Psalm 131 in Oriya

1 ଆରୋହଣ-ଗୀତ; ଦାଉଦଙ୍କ ରଚିତ। ହେ ସଦାପ୍ରଭୁ, ମୋ' ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋ' ଦୁଷ୍ଟି ଉଚ୍ଚ ନୁହେଁ; କିଅବା ମୁଁ ମହତ୍‍ ମହତ୍‍ ବ୍ୟାପାରରେ, ଅଥବା ମୋ' ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ।

2 ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋ' ପ୍ରାଣ ମୋ' ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି।

3 ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ଠାରେ ଭରସା ରଖ।