Psalm 15 in Oriya

1 ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ ?

2 ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ।

3 ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ।

4 ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।

5 ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ।