Psalm 14:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।” ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ।
Other Translations King James Version (KJV) The fool hath said in his heart, There is no God. They are corrupt, they have done abominable works, there is none that doeth good.
American Standard Version (ASV) The fool hath said in his heart, There is no God. They are corrupt, they have done abominable works; There is none that doeth good.
Bible in Basic English (BBE) <To the chief music-maker. Of David.> The foolish man has said in his heart, God will not do anything. They are unclean, they have done evil works; there is not one who does good.
Darby English Bible (DBY) {To the chief Musician. [A Psalm] of David.} The fool hath said in his heart, There is no God. They have corrupted themselves, they have done abominable works: there is none that doeth good.
Webster's Bible (WBT) To the chief Musician, A Psalm of David. The fool hath said in his heart, There is no God. They are corrupt, they have done abominable works, there is none that doeth good.
World English Bible (WEB) > The fool has said in his heart, "There is no God." They are corrupt. They have done abominable works. There is none who does good.
Young's Literal Translation (YLT) To the Overseer. -- By David. A fool hath said in his heart, `God is not;' They have done corruptly, They have done abominable actions, There is not a doer of good.
Cross Reference Genesis 6:5 in Oriya 5 ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
Genesis 6:11 in Oriya 11 ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା।
1 Samuel 25:25 in Oriya 25 ବିନୟ କରୁଅଛି, ମୋହର ପ୍ରଭୁ, ସେହି ବେଲିଆଲ୍ ମନୁଷ୍ୟ ନାବଲକୁ ମନରେ ନ କରନ୍ତୁ; କାରଣ ତାହାର ନାମ ଯେପରି, ସେ ସେପରି; ତାହାର ନାମ ନାବଲ ଓ ମୂଢ଼ତା ତାହାଠାରେ ଅଛି; ମାତ୍ର ଆପଣଙ୍କ ଏହି ଦାସୀ ମୋହର ପ୍ରଭୁଙ୍କ ପ୍ରେରିତ ଯୁବାମାନଙ୍କୁ ଦେଖି ନାହିଁ।
Job 15:16 in Oriya 16 ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ !
Job 22:13 in Oriya 13 ପୁଣି, ତୁମ୍ଭେ କହୁଅଛ, ‘ପରମେଶ୍ୱର କ'ଣ ଜାଣନ୍ତି ?' ସେ ନିବିଡ଼ ଅନ୍ଧକାର ଦେଇ କ'ଣ ବିଚାର କରିପାରନ୍ତି ?
Psalm 10:4 in Oriya 4 ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ୱର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର।
Psalm 36:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ଦୁଷ୍ଟର ଅପରାଧ ମୋ' ହୃଦୟ ମଧ୍ୟରେ କହେ, ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର।
Psalm 52:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍; ଦାଉଦ ଅହୀମେଲକର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ। ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ ?
Psalm 53:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ୱରରେ ଦାଉଦଙ୍କର ମସ୍କୀଲ୍। ପରମେଶ୍ୱର ନାହାନ୍ତି ବୋଲି ମୂର୍ଖ ଆପଣା ମନେ ମନେ କହିଅଛି। ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ।
Psalm 73:3 in Oriya 3 କାରଣ ମୁଁ ଦୁଷ୍ଟମାନଙ୍କର ସମୃଦ୍ଧି ଦେଖି ଦାମ୍ଭିକମାନଙ୍କ ପ୍ରତି ଈର୍ଷାନ୍ୱିତ ହେଲି।
Psalm 92:6 in Oriya 6 ପଶୁବତ୍ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ;
Psalm 94:4 in Oriya 4 ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ ? ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି।
Psalm 107:17 in Oriya 17 ମୂର୍ଖମାନେ ଆପଣା ଆପଣା ଅପରାଧ ଓ ଅଧର୍ମାଚରଣ ସକାଶୁ କ୍ଳେଶ ପାଆନ୍ତି।
Proverbs 1:7 in Oriya 7 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛ ବୋଧ କରନ୍ତି।
Proverbs 1:22 in Oriya 22 ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ ?
Proverbs 13:19 in Oriya 19 ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ; ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ।
Proverbs 27:22 in Oriya 22 ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ।
Isaiah 1:4 in Oriya 4 ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।
Matthew 12:34 in Oriya 34 ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର ? କାରଣ ହୃଦୟର ପୂର୍ଣ୍ଣତାରୁ ମୂଖ କଥା କହେ।
Matthew 15:19 in Oriya 19 କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ;
Luke 12:20 in Oriya 20 କିନ୍ତୁ ଈଶ୍ୱର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହି ସବୁ କାହାର ହେବ ?
John 3:19 in Oriya 19 ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।
Romans 1:21 in Oriya 21 କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;
Romans 3:10 in Oriya 10 ଯେପରି ଲେଖା ଅଛି, ଧାର୍ମିକ କେହି ନାହିଁ, ନା, ଜଣେ ସୁଦ୍ଧା ନାହିଁ,
Ephesians 2:1 in Oriya 1 ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି,
Ephesians 2:12 in Oriya 12 ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ଇସ୍ରାଏଲର ପ୍ରଜାସତ୍ୱରହିତ , ଭରସାହୀନ ଓ ଈଶ୍ୱର ବିହୀନ ହୋଇଥିଲ, ଏହା ସ୍ମରଣ କର।
Titus 1:16 in Oriya 16 ସେମାନେ ଈଶ୍ୱରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ।
Titus 3:3 in Oriya 3 କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।
Revelation 21:8 in Oriya 8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।