Psalm 126 in Oriya

1 ଆରୋହଣ-ଗୀତ। ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ।

2 ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।”

3 ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ।

4 ହେ ସଦାପ୍ରଭୁ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର।

5 ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।

6 ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ।