Psalm 27:5 in Oriya 5 କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ।
Other Translations King James Version (KJV) For in the time of trouble he shall hide me in his pavilion: in the secret of his tabernacle shall he hide me; he shall set me up upon a rock.
American Standard Version (ASV) For in the day of trouble he will keep me secretly in his pavilion: In the covert of his tabernacle will he hide me; He will lift me up upon a rock.
Bible in Basic English (BBE) For in the time of trouble he will keep me safe in his tent: in the secret place of his tent he will keep me from men's eyes; high on a rock he will put me.
Darby English Bible (DBY) For in the day of evil he will hide me in his pavilion; in the secret of his tent will he keep me concealed: he will set me high upon a rock.
Webster's Bible (WBT) For in the time of trouble he will hide me in his pavilion: in the secret of his tabernacle will he hide me; he will set me up upon a rock.
World English Bible (WEB) For in the day of trouble he will keep me secretly in his pavilion. In the covert of his tent he will hide me. He will lift me up on a rock.
Young's Literal Translation (YLT) For He hideth me in a tabernacle in the day of evil, He hideth me in a secret place of His tent, On a rock he raiseth me up.
Cross Reference 2 Chronicles 22:12 in Oriya 12 ଏଉତ୍ତାରେ ଯୋୟାଶ୍ ସେମାନଙ୍କ ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଛଅ ବର୍ଷ ରହିଲେ; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲେ।
Nehemiah 6:10 in Oriya 10 ଏହା ପରେ ମହେଟବେଲର ପୌତ୍ର ଦଲାୟର ପୁତ୍ର ଯେଉଁ ଶମୟୀୟ ଗୃହରେ ରୁଦ୍ଧ ଥିଲା, ମୁଁ ତାହା ଗୃହକୁ ଗଲି, ତହୁଁ ସେ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କ ଗୃହରେ, ମନ୍ଦିର ମଧ୍ୟରେ ଏକତ୍ରିତ ହେଉ ଓ ମନ୍ଦିରର ଦ୍ୱାରସବୁ ବନ୍ଦ କରୁ; କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ; ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ।”
Psalm 10:1 in Oriya 1 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ ?
Psalm 17:8 in Oriya 8 ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ,
Psalm 18:33 in Oriya 33 ସେ ମୋହର ଚରଣକୁ ହରିଣୀର ଚରଣ ପରି କରନ୍ତି ଓ ମୋତେ ମୋ' ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି।
Psalm 31:20 in Oriya 20 ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ।
Psalm 32:6 in Oriya 6 ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।
Psalm 40:2 in Oriya 2 ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ।
Psalm 46:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ; ଅଲ୍ମୋତ୍ ସ୍ୱରର ଗୀତ। ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
Psalm 50:15 in Oriya 15 ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”
Psalm 57:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍; ଗୁମ୍ଫାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ। ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋ' ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।
Psalm 61:2 in Oriya 2 ମୋ' ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋ'ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।
Psalm 77:2 in Oriya 2 ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା।
Psalm 83:3 in Oriya 3 ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି।
Psalm 91:1 in Oriya 1 ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।
Psalm 91:15 in Oriya 15 ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।
Psalm 119:114 in Oriya 114 ତୁମ୍ଭେ ମୋ' ଲୁଚିବାର ସ୍ଥାନ ଓ ମୋହର ଢାଲ; ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
Psalm 138:7 in Oriya 7 ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସଜୀବ କରିବ, ତୁମ୍ଭେ ମୋ' ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ।
Proverbs 1:24 in Oriya 24 ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;
Proverbs 18:10 in Oriya 10 ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼ ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।
Isaiah 4:5 in Oriya 5 ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।
Isaiah 26:16 in Oriya 16 ହେ ସଦାପ୍ରଭୁ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ୱେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ।
Isaiah 26:20 in Oriya 20 ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ୱାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପ କ୍ଷଣ ଆପଣାକୁ ଲୁଚାଅ।
Isaiah 32:2 in Oriya 2 ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।
Jeremiah 2:27 in Oriya 27 ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, “ତୁମ୍ଭେ ଆମ୍ଭର ପିତା” ଓ ପଥରକୁ କହନ୍ତି, “ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,” ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ବିପଦ ସମୟରେ ସେମାନେ କହିବେ, “ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।”
Habakkuk 3:18 in Oriya 18 ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି।
Matthew 7:24 in Oriya 24 ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।
Matthew 16:16 in Oriya 16 ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଇଶ୍ବରଙ୍କ ପୁତ୍ର।
Matthew 23:37 in Oriya 37 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
Colossians 3:3 in Oriya 3 କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ୱରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି।