Psalm 28:7 in Oriya 7 ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋ' ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।
Other Translations King James Version (KJV) The LORD is my strength and my shield; my heart trusted in him, and I am helped: therefore my heart greatly rejoiceth; and with my song will I praise him.
American Standard Version (ASV) Jehovah is my strength and my shield; My heart hath trusted in him, and I am helped: Therefore my heart greatly rejoiceth; And with my song will I praise him.
Bible in Basic English (BBE) The Lord is my strength and my breastplate, my heart had faith in him and I am helped; for this cause my heart is full of rapture, and I will give him praise in my song.
Darby English Bible (DBY) Jehovah is my strength and my shield; my heart confided in him, and I was helped: therefore my heart exulteth, and with my song will I praise him.
Webster's Bible (WBT) The LORD is my strength, and my shield; my heart trusted in him, and I am helped: therefore my heart greatly rejoiceth; and with my song will I praise him.
World English Bible (WEB) Yahweh is my strength and my shield. My heart has trusted in him, and I am helped. Therefore my heart greatly rejoices. With my song I will thank him.
Young's Literal Translation (YLT) Jehovah `is' my strength, and my shield, In Him my heart trusted, and I have been helped. And my heart exulteth, And with my song I thank Him.
Cross Reference Genesis 15:1 in Oriya 1 ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢ଼ାଲ ଓ ମହାପୁରସ୍କାର ସ୍ୱରୂପ।”
Exodus 15:1 in Oriya 1 ସେତେବେଳେ ମୋଶା ଓ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା-ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।
Judges 5:1 in Oriya 1 ସେହି ଦିନ ଦବୋରା ଓ ଅବୀନୋୟମର ପୁତ୍ର ବାରକ୍ ଗାୟନ କରି କହିଲେ:
1 Samuel 2:1 in Oriya 1 ପୁଣି, ହାନ୍ନା ପ୍ରାର୍ଥନା କରି କହିଲା; ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଖୋଲିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ।
2 Samuel 22:1 in Oriya 1 ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ;
Psalm 3:3 in Oriya 3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ' ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋ' ମସ୍ତକ ଉଠାଇବା କର୍ତ୍ତା ଅଟ।
Psalm 13:5 in Oriya 5 ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;
Psalm 16:9 in Oriya 9 ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋ' ଶରୀର ମଧ୍ୟ ନିରାପଦରେ ବାସ କରିବ।
Psalm 18:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ, ହେ ମୋହର ବଳ ସ୍ୱରୂପ ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।
Psalm 19:14 in Oriya 14 ହେ ସଦାପ୍ରଭୁ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋ' ମୁଖର ବାକ୍ୟ ଓ ମୋ' ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।
Psalm 21:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ !
Psalm 22:4 in Oriya 4 ଆମ୍ଭମାନଙ୍କ ପିତୃପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ।
Psalm 28:8 in Oriya 8 ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି।
Psalm 30:11 in Oriya 11 ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;
Psalm 33:21 in Oriya 21 ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ୱାସ କରିଅଛୁ।
Psalm 40:3 in Oriya 3 ପୁଣି, ସେ ମୋ' ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।
Psalm 46:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ; ଅଲ୍ମୋତ୍ ସ୍ୱରର ଗୀତ। ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
Psalm 56:3 in Oriya 3 ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।
Psalm 68:3 in Oriya 3 ମାତ୍ର ଧାର୍ମିକମାନେ ଆନନ୍ଦିତ ହେଉନ୍ତୁ; ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଉଲ୍ଲାସ କରନ୍ତୁ; ହଁ, ସେମାନେ ଆନନ୍ଦରେ ପ୍ରଫୁଲ୍ଲ ହେଉନ୍ତୁ।
Psalm 69:30 in Oriya 30 ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି।
Psalm 84:11 in Oriya 11 କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।
Psalm 91:4 in Oriya 4 ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ।
Psalm 96:1 in Oriya 1 ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
Psalm 118:6 in Oriya 6 ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରି ପାରେ ?
Psalm 118:13 in Oriya 13 ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍କା ଦେଲ; ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ।
Isaiah 12:2 in Oriya 2 ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”
Isaiah 45:24 in Oriya 24 ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, “କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି।” ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।
Isaiah 61:10 in Oriya 10 ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋ' ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।
Ephesians 6:10 in Oriya 10 ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Revelation 15:3 in Oriya 3 ସେମାନେ ଇଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।