Psalm 18:43 in Oriya 43 ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର କରିଅଛ; ତୁମ୍ଭେ ମୋତେ ଗୋଷ୍ଠୀସମୂହର ମସ୍ତକ ସ୍ୱରୂପ କରିଅଛ; ମୋହର ଅପରିଚିତ ଗୋଷ୍ଠୀ ମୋହର ସେବା କରିବେ।
Other Translations King James Version (KJV) Thou hast delivered me from the strivings of the people; and thou hast made me the head of the heathen: a people whom I have not known shall serve me.
American Standard Version (ASV) Thou hast delivered me from the strivings of the people; Thou hast made me the head of the nations: A people whom I have not known shall serve me.
Bible in Basic English (BBE) You have made me free from the fightings of the people; you have made me the head of the nations: a people of whom I had no knowledge will be my servants.
Darby English Bible (DBY) Thou hast delivered me from the strivings of the people; thou hast made me the head of the nations: a people I knew not doth serve me.
Webster's Bible (WBT) Then I beat them small as the dust before the wind: I cast them out as the dirt in the streets.
World English Bible (WEB) You have delivered me from the strivings of the people. You have made me the head of the nations. A people whom I have not known shall serve me.
Young's Literal Translation (YLT) Thou dost deliver me From the strivings of the people, Thou placest me for a head of nations, A people I have not known do serve me.
Cross Reference 2 Samuel 2:9 in Oriya 9 ଗିଲୀୟଦ ଓ ଅଶୂରି ଓ ଯିଷ୍ରିୟେଲ ଓ ଇଫ୍ରୟିମ ଓ ବିନ୍ୟାମୀନ ଓ ସମସ୍ତ ଇସ୍ରାଏଲ ଉପରେ ରାଜା କଲେ।
2 Samuel 3:1 in Oriya 1 ଏଥିଉତ୍ତାରେ ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଦୀର୍ଘ କାଳ ଯୁଦ୍ଧ ହେଲା; ପୁଣି ଦାଉଦ ଧୀରେ ଧୀରେ ବଳବାନ୍ ହେଲେ, ମାତ୍ର ଶାଉଲ ବଂଶ ଧୀରେ ଧୀରେ କ୍ଷୀଣ ହେଲେ।
2 Samuel 5:1 in Oriya 1 ଏଥିଉତ୍ତାରେ ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।
2 Samuel 8:1 in Oriya 1 ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ।
2 Samuel 10:1 in Oriya 1 ଏଥି ଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ମରନ୍ତେ, ତାହାର ପୁତ୍ର ହାନୂନ୍ ତାହାର ବଦଳରେ ରାଜା ହେଲା।
2 Samuel 19:9 in Oriya 9 ଆଉ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ସମସ୍ତ ଲୋକ ପରସ୍ପର କଳହ କରି କହୁଥିଲେ, “ରାଜା ଆମ୍ଭମାନଙ୍କ ଶତ୍ରୁମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିଥିଲେ ଓ ପଲେଷ୍ଟୀୟମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଥିଲେ ଏବେ ସେ ଅବଶାଲୋମ ଭୟରେ ଦେଶରୁ ପଳାଇ ଅଛନ୍ତି।
2 Samuel 22:44 in Oriya 44 ତୁମ୍ଭେ ମଧ୍ୟ ମୋ' ଲୋକମାନଙ୍କ ବିବାଦରୁ ମୋତେ ରକ୍ଷା କରିଅଛ; ତୁମ୍ଭେ ମୋତେ ଅନ୍ୟ ଦେଶୀୟମାନଙ୍କ ମସ୍ତକ ହେବା ପାଇଁ ରଖିଅଛ; ମୋହର ଅପରିଚିତ ଲୋକମାନେ ମୋହର ସେବା କରିବେ।
Psalm 22:27 in Oriya 27 ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।
Psalm 108:9 in Oriya 9 ମୋୟାବ ମୋ' ପ୍ରକ୍ଷାଳନ-ପାତ୍ର; ଇଦୋମ ଉପରେ ମୁଁ ଆପଣା ପାଦୁକା ପକାଇବି। ପଲେଷ୍ଟୀୟ ଉପରେ ଜୟଧ୍ୱନି କରିବି।
Isaiah 49:6 in Oriya 6 ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”
Isaiah 49:22 in Oriya 22 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା ଓ ଗୋଷ୍ଠୀସମୂହର ପ୍ରତି ଆପଣା ଧ୍ୱଜା ଟେକିବା; ତହିଁରେ ସେମାନେ ତୁମ୍ଭ ପୁତ୍ରଗଣକୁ କୋଳରେ ଆଣିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ସ୍କନ୍ଧରେ ବୁହାଯିବେ।
Isaiah 52:15 in Oriya 15 ସେହିପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ।
Isaiah 55:5 in Oriya 5 ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି।
Hosea 1:10 in Oriya 10 ତଥାପି ଇସ୍ରାଏଲ ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହା ଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”
Acts 5:31 in Oriya 31 ପୁଣି, ସେ ଯେପରି ଇସ୍ରାଏଲକୁ ମନ ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥି ନିମନ୍ତେ ଈଶ୍ୱର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂୂପେ ଉନ୍ନତ କରିଅଛନ୍ତି।
Romans 15:12 in Oriya 12 ପୁନର୍ବାର ଯିଶାଇୟ କହନ୍ତି, “ଯିଶାଇୟଙ୍କ ମୂଳ ରହିବ, ଆଉ, ଯେ ଅଣଯିହୂଦୀଙ୍କ ଉପରେ ଶାସନ କରିବାକୁ ଉଠିବେ, ଅଣଯିହୂଦୀମାନେ ତାହାଙ୍କ ଉପରେ ଭରସା ରଖିବେ।”
Romans 15:18 in Oriya 18 କାରଣ ଅଣଯିହୂଦୀମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋ' ଦ୍ୱାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାଁନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ।
Romans 16:26 in Oriya 26 ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଇଶ୍ବରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ଜାତୀୟ ଲୋକଙ୍କ ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି,
Ephesians 1:22 in Oriya 22 ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;
1 Peter 2:10 in Oriya 10 ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଇଶ୍ବରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ।
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।