Psalm 125:5 in Oriya 5 ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
Other Translations King James Version (KJV) As for such as turn aside unto their crooked ways, the LORD shall lead them forth with the workers of iniquity: but peace shall be upon Israel.
American Standard Version (ASV) But as for such as turn aside unto their crooked ways, Jehovah will lead them forth with the workers of iniquity. Peace be upon Israel. Psalm 126 A Song of Ascents.
Bible in Basic English (BBE) But as for such as are turned out of the straight way, the Lord will take them away with the workers of evil. Let peace be on Israel.
Darby English Bible (DBY) But as for such as turn aside unto their crooked ways, Jehovah will lead them forth with the workers of iniquity. Peace be upon Israel!
World English Bible (WEB) But as for those who turn aside to their crooked ways, Yahweh will lead them away with the workers of iniquity. Peace be on Israel.
Young's Literal Translation (YLT) As to those turning `to' their crooked ways, Jehovah causeth them to go with workers of iniquity. Peace on Israel!
Cross Reference 1 Chronicles 10:13 in Oriya 13 ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ସତ୍ୟଲଙ୍ଘନ ହେତୁରୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।
Job 23:11 in Oriya 11 ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି; ମୁଁ ତାହାଙ୍କ ପଥ ରକ୍ଷା କରିଅଛି ଓ ବିପଥଗାମୀ ହୋଇ ନାହିଁ।
Psalm 40:4 in Oriya 4 ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଂକାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ।
Psalm 92:7 in Oriya 7 ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ।
Psalm 94:4 in Oriya 4 ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ ? ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି।
Psalm 101:3 in Oriya 3 ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟିଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ତାହା ମୋ'ଠାରେ ଲିପ୍ତ ହେବ ନାହିଁ।
Psalm 128:6 in Oriya 6 ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
Proverbs 2:15 in Oriya 15 ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ ଓ ଆପଣା ଆପଣା ପଥରେ ବକ୍ରଗାମୀ, ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ।
Proverbs 14:14 in Oriya 14 ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର ଫଳରେ ପରିପୂର୍ଣ୍ଣ ହେବ; ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ।
Isaiah 54:10 in Oriya 10 ଯେହେତୁ ତୁମ୍ଭ ପ୍ରତି କରୁଣା କରିଅଛନ୍ତି ଯେଉଁ ସଦାପ୍ରଭୁ, ସେ କହନ୍ତି, ପର୍ବତଗଣ ବିଚଳିତ ହୋଇ ଘୁଞ୍ଚିଯିବେ ଓ ଉପପର୍ବତଗଣ ଟଳିବେ; ମାତ୍ର ଆମ୍ଭର ଦୟା ତୁମ୍ଭଠାରୁ ବିଚଳିତ ହେବ ନାହିଁ, ଅଥବା ଆମ୍ଭ ଶାନ୍ତିର ନିୟମ ଟଳିବ ନାହିଁ।
Isaiah 54:13 in Oriya 13 ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।
Isaiah 59:8 in Oriya 8 ଶାନ୍ତିର ବାଟ ସେମାନେ ଜାଣନ୍ତି ନାହିଁ ଓ ସେମାନଙ୍କ ମାର୍ଗରେ କୌଣସି ବିଚାର ନାହିଁ; ସେମାନେ ଆପଣାମାନଙ୍କ ପାଇଁ ବକ୍ର ପଥ କରିଅଛନ୍ତି; ଯେକେହି ତହିଁରେ ଗମନ କରେ, ସେ ଶାନ୍ତି ଜାଣେ ନାହିଁ।
Jeremiah 2:19 in Oriya 19 ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।
Ezekiel 37:26 in Oriya 26 ଆହୁରି, ଆମ୍ଭେ ସେମାନଙ୍କ ସହିତ ଶାନ୍ତିର ଏକ ନିୟମ ସ୍ଥିର କରିବା; ତାହା ସେମାନଙ୍କ ସହିତ ଚିରକାଳୀନ ନିୟମ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବସାଇବା ଓ ବଢ଼ାଇବା ଓ ସେମାନଙ୍କ ମଧ୍ୟରେ ସଦା କାଳ ଆମ୍ଭେ ଆପଣା ଧର୍ମଧାମ ସ୍ଥାପନ କରିବା।
Hosea 2:18 in Oriya 18 ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା।
Zephaniah 1:6 in Oriya 6 ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।
Matthew 7:23 in Oriya 23 ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟରୂପେ କହିବି, ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ। ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ।
Matthew 24:48 in Oriya 48 କିନ୍ତୁ ଯଦି ସେହି ଦୁଷ୍ଟ ଦାସ ମୋର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି
John 14:27 in Oriya 27 ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।
Galatians 6:16 in Oriya 16 ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ୱରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ।
Philippians 2:15 in Oriya 15 ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଇଶ୍ବରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ;
Hebrews 10:38 in Oriya 38 ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ।
1 Peter 1:2 in Oriya 2 ପିତା ଇଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।