Psalm 20 in Oriya

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ;

2 ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ, ସିୟୋନଠାରୁ ତୁମ୍ଭକୁ ବଳବାନ୍ କରନ୍ତୁ;

3 ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; ସେଲା

4 ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ।

5 ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ।

6 ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତକୁ ଉଦ୍ଧାର କରନ୍ତି, ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେ ନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ।

7 କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।

8 ସେମାନେ ନତ ହୋଇ ପତିତ ହୋଇଅଛନ୍ତି; ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ।

9 ହେ ସଦାପ୍ରଭୁ, ପରିତ୍ରାଣ କର; ଆମ୍ଭେମାନେ ଡାକିବା ବେଳେ ରାଜା ଆମ୍ଭମାନଙ୍କୁ ଉତ୍ତର ଦେଉନ୍ତୁ।