Psalm 133 in Oriya

1 ଆରୋହଣ ଗୀତ, ଦାଉଦଙ୍କ ରଚିତ। ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର !

2 ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, ଯାହା ଦାଢ଼ିରେ, ଅର୍ଥାତ୍‍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା।

3 ତାହା ହର୍ମୋଣର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ।