Psalm 113 in Oriya

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର।

2 ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।

3 ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ।

4 ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। ଯାହାଙ୍କର ଆସନ ଊର୍ଦ୍ଧ୍ୱରେ,

5 ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି,

6 ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ ?

7 ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ,

8 ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି।

9 ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।