Psalm 27:6 in Oriya 6 ଏଣୁ ଏବେ ମୋ' ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
Other Translations King James Version (KJV) And now shall mine head be lifted up above mine enemies round about me: therefore will I offer in his tabernacle sacrifices of joy; I will sing, yea, I will sing praises unto the LORD.
American Standard Version (ASV) And now shall my head be lifted up above mine enemies round about me. And I will offer in his tabernacle sacrifices of joy; I will sing, yea, I will sing praises unto Jehovah.
Bible in Basic English (BBE) And now my head will be lifted up higher than my haters who are round me: because of this I will make offerings of joy in his tent; I will make a song, truly I will make a song of praise to the Lord.
Darby English Bible (DBY) And now shall my head be lifted up above mine enemies round about me; and I will offer in his tent sacrifices of shouts of joy: I will sing, yea, I will sing psalms unto Jehovah.
Webster's Bible (WBT) And now shall my head be lifted above my enemies around me: therefore will I offer in his tabernacle sacrifices of joy; I will sing, yes, I will sing praises to the LORD.
World English Bible (WEB) Now my head will be lifted up above my enemies around me. I will offer sacrifices of joy in his tent. I will sing, yes, I will sing praises to Yahweh.
Young's Literal Translation (YLT) And now, lifted up is my head, Above my enemies -- my surrounders, And I sacrifice in His tent sacrifices of shouting, I sing, yea, I sing praise to Jehovah.
Cross Reference Genesis 40:13 in Oriya 13 ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବପରି ପାନପାତ୍ର ବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ।
Genesis 40:20 in Oriya 20 ଏଥିଉତ୍ତାରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।
2 Samuel 7:9 in Oriya 9 ପୁଣି ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାନ ଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ମହାନାମ କରିବା।
2 Samuel 22:1 in Oriya 1 ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ;
2 Samuel 22:49 in Oriya 49 ପୁଣି ସେ ମୋ' ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋ' ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ।
2 Kings 25:27 in Oriya 27 ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍-ମରୋଦକ୍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା।
1 Chronicles 22:18 in Oriya 18 “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କ'ଣ ତୁମ୍ଭମାନଙ୍କର ସହବର୍ତ୍ତୀ ନୁହଁନ୍ତି ? ଓ ସେ କ'ଣ ଚତୁର୍ଦ୍ଦିଗରେ ତୁମ୍ଭମାନଙ୍କୁ ବିଶ୍ରାମ ଦେଇ ନାହାଁନ୍ତି ? ସେ ଦେଶ ନିବାସୀମାନଙ୍କୁ ମୋ' ହସ୍ତରେ ସମର୍ପଣ କରିଅଛନ୍ତି; ଆଉ ସଦାପ୍ରଭୁଙ୍କ ଓ ତାହାଙ୍କ ଲୋକମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ରହିଅଛି।
2 Chronicles 30:21 in Oriya 21 ଏହିରୂପେ ଯିରୂଶାଲମରେ ଉପସ୍ଥିତ ଇସ୍ରାଏଲ-ସନ୍ତାନଗଣ ମହାନନ୍ଦରେ ସାତ ଦିନ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; ପୁଣି ଲେବୀୟମାନେ ଓ ଯାଜକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉଚ୍ଚ ବାଦ୍ୟ ଧ୍ୱନିରେ ଗାନ କରି ପ୍ରତି ଦିନ ସଦାପ୍ରଭୁଙ୍କର ପ୍ରଶଂସା କଲେ।
Ezra 3:11 in Oriya 11 ପୁଣି, ସେମାନେ ସଦାପ୍ରଭୁଙ୍କୁ ପ୍ରଶଂସା ଓ ଧନ୍ୟବାଦ ଦେଇ ଏକଆରେକ ପ୍ରତି ଗାନ କରି କହିଲେ, “ସେ ମଙ୍ଗଳମୟ, ଯେହେତୁ ଇସ୍ରାଏଲ ପ୍ରତି ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।” ଆଉ, ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ବସାଯିବା ସକାଶୁ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚୈଃସ୍ୱରରେ ଜୟଧ୍ୱନି କଲେ।
Psalm 3:3 in Oriya 3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ' ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋ' ମସ୍ତକ ଉଠାଇବା କର୍ତ୍ତା ଅଟ।
Psalm 21:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ !
Psalm 21:13 in Oriya 13 ହେ ସଦାପ୍ରଭୁ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା।
Psalm 22:22 in Oriya 22 ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି।
Psalm 26:6 in Oriya 6 ହେ ସଦାପ୍ରଭୁ, ଯେପରି ମୁଁ ଧନ୍ୟବାଦ-ସ୍ୱର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି,
Psalm 43:3 in Oriya 3 ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା ମୋହର ପଥଦର୍ଶକ ହେଉ; ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ।
Psalm 47:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହସନ୍ତାନଗଣର ଗୀତ। ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
Psalm 66:13 in Oriya 13 ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ
Psalm 81:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଆସଫର ଗୀତ। ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
Psalm 95:1 in Oriya 1 ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।
Psalm 100:1 in Oriya 1 ଧନ୍ୟବାଦାର୍ଥକ ଗୀତ। ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।
Psalm 107:22 in Oriya 22 ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ ଓ ଗାନ କରି ତାହାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।
Psalm 110:7 in Oriya 7 ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ; ଏହେତୁ ସେ ଆପଣା ମସ୍ତକ ଉଠାଇବେ।
Psalm 116:17 in Oriya 17 ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।
Psalm 138:5 in Oriya 5 ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍।
Isaiah 12:6 in Oriya 6 ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”
Jeremiah 31:7 in Oriya 7 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର ଓ ଗୋଷ୍ଠୀବର୍ଗର ଅଗ୍ରଗଣ୍ୟ ନିମନ୍ତେ ଜୟଧ୍ୱନି କର; ତୁମ୍ଭେମାନେ ପ୍ରଚାର କରି, ପ୍ରଶଂସା କରି କୁହ, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକ ଇସ୍ରାଏଲର ଅବଶିଷ୍ଟାଂଶକୁ ପରିତ୍ରାଣ କର।'
Jeremiah 33:11 in Oriya 11 ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ,ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ' ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।'”
Zephaniah 3:14 in Oriya 14 ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର।
Zechariah 9:9 in Oriya 9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
Luke 19:37 in Oriya 37 ପୁଣି, ସେ ଯେତେବେଳେ ଜୀତ ପର୍ବତର ଗଡ଼ାଣି ସ୍ଥାନର ନିକଟବର୍ତ୍ତୀ ହେଲେ, ସେତେବେଳେ ସମୁଦାୟ ଶିଷ୍ୟଦଳ ଦେଖିଥିବା ସମସ୍ତ ମହତର କାର୍ଯ୍ୟ ନିମନ୍ତେ ଆନନ୍ଦରେ ଉଚ୍ଚ ସ୍ୱର କରି ଇଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,
Ephesians 5:19 in Oriya 19 ପୁଣି, ତୁମ୍ଭମାନଙ୍କ ହୃଦୟରେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;
Hebrews 13:15 in Oriya 15 ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।
1 Peter 2:5 in Oriya 5 ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଇଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Revelation 15:3 in Oriya 3 ସେମାନେ ଇଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।