Psalm 2:12 in Oriya 12 ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ।
Other Translations King James Version (KJV) Kiss the Son, lest he be angry, and ye perish from the way, when his wrath is kindled but a little. Blessed are all they that put their trust in him.
American Standard Version (ASV) Kiss the son, lest he be angry, and ye perish in the way, For his wrath will soon be kindled. Blessed are all they that take refuge in him. Psalm 3 A Psalm of David, when he fled from Absalom his son.
Bible in Basic English (BBE) For fear that he may be angry, causing destruction to come on you, because he is quickly moved to wrath. Happy are all those who put their faith in him.
Darby English Bible (DBY) Kiss the Son, lest he be angry, and ye perish in the way, though his anger burn but a little. Blessed are all who have their trust in him.
Webster's Bible (WBT) Kiss the Son, lest he be angry, and ye perish from the way, when his wrath is kindled but a little. Blessed are all they that put their trust in him.
World English Bible (WEB) Kiss the son, lest he be angry, and you perish in the way, For his wrath will soon be kindled. Blessed are all those who take refuge in him.
Young's Literal Translation (YLT) Kiss the Chosen One, lest He be angry, And ye lose the way, When His anger burneth but a little, O the happiness of all trusting in Him!
Cross Reference Genesis 41:40 in Oriya 40 ତୁମ୍ଭେ ଆମ୍ଭର ଗୃହାଧ୍ୟକ୍ଷ ହୁଅ; ଆମ୍ଭର ସମସ୍ତ ପ୍ରଜା ତୁମ୍ଭର ବାକ୍ୟ ଶିରୋଧାର୍ଯ୍ୟ କରିବେ, କେବଳ ସିଂହାସନରେ ଆମ୍ଭେ ତୁମ୍ଭଠାରୁ ବଡ଼ ଥିବା।”
Genesis 41:43 in Oriya 43 ପୁଣି, ତାଙ୍କୁ ଆପଣା ଦ୍ୱିତୀୟ ରଥରେ ଆରୋହଣ କରାଇଲେ; ଆଉ ଲୋକମାନେ ତାଙ୍କର ଆଗେ ଆଗେ ଆଣ୍ଠୁ ପାତ ଆଣ୍ଠୁ ପାତ ବୋଲି ଘୋଷଣା କଲେ। ଏହି ପ୍ରକାରେ ସେ ତାଙ୍କୁ ସମସ୍ତ ମିସର ଦେଶ ଉପରେ ନିଯୁକ୍ତ କଲେ।
1 Samuel 10:1 in Oriya 1 ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି ?
1 Kings 19:18 in Oriya 18 ତଥାପି ଆମ୍ଭେ ଇସ୍ରାଏଲ ମଧ୍ୟରେ ଆପଣା ପାଇଁ ସାତ ସହସ୍ର ଲୋକ ଅବଶିଷ୍ଟ ରଖିବା, ସେ ସମସ୍ତଙ୍କ ଆଣ୍ଠୁ ବାଲ୍ ସମ୍ମୁଖରେ ନତ ହୋଇ ନାହିଁ ଓ ସେ ପ୍ରତ୍ୟେକର ମୁଖ ତାହାକୁ ଚୁମ୍ବନ କରି ନାହିଁ।”
Psalm 1:6 in Oriya 6 କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।
Psalm 2:5 in Oriya 5 ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ;
Psalm 2:7 in Oriya 7 ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।
Psalm 34:8 in Oriya 8 ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।
Psalm 40:4 in Oriya 4 ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଂକାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ।
Psalm 84:12 in Oriya 12 ହେ ସୈନ୍ୟାଧିପତି ପରମେଶ୍ୱର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।
Psalm 146:3 in Oriya 3 ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ ସନ୍ତାନ ଉପରେ ନିର୍ଭର କର ନାହିଁ।
Proverbs 16:20 in Oriya 20 ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ, ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କଠାରେ ଯେ ନିର୍ଭର କରେ, ସେ ଧନ୍ୟ।
Isaiah 26:3 in Oriya 3 ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।
Isaiah 30:18 in Oriya 18 ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।
Jeremiah 17:7 in Oriya 7 ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ।
Hosea 13:2 in Oriya 2 ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ।
John 5:23 in Oriya 23 ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ।
John 14:6 in Oriya 6 ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ' ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।
Romans 9:33 in Oriya 33 ଯେପରି ଲେଖା ଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।”
Romans 10:11 in Oriya 11 ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।
Ephesians 1:12 in Oriya 12 ଯେପରି ଖ୍ରୀଷ୍ଟଙ୍କଠାରେ ପୁର୍ବରୁ ଭରସା କରିଥିଲୁ ଯେ ଆମ୍ଭେମାନେ, ଆମ୍ଭେମାନେ ଇଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।
2 Thessalonians 1:8 in Oriya 8 ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
1 Peter 1:21 in Oriya 21 ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ୱରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ୱର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି।
1 Peter 2:6 in Oriya 6 କାରଣ ଶାସ୍ତ୍ରରେ ଲିଖିତ ଅଛି, ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ।
Revelation 6:16 in Oriya 16 ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ,
Revelation 14:9 in Oriya 9 ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ତୃତୀୟ ଦୂତ ଆସି ଉଚ୍ଚ ସ୍ଵରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ,