Psalm 127 in Oriya

1 ଆରୋହଣ-ଗୀତ; ଶଲୋମନଙ୍କ ରଚିତ। ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।

2 ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସେ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।

3 ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।

4 ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।

5 ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ।