Psalm 123 in Oriya

1 ଆରୋହଣ-ଗୀତ। ହେ ସ୍ୱର୍ଗୋପବିଷ୍ଟ, ମୁଁ ତୁମ୍ଭ ଆଡ଼େ ଉର୍ଦ୍ଧ୍ୱ ଦୃଷ୍ଟି କରେ।

2 ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ।

3 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ।

4 ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି।