Psalm 17:15 in Oriya 15 ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।
Other Translations King James Version (KJV) As for me, I will behold thy face in righteousness: I shall be satisfied, when I awake, with thy likeness.
American Standard Version (ASV) As for me, I shall behold thy face in righteousness; I shall be satisfied, when I awake, with `beholding' thy form. Psalm 18 For the Chief Musician. `A Psalm' of David the servant of Jehovah, who spake unto Jehovah the words of this song in the day that Jehovah delivered him from the hand of all his enemies, and from the hand of Saul: and he said,
Bible in Basic English (BBE) As for me, I will see your face in righteousness: when I am awake it will be joy enough for me to see your form.
Darby English Bible (DBY) As for me, I will behold thy face in righteousness; I shall be satisfied, when I awake, with thy likeness.
Webster's Bible (WBT) As for me, I shall behold thy face in righteousness: I shall be satisfied, when I awake, with thy likeness.
World English Bible (WEB) As for me, I shall see your face in righteousness; I shall be satisfied, when I awake, with seeing your form.
Young's Literal Translation (YLT) I -- in righteousness, I see Thy face; I am satisfied, in awaking, `with' Thy form!
Cross Reference Genesis 1:26 in Oriya 26 ଏଥିଉତ୍ତାରୁ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
Numbers 12:8 in Oriya 8 ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ ?”
Joshua 24:15 in Oriya 15 ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।
Job 14:12 in Oriya 12 ସେପରି ମନୁଷ୍ୟ ଶୟନ କଲେ ଆଉ ଉଠେ ନାହିଁ; ଆକାଶମଣ୍ଡଳ ଲୋପ ନ ପାଇବା ପର୍ଯ୍ୟନ୍ତ ସେମାନେ ଜାଗ୍ରତ ହେବେ ନାହିଁ, କିଅବା ନିଦ୍ରାରୁ ଉତ୍ଥାପିତ ହେବେ ନାହିଁ।
Job 19:26 in Oriya 26 ପୁଣି, ମୋହର ଚର୍ମ ଏହି ରୂପେ ବିନଷ୍ଟ ହେଲା ଉତ୍ତାରେ ହେଁ ମୁଁ ମାଂସବିହୀନ ହୋଇ ପରମେଶ୍ୱରଙ୍କୁ ଦେଖିବି;
Psalm 4:6 in Oriya 6 ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ ?” ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର।
Psalm 5:7 in Oriya 7 ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି।
Psalm 11:7 in Oriya 7 କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ।
Psalm 16:11 in Oriya 11 ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।”
Psalm 36:8 in Oriya 8 ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।
Psalm 49:14 in Oriya 14 ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ।
Psalm 65:4 in Oriya 4 ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା।
Psalm 119:111 in Oriya 111 ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋ' ଚିତ୍ତର ଆହ୍ଲାଦଜନକ।
Isaiah 26:19 in Oriya 19 ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରି ଦେବ।
Matthew 5:6 in Oriya 6 ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ।
Matthew 27:52 in Oriya 52 ପୁଣି, ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା,
2 Corinthians 3:18 in Oriya 18 କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ସେହି ମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯେ କି ଆତ୍ମା, ତାହାଙ୍କଠାରୁ ଏହି ସବୁ ହେଉଅଛି।
Philippians 3:21 in Oriya 21 ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।
1 John 3:2 in Oriya 2 ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଇଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କ'ଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।
Revelation 7:16 in Oriya 16 ସେମାନଙ୍କର ଆଉ କେବେ ହେଁ କ୍ଷୁଧା କି ତୃଷା ହେବ ନାହିଁ, ପୁଣି, ସୂର୍ଯ୍ୟ କିଅବା କୌଣସି ଉତ୍ତାପ ସେମାନଙ୍କୁ ଆଘାତ କରିବ ନାହିଁ,
Revelation 21:3 in Oriya 3 ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଇଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,
Revelation 21:23 in Oriya 23 ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଇଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।