Psalm 122 in Oriya

1 ଆରୋହଣ ଗୀତ; ଦାଉଦଙ୍କ ରଚିତ। “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।

2 ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି;

3 ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;

4 ଗୋଷ୍ଠୀବର୍ଗ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି।

5 କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି।

6 ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର; ଯେଉଁମାନେ ତୁମ୍ଭକୁ ସ୍ନେହ କରନ୍ତି, ସେମାନେ ଅଶେଷ ଉନ୍ନତି କରିବେ।

7 ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ।

8 ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, “ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ।”

9 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସକାଶେ ମୁଁ ତୁମ୍ଭର ମଙ୍ଗଳ ଚେଷ୍ଟା କରିବି।