Psalm 28:5 in Oriya 5 ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ।
Other Translations King James Version (KJV) Because they regard not the works of the LORD, nor the operation of his hands, he shall destroy them, and not build them up.
American Standard Version (ASV) Because they regard not the works of Jehovah, Nor the operation of his hands, He will break them down and not build them up.
Bible in Basic English (BBE) Because they have no respect for the works of the Lord, or for the things which his hands have made, they will be broken down and not lifted up by him.
Darby English Bible (DBY) For they regard not the deeds of Jehovah, nor the work of his hands: he will destroy them, and not build them up.
Webster's Bible (WBT) Because they regard not the works of the LORD, nor the operation of his hands, he will destroy them, and not build them up.
World English Bible (WEB) Because they don't regard the works of Yahweh, Nor the operation of his hands, He will break them down and not build them up.
Young's Literal Translation (YLT) For they attend not to the doing of Jehovah, And unto the work of His hands. He throweth them down, And doth not build them up.
Cross Reference Numbers 23:23 in Oriya 23 ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ପରମେଶ୍ୱର କି କର୍ମ କରିଅଛନ୍ତି !
2 Samuel 7:13 in Oriya 13 ସେ ଆମ୍ଭ ନାମ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ରାଜ୍ୟ-ସିଂହାସନ ଅନନ୍ତକାଳସ୍ଥାୟୀ କରିବା।
2 Samuel 7:27 in Oriya 27 କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ମୁଁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବି ବୋଲି ତୁମ୍ଭେ ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବା ପାଇଁ ତୁମ୍ଭର ଦାସ ସାହସ ପାଇଲା।
1 Kings 11:38 in Oriya 38 ଆଉ ଯେବେ ତୁମ୍ଭେ ଆମ୍ଭ ଦାସ ଦାଉଦ ପରି ଆମ୍ଭର ସମସ୍ତ ଆଦେଶରେ ମନୋଯୋଗ କରିବ, ଆମ୍ଭ ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଚାଲିବ ଓ ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କରିବ, ତେବେ ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା ଓ ଆମ୍ଭେ ଯେପରି ଦାଉଦ ପାଇଁ କଲୁ, ସେପରି ତୁମ୍ଭ ପାଇଁ ଏକ ଦୃଢ଼ ଗୃହ ନିର୍ମାଣ କରିବା ଓ ତୁମ୍ଭକୁ ଇସ୍ରାଏଲ ଦେବା।
Job 34:26 in Oriya 26 ସେ ଅନ୍ୟମାନଙ୍କ ଦୃଷ୍ଟିଗୋଚରରେ ଦୁଷ୍ଟଲୋକଙ୍କୁ ପ୍ରହାର କଲା ପରି ସେମାନଙ୍କୁ ପ୍ରହାର କରନ୍ତି;
Psalm 8:3 in Oriya 3 ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)
Psalm 10:5 in Oriya 5 ତାହାର ସମସ୍ତ ଗତି ସର୍ବଦା ଦୃଢ଼; ମାତ୍ର ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ୱବର୍ତ୍ତୀ, ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ।
Psalm 19:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଆକାଶମଣ୍ଡଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ।
Psalm 92:4 in Oriya 4 ଯେହେତୁ ହେ ସଦାପ୍ରଭୁ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ୱନି କରିବି।
Psalm 104:24 in Oriya 24 ହେ ସଦାପ୍ରଭୁ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ।
Psalm 111:2 in Oriya 2 ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି।
Isaiah 5:12 in Oriya 12 ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।
Isaiah 22:11 in Oriya 11 ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟ ସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଙ୍କଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ।
Isaiah 26:9 in Oriya 9 ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି।
Isaiah 40:26 in Oriya 26 ଉର୍ଦ୍ଧ୍ୱ ଦୃଷ୍ଟି କରି ଦେଖ, ଏହି ସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି ? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।
Isaiah 45:8 in Oriya 8 ହେ ଆକାଶମଣ୍ଡଳ, ତୁମ୍ଭେମାନେ ଉପରୁ ବର୍ଷଣ କର, ମେଘମାଳ ଧର୍ମବୃଷ୍ଟି କରୁ; ଯେପରି ପରିତ୍ରାଣ ଉତ୍ପନ୍ନ ହେବ, ଏଥିପାଇଁ ପୃଥିବୀ ବିଦୀର୍ଣ୍ଣ ହେଉ ଓ ସେ ଧାର୍ମିକତା ଏକତ୍ର ଅଙ୍କୁରିତ କରାଉ; ଆମ୍ଭେ ସଦାପ୍ରଭୁ ଏହା ସୃଷ୍ଟି କରିଅଛୁ।
Isaiah 45:12 in Oriya 12 ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ।
Isaiah 45:18 in Oriya 18 କାରଣ, ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଏହିପରି କହନ୍ତି; ସେ ପରମେଶ୍ୱର ଅଟନ୍ତି; ସେ ପୃଥିବୀକୁ ନିର୍ମାଣ କରି ପ୍ରସ୍ତୁତ କଲେ; ସେ ତାହା ସ୍ଥାପନ କଲେ, ସେ ତାହା ଶୂନ୍ୟ କରି ସୃଷ୍ଟି ନ କରି ବସତି ସ୍ଥାନ ହେବା ପାଇଁ ନିର୍ମାଣ କଲେ, ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।
Jeremiah 10:12 in Oriya 12 ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନ ଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି ଓ ଆପଣାର ବୁଦ୍ଧି ଦ୍ୱାରା ସେ ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି;
Jeremiah 31:4 in Oriya 4 ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।
Jeremiah 32:20 in Oriya 20 ତୁମ୍ଭେ ମିସର ଦେଶରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ଦେଖାଇଲ, ଆଜି ପର୍ଯ୍ୟନ୍ତ ହିଁ ଇସ୍ରାଏଲ ଓ ଅନ୍ୟାନ୍ୟ ଲୋକଙ୍କ ମଧ୍ୟରେ ଦେଖାଉଅଛ, ପୁଣି ଆଜିର ନ୍ୟାୟ ଆପଣାର ନାମ ପ୍ରସିଦ୍ଧ କରୁଅଛ।
Hosea 14:9 in Oriya 9 ଜ୍ଞାନବାନ କିଏ ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।
John 12:37 in Oriya 37 କିନ୍ତୁ ଯଦ୍ୟପି ସେ ସେମାନଙ୍କ ସାକ୍ଷାତରେ ଏତେ ଆଶ୍ଚର୍ଯ୍ୟକର୍ମ କରିଥିଲେ, ତଥାପି ସେମାନେ ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ,
Romans 1:20 in Oriya 20 ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ୱରତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ।
Romans 1:28 in Oriya 28 ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।
Ephesians 1:19 in Oriya 19 ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କ'ଣ, ଏହି ସବୁ ଜାଣି ପାର;