Psalm 138:8 in Oriya 8 ସଦାପ୍ରଭୁ ମୋ' ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୁ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।
Other Translations King James Version (KJV) The LORD will perfect that which concerneth me: thy mercy, O LORD, endureth for ever: forsake not the works of thine own hands.
American Standard Version (ASV) Jehovah will perfect that which concerneth me: Thy lovingkindness, O Jehovah, `endureth' for ever; Forsake not the works of thine own hands. Psalm 139 For the Chief Musician. A Psalm of David.
Bible in Basic English (BBE) The Lord will make all things complete for me: O Lord, your mercy is eternal; do not give up the works of your hands.
Darby English Bible (DBY) Jehovah will perfect what concerneth me: thy loving-kindness, O Jehovah, [endureth] for ever; forsake not the works of thine own hands.
World English Bible (WEB) Yahweh will fulfill that which concerns me; Your loving kindness, Yahweh, endures forever. Don't forsake the works of your own hands.
Young's Literal Translation (YLT) Jehovah doth perfect for me, O Jehovah, Thy kindness `is' to the age, The works of Thy hands let not fall!
Cross Reference Job 10:3 in Oriya 3 ତୁମ୍ଭେ ଯେ ଉପଦ୍ରବ କରିବ, ତୁମ୍ଭେ ଯେ ଆପଣା ହସ୍ତର କର୍ମ ତୁଚ୍ଛ କରିବ ଓ ଦୁଷ୍ଟର ମନ୍ତ୍ରଣାରେ ପ୍ରସନ୍ନ ହେବ, ଏହା କ'ଣ ତୁମ୍ଭ ପ୍ରତି ଭଲ ?
Job 10:8 in Oriya 8 ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ଓ ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି; ତଥାପି ତୁମ୍ଭେ ମୋତେ ସଂହାର କରୁଅଛ।
Job 14:15 in Oriya 15 ତେବେ ତୁମ୍ଭେ ଡାକିବ ଓ ମୁଁ ତୁମ୍ଭକୁ ଉତ୍ତର ଦେବି; ତୁମ୍ଭେ ଆପଣା ହସ୍ତକୃତ କର୍ମ ପ୍ରତି କରୁଣା କରିବ।
Psalm 57:2 in Oriya 2 ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, ମୋ' ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି।
Psalm 71:6 in Oriya 6 ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ।
Psalm 71:17 in Oriya 17 ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି।
Psalm 100:3 in Oriya 3 ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।
Psalm 100:5 in Oriya 5 କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।
Psalm 103:17 in Oriya 17 ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,
Psalm 136:1 in Oriya 1 ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Isaiah 26:12 in Oriya 12 ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଶାନ୍ତି ନିରୂପଣ କରିବ; କାରଣ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କର ସକଳ କାର୍ଯ୍ୟ ସାଧନ କରିଅଛ।
Isaiah 42:16 in Oriya 16 ପୁଣି, ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବା; ଯେଉଁ ମାର୍ଗ ସେମାନେ ଜାଣନ୍ତି ନାହିଁ, ସେହି ସବୁ ମାର୍ଗରେ ସେମାନଙ୍କୁ କଢ଼ାଇବା; ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୁଅ ଓ ବକ୍ରସ୍ଥାନସବୁକୁ ସଳଖ କରିବା। ଏହିସବୁ କାର୍ଯ୍ୟ ଆମ୍ଭେ କରି ସେମାନଙ୍କୁ ପରିତ୍ୟାଗ କରିବା ନାହିଁ।
Isaiah 43:21 in Oriya 21 ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ।
Jeremiah 32:39 in Oriya 39 ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;
John 15:2 in Oriya 2 ମୋ'ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି।
Romans 5:10 in Oriya 10 କାରଣ ଆମ୍ଭେମାନେ ଶତ୍ରୁ ଥିବା ସମୟରେ ଯଦି ଇଶ୍ବରଙ୍କ ସହିତ ତାହାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ମିଳିତ ହେଲୁ, ତାହାହେଲେ ଏହା ଅଧିକ ସୁନିଶ୍ଚିତ ଯେ, ଆମ୍ଭେମାନେ ମିଳିତ ହୋଇ ତାହାଙ୍କ ଜୀବନ ଦ୍ୱାରା ପରିତ୍ରାଣ ପାଇବା।
Romans 8:28 in Oriya 28 ଯେଉଁମାନେ ଈଶ୍ୱରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ୱର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
Philippians 1:6 in Oriya 6 କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;
1 Thessalonians 5:24 in Oriya 24 ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସହାଯ୍ୟ କରିବେ।
1 Peter 1:3 in Oriya 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,
1 Peter 4:19 in Oriya 19 ଅତଏବ, ଯେଉଁମାନେ ଇଶ୍ବରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ୱସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କାର୍ଯ୍ୟରେ ନିବିଷ୍ଟ ରହନ୍ତୁ।
Jude 1:1 in Oriya 1 ଯିହୂଦା, ଯୀଶୁଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଇଶ୍ବରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।