବଳ ନୁହଁନ୍ତି, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିମାନ ଅଟନ୍ତି। କାରଣ ଯଦ୍ୟପି ସେ ଦୁର୍ବଳତା ହେତୁ କ୍ରୁଶାର୍ପିତ ହେଲେ, ତଥାପି ଇଶ୍ବରଙ୍କ ଶକ୍ତି ହେତୁ ସେ ଜୀବିତ। ଆମ୍ଭେମାନେ ମଧ୍ୟ ତାହାଙ୍କଠାରେ ଦୁର୍ବଳ, ମାତ୍ର ଇଶ୍ବରଙ୍କ ଶକ୍ତି ହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ପ୍ରତି ତାହାଙ୍କ ସହିତ ଜୀବିତ ହେବା।
Galatians 1:15 in Oriya 15 କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,
Ephesians 1:4 in Oriya 4 ଅର୍ଥାତ୍ ଆମ୍ଭେମାନେ ଯେପରି ତାହାଙ୍କ ସକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;
Philippians 2:13 in Oriya 13 କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ୱର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି।
1 Thessalonians 4:7 in Oriya 7 କାରଣ ଈଶ୍ୱର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନ ଯାପନ କରିବା ନିମନ୍ତେ ଆହ୍ୱାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ୱାନ କରିଅଛନ୍ତି।
Titus 2:14 in Oriya 14 ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
Hebrews 13:21 in Oriya 21 ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।
Revelation 7:9 in Oriya 9 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରିବାହୁଙ୍ଗା ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;