Psalm 138:7 in Oriya 7 ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସଜୀବ କରିବ, ତୁମ୍ଭେ ମୋ' ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ।
Other Translations King James Version (KJV) Though I walk in the midst of trouble, thou wilt revive me: thou shalt stretch forth thine hand against the wrath of mine enemies, and thy right hand shall save me.
American Standard Version (ASV) Though I walk in the midst of trouble, thou wilt revive me; Thou wilt stretch forth thy hand against the wrath of mine enemies, And thy right hand will save me.
Bible in Basic English (BBE) Even when trouble is round me, you will give me life; your hand will be stretched out against the wrath of my haters, and your right hand will be my salvation.
Darby English Bible (DBY) Though I walk in the midst of trouble, thou wilt revive me: thou wilt stretch forth thy hand against the anger of mine enemies, and thy right hand shall save me.
World English Bible (WEB) Though I walk in the midst of trouble, you will revive me. You will stretch forth your hand against the wrath of my enemies. Your right hand will save me.
Young's Literal Translation (YLT) If I walk in the midst of distress Thou quickenest me, Against the anger of mine enemies Thou sendest forth Thy hand, And Thy right hand doth save me.
Cross Reference Job 13:15 in Oriya 15 ସେ ମୋତେ ବଧ କଲେ ହେଁ ମୁଁ ତାହାଙ୍କ ପାଇଁ ଅପେକ୍ଷା କରିବି; ତଥାପି ମୁଁ ତାହାଙ୍କ ଛାମୁରେ ଆପଣା ପଥ ସମର୍ଥନ କରିବି।
Job 19:25 in Oriya 25 ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;
Psalm 17:7 in Oriya 7 ଆହେ ସ୍ୱଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍ଥିତ ଲୋକଗଣଠାରୁ ସ୍ୱଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର।
Psalm 18:35 in Oriya 35 ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି।
Psalm 20:6 in Oriya 6 ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତକୁ ଉଦ୍ଧାର କରନ୍ତି, ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେ ନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ।
Psalm 23:3 in Oriya 3 ସେ ମୋ' ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମପଥରେ ମୋତେ କଢ଼ାଇ ନିଅନ୍ତି।
Psalm 35:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ, ଯେଉଁମାନେ ମୋ' ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର। ଯେଉଁମାନେ ମୋ' ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ଯୁଦ୍ଧ କର।
Psalm 41:7 in Oriya 7 ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋ' ବିରୁଦ୍ଧରେ ଫୁସ୍ଫୁସ୍ କରନ୍ତି; ସେମାନେ ମୋ' ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।
Psalm 44:3 in Oriya 3 କାରଣ ସେମାନେ ନିଜ ଖଡ଼୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।
Psalm 44:5 in Oriya 5 ତୁମ୍ଭ ଦ୍ୱାରା ଆମ୍ଭେମାନେ ବିପକ୍ଷଗଣକୁ ତଳେ ପକାଇବା; ତୁମ୍ଭ ନାମ ଦ୍ୱାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା।
Psalm 56:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍-ଏଲମ୍ ହେ ପରମେଶ୍ୱର, ମୋତେ ଦୟା କର; କାରଣ ମନୁଷ୍ୟ ମୋତେ ଗ୍ରାସ କରିବାକୁ ଉଦ୍ୟତ; ସେ ସାରାଦିନ ଯୁଦ୍ଧ କରି ମୋ' ପ୍ରତି ଉପଦ୍ରବ କରଇ।
Psalm 56:9 in Oriya 9 ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋ' ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ୱର ମୋହର ସପକ୍ଷ।
Psalm 60:5 in Oriya 5 ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ।
Psalm 64:7 in Oriya 7 ମାତ୍ର ପରମେଶ୍ୱର ସେମାନଙ୍କ ପ୍ରତି ତୀର ନିକ୍ଷେପ କରିବେ; ସେଥିରେ ସେମାନେ ହଠାତ୍ ଆହତ ହେବେ।
Psalm 66:10 in Oriya 10 କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ।
Psalm 71:20 in Oriya 20 ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ।
Psalm 77:10 in Oriya 10 ତହୁଁ ମୁଁ କହିଲି, “ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।”
Psalm 85:6 in Oriya 6 ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ ?
Psalm 119:49 in Oriya 49 ସୟିନ୍। ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ ଆପଣା ଦାସ ପକ୍ଷରେ ବାକ୍ୟ ସ୍ମରଣ କର।
Psalm 144:1 in Oriya 1 ଦାଉଦଙ୍କର ଗୀତ। ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋ' ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋ' ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି।
Isaiah 5:25 in Oriya 25 ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Isaiah 9:12 in Oriya 12 ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Isaiah 9:17 in Oriya 17 ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହିଁ, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମିଥ୍ୟାବାଦୀ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Isaiah 9:21 in Oriya 21 ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର, ପୁଣି, ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Isaiah 10:4 in Oriya 4 ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Isaiah 41:10 in Oriya 10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
Isaiah 57:16 in Oriya 16 କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।
Jeremiah 51:25 in Oriya 25 ହେ ବିନାଶକ ପର୍ବତ,ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।
Micah 7:8 in Oriya 8 ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତିସ୍ୱରୂପ ହେବେ।
Acts 2:33 in Oriya 33 ଅତଏବ, ଈଶ୍ୱର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।