Psalm 27:4 in Oriya 4 ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।
Other Translations King James Version (KJV) One thing have I desired of the LORD, that will I seek after; that I may dwell in the house of the LORD all the days of my life, to behold the beauty of the LORD, and to enquire in his temple.
American Standard Version (ASV) One thing have I asked of Jehovah, that will I seek after; That I may dwell in the house of Jehovah all the days of my life, To behold the beauty of Jehovah, And to inquire in his temple.
Bible in Basic English (BBE) One prayer have I made to the Lord, and this is my heart's desire; that I may have a place in the house of the Lord all the days of my life, looking on his glory, and getting wisdom in his Temple.
Darby English Bible (DBY) One [thing] have I asked of Jehovah, that will I seek after: that I may dwell in the house of Jehovah all the days of my life, to behold the beauty of Jehovah, and to inquire [of him] in his temple.
Webster's Bible (WBT) One thing have I desired of the LORD, that will I seek after; that I may dwell in the house of the LORD all the days of my life, to behold the beauty of the LORD, and to inquire in his temple.
World English Bible (WEB) One thing I have asked of Yahweh, that I will seek after, That I may dwell in the house of Yahweh all the days of my life, To see Yahweh's beauty, And to inquire in his temple.
Young's Literal Translation (YLT) One `thing' I asked of Jehovah -- it I seek. My dwelling in the house of Jehovah, All the days of my life, To look on the pleasantness of Jehovah, And to inquire in His temple.
Cross Reference 1 Samuel 1:11 in Oriya 11 ପୁଣି, ସେ ଏକ ମାନତ ମନାଶି କହିଲା; ହେ ସୈନ୍ୟାଧିପତି ସଦାପ୍ରଭୁ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।
1 Samuel 30:8 in Oriya 8 ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି ? ତହିଁରେ ସେ ତାଙ୍କୁ କହିଲେ, ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନୋହି ସମସ୍ତଙ୍କୁ ଉଦ୍ଧାର କରିବ।
2 Samuel 21:1 in Oriya 1 ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ୱେଷଣ କରନ୍ତେ, ସଦାପ୍ରଭୁ କହିଲେ, “ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା।”
1 Chronicles 10:13 in Oriya 13 ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ସତ୍ୟଲଙ୍ଘନ ହେତୁରୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।
Psalm 23:6 in Oriya 6 ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।
Psalm 26:6 in Oriya 6 ହେ ସଦାପ୍ରଭୁ, ଯେପରି ମୁଁ ଧନ୍ୟବାଦ-ସ୍ୱର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି,
Psalm 26:8 in Oriya 8 ହେ ସଦାପ୍ରଭୁ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ।
Psalm 27:8 in Oriya 8 ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋ' ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୁ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।”
Psalm 50:2 in Oriya 2 ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି।
Psalm 63:2 in Oriya 2 ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି।
Psalm 65:4 in Oriya 4 ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା।
Psalm 84:4 in Oriya 4 ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। ସେଲା
Psalm 84:10 in Oriya 10 କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।
Psalm 90:17 in Oriya 17 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।
Jeremiah 29:13 in Oriya 13 ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।”
Daniel 9:3 in Oriya 3 ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।
Zechariah 9:9 in Oriya 9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
Matthew 6:33 in Oriya 33 କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
Matthew 7:7 in Oriya 7 ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।
Luke 2:37 in Oriya 37 ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ।
Luke 10:42 in Oriya 42 କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରିୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।
Luke 11:9 in Oriya 9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇଦିଆଯିବ।
Luke 13:24 in Oriya 24 ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ।
Luke 18:1 in Oriya 1 କ୍ଲାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,
2 Corinthians 3:18 in Oriya 18 କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ସେହି ମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯେ କି ଆତ୍ମା, ତାହାଙ୍କଠାରୁ ଏହି ସବୁ ହେଉଅଛି।
2 Corinthians 4:6 in Oriya 6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଇଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।
Philippians 3:13 in Oriya 13 ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି,
Hebrews 11:6 in Oriya 6 ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ୱର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ।