Psalm 127:1 in Oriya 1 ଆରୋହଣ-ଗୀତ; ଶଲୋମନଙ୍କ ରଚିତ। ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।
Other Translations King James Version (KJV) Except the LORD build the house, they labour in vain that build it: except the LORD keep the city, the watchman waketh but in vain.
American Standard Version (ASV) Except Jehovah build the house, They labor in vain that build it: Except Jehovah keep the city, The watchman waketh but in vain.
Bible in Basic English (BBE) <A Song of the going up. Of Solomon.> If the Lord is not helping the builders, then the building of a house is to no purpose: if the Lord does not keep the town, the watchman keeps his watch for nothing.
Darby English Bible (DBY) {A Song of degrees. Of Solomon.} Unless Jehovah build the house, in vain do its builders labour in it; unless Jehovah keep the city, the keeper watcheth in vain:
World English Bible (WEB) > Unless Yahweh builds the house, They labor in vain who build it. Unless Yahweh watches over the city, The watchman guards it in vain.
Young's Literal Translation (YLT) A Song of the Ascents, by Solomon. If Jehovah doth not build the house, In vain have its builders laboured at it, If Jehovah doth not watch a city, In vain hath a watchman waked.
Cross Reference 1 Chronicles 22:10 in Oriya 10 ସେ ଆମ୍ଭ ନାମ ପାଇଁ ଗୃହ ନିର୍ମାଣ କରିବ; ସେ ଆମ୍ଭର ପୁତ୍ର ହେବ ଓ ଆମ୍ଭେ ତାହାର ପିତା ହେବା; ପୁଣି, ଆମ୍ଭେ ଇସ୍ରାଏଲ ଉପରେ ତାହାର ରାଜସିଂହାସନ ଅନନ୍ତ କାଳ ସ୍ଥାପନ କରିବା।
1 Chronicles 28:10 in Oriya 10 ଏବେ ସାବଧାନ ହୁଅ; କାରଣ ପବିତ୍ର ଆବାସ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି; ବଳବାନ ହୁଅ ଓ ତାହା କର।”
1 Chronicles 28:20 in Oriya 20 ଏଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ବଳବାନ୍ ଓ ସାହସିକ ହୁଅ ଓ ଏହି କର୍ମ କର; ଭୟ ନ କର, ଅବା ନିରାଶ ନ ହୁଅ; କାରଣ ଆମ୍ଭର ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ଅଛନ୍ତି; ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସକଳ କର୍ମ ସମାପ୍ତ ନ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କି ତୁମ୍ଭକୁ ତ୍ୟାଗ କରିବେ ନାହିଁ।
1 Chronicles 29:19 in Oriya 19 ପୁଣି, ତୁମ୍ଭର ଆଜ୍ଞା, ତୁମ୍ଭ ପ୍ରମାଣ-ବାକ୍ୟ ଓ ତୁମ୍ଭ ବିଧିସବୁ ପାଳନ କରିବା ପାଇଁ ଓ ଏହିସବୁ କାର୍ଯ୍ୟ କରିବା ପାଇଁ, ଆଉ, ମୁଁ ଯେଉଁ ପ୍ରାସାଦ ପାଇଁ ଆୟୋଜନ କରୁଅଛି, ତାହା ନିର୍ମାଣ କରିବା ପାଇଁ ମୋ' ପୁତ୍ର ଶଲୋମନକୁ ସିଦ୍ଧ ଅନ୍ତଃକରଣ ଦିଅ।”
Psalm 33:16 in Oriya 16 କୌଣସି ରାଜା ଅପାର ସୈନ୍ୟ ଦ୍ୱାରା ଉଦ୍ଧାର ପାଏ ନାହିଁ; କୌଣସି ବୀର ମହାଶକ୍ତି ଦ୍ୱାରା ଉଦ୍ଧାର ପାଏ ନାହିଁ।
Psalm 72:1 in Oriya 1 ଶଲୋମନଙ୍କର ଗୀତ। ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର।
Psalm 78:69 in Oriya 69 ଆଉ, ସେ ଉଚ୍ଚ ଗଗନ ତୁଲ୍ୟ ଓ ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ।
Psalm 120:1 in Oriya 1 ଆରୋହଣ ଗୀତ। ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ।
Psalm 121:1 in Oriya 1 ଆରୋହଣ ଗୀତ। ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ୱଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ ?
Psalm 121:3 in Oriya 3 ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ; ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ।
Psalm 122:1 in Oriya 1 ଆରୋହଣ ଗୀତ; ଦାଉଦଙ୍କ ରଚିତ। “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।
Psalm 123:1 in Oriya 1 ଆରୋହଣ-ଗୀତ। ହେ ସ୍ୱର୍ଗୋପବିଷ୍ଟ, ମୁଁ ତୁମ୍ଭ ଆଡ଼େ ଉର୍ଦ୍ଧ୍ୱ ଦୃଷ୍ଟି କରେ।
Psalm 124:1 in Oriya 1 ଆରୋହଣ-ଗୀତ; ଦାଉଦଙ୍କ ରଚିତ। “ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ,” ଇସ୍ରାଏଲ ଏବେ କହୁନ୍ତୁ;
Psalm 125:1 in Oriya 1 ଆରୋହଣ-ଗୀତ। ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।
Psalm 126:1 in Oriya 1 ଆରୋହଣ-ଗୀତ। ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ।
Proverbs 16:9 in Oriya 9 ମନୁଷ୍ୟର ମନ ଆପଣା ପଥ ବିଷୟ କଳ୍ପନା କରେ; ମାତ୍ର ସଦାପ୍ରଭୁ ତାହାର ଗତି ନିରୂପଣ କରନ୍ତି।
Proverbs 21:30 in Oriya 30 ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।
Ecclesiastes 9:11 in Oriya 11 ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହ ପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ।
Song of Solomon 3:3 in Oriya 3 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ ; ମୁଁ ସେମାନଙ୍କୁ ପଚାରିଲି, ଯାହାଙ୍କୁ ମୋ' ପ୍ରାଣ ପ୍ରେମ କରେ, ତାଙ୍କୁ କି ତୁମ୍ଭେମାନେ ଦେଖିଲ ?
Song of Solomon 5:7 in Oriya 7 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ। ପ୍ରାଚୀର-ରକ୍ଷକମାନେ ମୋ'ଠାରୁ ମୋହର ଆଚ୍ଛାଦନ-ବସ୍ତ୍ର କାଢ଼ି ନେଇଗଲେ।
Isaiah 21:5 in Oriya 5 ସେମାନେ ମେଜ ସଜାନ୍ତି, ସେମାନେ ପ୍ରହରୀ ନିଯୁକ୍ତ କରନ୍ତି, ସେମାନେ ଭୋଜନ କରନ୍ତି, ସେମାନେ ପାନ କରନ୍ତି; ହେ ଅଧିପତିମାନେ, ଉଠ, ଢାଲ ତୈଳାକ୍ତ କର।
Isaiah 27:3 in Oriya 3 “ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା।
Isaiah 56:10 in Oriya 10 ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ସୁଖ ପା'ନ୍ତି।
Isaiah 62:6 in Oriya 6 ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।
Jeremiah 51:12 in Oriya 12 ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ୱଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର, ପ୍ରହରୀଗଣ ନିଯୁକ୍ତ କର, ଗୋପନ ସ୍ଥାନରେ ସୈନ୍ୟ ରଖ: କାରଣ ସଦାପ୍ରଭୁ ବାବିଲର ନିବାସୀମାନଙ୍କ ବିଷୟରେ ଯାହା କହିଲେ, ତାହା ସଙ୍କଳ୍ପ କରି ସିଦ୍ଧ କରିଅଛନ୍ତି।
Jeremiah 51:31 in Oriya 31 ବାବିଲ ରାଜାର ନଗର ଚତୁର୍ଦ୍ଦିଗରେ ହସ୍ତଗତ ହୋଇଅଛି, ଏହି ସମ୍ବାଦ ତାହାକୁ ଦେବା ନିମନ୍ତେ ଏକ ଧାଉଡ଼ିଆ ଅନ୍ୟ ଧାଉଡ଼ିଆର ଓ ଏକ ଦୂତ ଅନ୍ୟ ଦୂତ ସହିତ ଭେଟିବାକୁ ଦୌଡ଼ିବେ,
Ezekiel 33:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକମାନଙ୍କର ସନ୍ତାନଗଣକୁ କୁହ ଓ ସେମାନଙ୍କୁ କୁହ, ଆମ୍ଭେ କୌଣସି ଦେଶ ବିରୁଦ୍ଧରେ ଖଡ଼୍ଗ ଆଣିଲେ, ସେ ଦେଶର ଲୋକମାନେ ଯଦି ଆପଣାମାନଙ୍କ ମଧ୍ୟରୁ କୌଣସି ଏକ ବ୍ୟକ୍ତିକୁ ନେଇ ତାହାକୁ ଆପଣାମାନଙ୍କର ପ୍ରହରୀ କରି ନିଯୁକ୍ତ କରନ୍ତି;
Zechariah 2:4 in Oriya 4 ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବାଲୋକକୁ କୁହ ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ।”
1 Corinthians 3:7 in Oriya 7 ଅତଏବ, ଯେ ରୋପଣ କରେ କିମ୍ବା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ୱର, ସେ ସାର।
1 Corinthians 3:9 in Oriya 9 କାରଣ ଆମ୍ଭେମାନେ ଇଶ୍ବରଙ୍କ ସହକର୍ମୀ ତୁମ୍ଭେମାନେ ଇଶ୍ବରଙ୍କ କ୍ଷେତ୍ର, ଇଶ୍ବରଙ୍କ ଗୃହ।
1 Corinthians 15:14 in Oriya 14 ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାଁନ୍ତି, ତେବେ ତ ଆମ୍ଭମାନଙ୍କ ପ୍ରଚାର ବୃଥା, ତୁମ୍ଭମାନଙ୍କ ବିଶ୍ୱାସ ମଧ୍ୟ ବୃଥା,
Galatians 4:11 in Oriya 11 ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ବନ୍ଧରେ ମୋହର ଏହି ଭୟ ହେଉଅଛି।