Psalm 27:9 in Oriya 9 ମୋ'ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋ' ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।
Other Translations King James Version (KJV) Hide not thy face far from me; put not thy servant away in anger: thou hast been my help; leave me not, neither forsake me, O God of my salvation.
American Standard Version (ASV) Hide not thy face from me; Put not thy servant away in anger: Thou hast been my help; Cast me not off, neither forsake me, O God of my salvation.
Bible in Basic English (BBE) Let not your face be covered from me; do not put away your servant in wrath; you have been my help: do not give me up or take your support from me, O God of my salvation.
Darby English Bible (DBY) Hide not thy face from me; put not thy servant away in anger: thou hast been my help; cast me not off, neither forsake me, O God of my salvation.
Webster's Bible (WBT) Hide not thy face from me; put not thy servant away in anger: thou hast been my help; leave me not, neither forsake me, O God of my salvation.
World English Bible (WEB) Don't hide your face from me. Don't put your servant away in anger. You have been my help. Don't abandon me, Neither forsake me, God of my salvation.
Young's Literal Translation (YLT) Hide not Thy face from me, Turn not aside in anger Thy servant, My help Thou hast been. Leave me not, nor forsake me, O God of my salvation.
Cross Reference 1 Samuel 7:12 in Oriya 12 ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପୀ ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।
1 Chronicles 28:9 in Oriya 9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
Psalm 13:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ ? ତୁମ୍ଭେ କେତେ କାଳ ମୋ'ଠାରୁ ଆପଣା ମୁଖ ଲୁଚାଇବ ?
Psalm 24:5 in Oriya 5 ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ।
Psalm 38:21 in Oriya 21 ହେ ସଦାପ୍ରଭୁ, ମୋତେ ପରିତ୍ୟାଗ କର ନାହିଁ; ହେ ମୋହର ପରମେଶ୍ୱର, ମୋ'ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।
Psalm 44:24 in Oriya 24 ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ, ପୁଣି, ଆମ୍ଭମାନଙ୍କ କ୍ଳେଶ ଓ ଦୌରାତ୍ମଭୋଗ ବିସ୍ମୃତ ହେଉଅଛ ?
Psalm 51:11 in Oriya 11 ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋ'ଠାରୁ ନିଅ ନାହିଁ।
Psalm 69:17 in Oriya 17 ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ।
Psalm 71:5 in Oriya 5 କାରଣ ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ହିଁ ମୋହର ଭରସା; ମୋ' ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି।
Psalm 71:17 in Oriya 17 ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି।
Psalm 88:1 in Oriya 1 ଗୀତ; କୋରହ-ସନ୍ତାନଗଣର ଗୀତ। ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ଲୀୟନ୍ନୋତ୍ ସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍। ସଦାପ୍ରଭୁ, ମୋ' ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି;
Psalm 102:2 in Oriya 2 ମୋ' ସଙ୍କଟ ଦିନରେ ମୋ'ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋ' ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ।
Psalm 119:121 in Oriya 121 ଅଇନ୍। ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି; ମୋ' ଉପଦ୍ରବୀମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ।
Psalm 143:7 in Oriya 7 ହେ ସଦାପ୍ରଭୁ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋ'ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।
Isaiah 46:3 in Oriya 3 ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;
Isaiah 50:1 in Oriya 1 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ ? ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।
Isaiah 59:2 in Oriya 2 ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ।
Jeremiah 32:40 in Oriya 40 ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।
2 Corinthians 1:9 in Oriya 9 ହଁ, ଆମ୍ଭେମାନେ ମୃତ୍ୟୁରେ ସମର୍ପିତ ହୋଇଅଛୁ ବୋଲି ନିଜ ନିଜ ମନରେ ବୋଧ ପାଇଥିଲୁ, ଯେପରି ଆମ୍ଭେମାନେ ଆପଣା ଆପଣା ଉପରେ ନିର୍ଭର ନ ଦେଇ ବରଂ ଯେଉଁ ଈଶ୍ୱର ମୃତମାନଙ୍କୁ ଉଠାନ୍ତି, ତାହାଙ୍କ ଉପରେ ନିର୍ଭର କରୁ;
2 Timothy 4:17 in Oriya 17 କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ଅଣଯିହୂଦୀ ସମସ୍ତେ ତାହା ଶୁଣି ପାରନ୍ତି;
Hebrews 13:5 in Oriya 5 ଆଚାରବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”