Psalm 146:9 in Oriya 9 ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି।
Other Translations King James Version (KJV) The LORD preserveth the strangers; he relieveth the fatherless and widow: but the way of the wicked he turneth upside down.
American Standard Version (ASV) Jehovah preserveth the sojourners; He upholdeth the fatherless and widow; But the way of the wicked he turneth upside down.
Bible in Basic English (BBE) The Lord takes care of those who are in a strange land; he gives help to the widow and to the child who has no father; but he sends destruction on the way of sinners.
Darby English Bible (DBY) Jehovah preserveth the strangers; he lifteth up the fatherless and the widow; but the way of the wicked doth he subvert.
World English Bible (WEB) Yahweh preserves the foreigners. He upholds the fatherless and widow, But the way of the wicked he turns upside down.
Young's Literal Translation (YLT) Jehovah is preserving the strangers, The fatherless and widow He causeth to stand, And the way of the wicked He turneth upside down.
Cross Reference Exodus 22:21 in Oriya 21 ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
Deuteronomy 10:18 in Oriya 18 ସେ ପିତୃହୀନ, ବିଧବାର ବିଚାର ନିଷ୍ପତ୍ତି କରନ୍ତି ଓ ବିଦେଶୀକୁ ଅନ୍ନ ଓ ବସ୍ତ୍ର ଦେଇ ପ୍ରେମ କରନ୍ତି।
Deuteronomy 16:11 in Oriya 11 ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।
2 Samuel 15:31 in Oriya 31 ଏଥି ମଧ୍ୟରେ ଜଣେ ଦାଉଦଙ୍କୁ କହିଲା, “ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି। ତହିଁରେ ଦାଉଦ କହିଲେ, ହେ ସଦାପ୍ରଭୁ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର।”
2 Samuel 17:23 in Oriya 23 ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।
Esther 5:14 in Oriya 14 ତେଣୁ ତାହାର ଭାର୍ଯ୍ୟା ସେରଶ୍ ଓ ମିତ୍ର ସମସ୍ତେ ତାହାଙ୍କୁ କହିଲେ, “ପଚାଶ ହାତ ଉଚ୍ଚ ଏକ ଫାଶୀକାଠ ପ୍ରସ୍ତୁତ କରାଯାଉ; ପୁଣି, ମର୍ଦ୍ଦଖୟଙ୍କୁ ତହିଁରେ ଫାଶୀ ଦେବା ପାଇଁ କାଲି ପ୍ରାତଃକାଳେ ରାଜାଙ୍କୁ କୁହ, ତହିଁ ଉତ୍ତାରୁ ହୃଷ୍ଟ ହୋଇ ରାଜାଙ୍କ ସହିତ ଭୋଜକୁ ଯାଅ।” ଏହି କଥାରେ ହାମନ୍ ସନ୍ତୁଷ୍ଟ ହୋଇ ସେହିରୂପ ଫାଶୀକାଠ ପ୍ରସ୍ତୁତ କରାଇଲେ।
Esther 7:10 in Oriya 10 ଏଥିରେ ହାମନ୍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।
Esther 9:25 in Oriya 25 ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, “ହାମନ୍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ।”
Job 5:12 in Oriya 12 ସେ ଧୂର୍ତ୍ତମାନଙ୍କର କଳ୍ପନା ବ୍ୟର୍ଥ କରନ୍ତି, ତେଣୁ ସେମାନଙ୍କ ହସ୍ତ ସେମାନଙ୍କ କାର୍ଯ୍ୟ ସାଧନ କରି ପାରେ ନାହିଁ।
Psalm 18:26 in Oriya 26 ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ। ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ;
Psalm 68:5 in Oriya 5 ପରମେଶ୍ୱର ଆପଣା ପବିତ୍ର ବାସସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ବିଚାରକର୍ତ୍ତା ଅଟନ୍ତି।
Psalm 83:13 in Oriya 13 ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।
Psalm 145:20 in Oriya 20 ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି; ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ।
Psalm 147:6 in Oriya 6 ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍ କରନ୍ତି।
Proverbs 4:19 in Oriya 19 ପୁଣି, ଦୁଷ୍ଟମାନଙ୍କର ବାଟ ଅନ୍ଧକାର ତୁଲ୍ୟ; ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ଜାଣନ୍ତି ନାହିଁ।
Proverbs 15:25 in Oriya 25 ଗର୍ବୀ ଲୋକର ଗୃହ ସଦାପ୍ରଭୁ ଓପାଡ଼ି ପକାଇବେ; ମାତ୍ର ବିଧବାର ସୀମା ସେ ସ୍ଥିର କରିବେ;
Jeremiah 49:11 in Oriya 11 ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ୱାସ କରନ୍ତୁ।”
Hosea 14:3 in Oriya 3 ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟା ପ୍ରାପ୍ତ ହୁଏ।
Malachi 3:5 in Oriya 5 “ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
1 Corinthians 3:19 in Oriya 19 କାରଣ ଏହି ଜଗତର ଜ୍ଞାନ ଇଶ୍ବରଙ୍କ ନିକଟରେ ମୂର୍ଖତା। ଯେଣୁ ଲେଖା ଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି,”
James 1:27 in Oriya 27 ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।